ଲକଡାଉନ ନିୟମ ଭାଙ୍ଗି ହଜାର ହଜାର ଗିରଫ, ଗୋଟିଏ ଦିନରେ ୨୩ହଜାର ନୂଆ ସଂକ୍ରମିତ, ମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ

ବେଜିଂ,୧୬ ।୪: ଚାଇନାରେ ଏବେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ଜିରୋ କୋଭିଡ ନୀତିକୁ ନେଇ ଲୋକେ ବ୍ୟସ୍ତ ବିବ୍ରତ ହୋଇ ପଡିଲେଣି । ସୋସିଆଲ ମିଡିଆରେ ଅନେକ ଲୋକ ଏମିତି ବଞ୍ଚିବା ଅପେକ୍ଷା ମୃତ୍ୟୁ ଭଲ ବୋଲି କହୁଛନ୍ତି । ହେଲେ ସରକାରଙ୍କ ନିୟମରେ କୌଣସି ପରିବର୍ତ୍ତନ କରାଯାଉନାହିଁ । ତେଣୁ କୋଭିଡ ନିୟମ ଉଲ୍ଲଂଘନ କରିଥିବା ହଜାର ହଜାର ଲୋକଙ୍କୁ ଗିରଫ କରାଯାଇଥିବା କୁହାଯାଉଛି । କିନ୍ତୁ ଏହାର ସଂଖ୍ୟା କେତେ ତହା ସ୍ପଷ୍ଟ କରାଯାଇ ନାହିଁ ।
ଇତି ମଧ୍ୟରେ ରାଷ୍ଟ୍ରୀୟ ସ୍ୱାସ୍ଥ୍ୟ ଆୟୋଗ(ଏନଏଚସି)ର ସୂଚନା ଅନୁଯାୟୀ, ଗୋଟିଏ ଦିନ ମଧ୍ୟରେ ସାଂଘାଇ ସହରରେ ୨୩,୦୦୦ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ବୁଧବାର ଏହି ସଂଖ୍ୟା ୨୭,୦୦୦ ଥିଲା । ମହାମାରୀ ଆରମ୍ଭ ହେବା ପରେ ଉହାନ ପରେ ସାଂଘାଇ ସବୁଠାରୁ ବେଶି ପ୍ରଭାବିତ ହୋଇଛି । ତେବେ ସଂକ୍ରମିତଙ୍କ ସଂଖ୍ୟାର ସୂଚନା ମିଳିଥିବା ବେଳେ ମୃତ୍ୟୁ ସଂଖ୍ୟା ଅସ୍ପଷ୍ଟ ରହିଛି । ସହରର ପାଖାପାଖଇ ୨.୫ କୋଟି ଲୋକ ଲକଡାଉନ ମଧ୍ୟରେ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହୋଇଯିବ ଏହି ୨ଟି ବଡ଼ ବ୍ୟାଙ୍କ୍‌! ଆକାଉଣ୍ଟ ଥିଲେ ଜାଣି ନିଅନ୍ତୁ ଖବର ପଛର ସତକଥା…

ନୂଆଦିଲ୍ଲୀ,୩୦।୬: ସୋସିଆଲ ମିଡିଆରେ କିଛି ଏଭଳି ଖବର ସାମ୍ନାକୁ ଆସୁଛି, ଯେଉଁଥିରେ କୁହାଯାଉଛି ଯେ ଭାରତର ତିନୋଟି ବଡ଼ ବ୍ୟାଙ୍କର ମିଶ୍ରଣ ହେବାକୁ ଯାଉଛି। ଯଦି ଏହି…

ଆଇଏମଡିର ପୂର୍ବାନୁମାନ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୩ଦିନ ଏସବୁ ଜିଲାରେ…

ଭୁବନେଶ୍ବର,୩୦।୬: ଆସନ୍ତା ଜୁଲାଇ ୩ ତାରିଖ ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ତା’ର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଭଉଣୀ, ଭାଣିଜୀଙ୍କୁ ନେଇ ଯାଉଥିଲେ ମାମୁ: ରାସ୍ତାରେ ଘଟିଲା ଭୟଙ୍କର ଦୁର୍ଘଟଣା

ବାଲେଶ୍ୱର, ୩୦।୬ (ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲାର ୧୬ ନମ୍ବର ଜାତୀୟ ରାଜପଥର ବସ୍ତା ବାଇପାସ୍ ନିକଟରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ…

ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ହତ୍ୟା ଘଟଣା: ପୂର୍ବ ପ୍ରେମିକାଙ୍କୁ ଘରେ ପଶି ମାରିଥିଲେ, ଆସିଲା ବଡ଼ ରାୟ

ଭୁବନେଶ୍ବର,୩୦।୬: ବହୁ ଚର୍ଚ୍ଚିତ ଭୀମଟାଙ୍ଗୀ ପ୍ରିୟଙ୍କା ସାହୁ ହତ୍ୟା ଘଟଣାର ମଙ୍ଗଳବାର ରାୟ ପ୍ରକାଶ ପାଇଛି। କୋର୍ଟ ଅଭିଯୁକ୍ତ ଯାଜପୁରର ଜଗନ୍ନାଥ ପ୍ରଧାନଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ…

କୋଟି କୋଟି ଗ୍ରାହକଙ୍କୁ ବଡ଼ ଉପହାର! ଜୁଲାଇ ମାସରୁ କମିବ ବିଜୁଳି ଦର

ନୂଆଦିଲ୍ଲୀ,୩୦।୬: ଉତ୍ତର ପ୍ରଦେଶର କୋଟି କୋଟି ବିଦ୍ୟୁତ ଗ୍ରାହକଙ୍କ ପାଇଁ ଜୁଲାଇ ମାସ ବଡ଼ ଆଶ୍ୱସ୍ତି ନେଇ ଆସୁଛି। ଯଦି ଆପଣ ମଧ୍ୟ ପ୍ରତିମାସରେ ମହଙ୍ଗା ବିଜୁଳି…

ବ୍ୟବସ୍ଥିତ ଏସ୍‌.ଆଇ.ଆର୍ ପ୍ରକ୍ରିୟାରେ ଯୋଗ୍ୟ ଭୋଟରଙ୍କ ଅନ୍ତର୍ଭୁକ୍ତି ସୁନିଶ୍ଚିତ

ଛତ୍ରପୁର, ୩୦୬ (ଦିଲ୍ଲୀପ ସାମଲ): ନିର୍ବାଚନ ପ୍ରକ୍ରିୟାର ସ୍ୱଚ୍ଛତା, ନିର୍ଭୁଲତା ଓ ବିଶ୍ୱସନୀୟତା ବଜାୟ ରଖିବା ଉଦ୍ଦେଶ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (ଏସ୍‌.ଆଇ.ଆର୍) କାର୍ଯ୍ୟକ୍ରମକୁ…

ଇପିଏଫ କି ପେନସନ ନାହିଁ: ୪୧ ବର୍ଷ ସରକାରୀ ସେବାପରେ ବିନା ସୁବିଧାରେ ଅବସର ନେଲେ ତ୍ରିନାଥ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ କାର୍ଯ୍ୟରତ ଥିବା ପିଅନ ତ୍ରିନାଥ ପ୍ରଧାନ ମଙ୍ଗଳବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ଏନେଇ…

କଟିପାରେ ଏଲପିଜି କନେକ୍ସନ୍, କାଲିଠୁ ବଦଳିବ ବୁକିଂ ନିୟମ…

ନୂଆଦିଲ୍ଲୀ,୩୦।୬: ସିଲିଣ୍ଡର ମୂଲ୍ୟ, ଯୋଗାଣ ଏବଂ ରିଫିଲିଂ ସହିତ ଜଡିତ ନିୟମରେ ବଡ଼ ପରିବର୍ତ୍ତନ ଆଶା କରାଯାଉଛି। ତେଲ କମ୍ପାନୀଗୁଡ଼ିକ ଜୁଲାଇ ୧ରେ ସିଲିଣ୍ଡର ମୂଲ୍ୟରେ ରିହାତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri