ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି କରୁଛି କଳା ପଲିଥିନରେ ଥିବା କରୋନା ସଂକ୍ରମିତଙ୍କ ମୃତଦେହ!

ମସ୍କୋ,୧ ।୧୧: ରୁଷିଆରେ କରୋନା ସଂକ୍ରମଣର ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହୋଇ ଯାଇଛି । ଯାହା ପୂର୍ବାପେକ୍ଷା ଅଧିକ ବୋଲି ଅନୁମାନ କରାଯାଉଛି । ଶୁକ୍ରବର ଏଠାରେ ୧୮,୨୮୩ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ ୩୫୫ଜଣଙ୍କ ମୃତ୍ୟୁ ସମସ୍ତଙ୍କୁ ଚିନ୍ତାରେ କପାଇ ଦେଇଛି । ଏହାକୁ ଦେଖି ମସ୍କୋ ପ୍ରଶାସନ ଆସନ୍ତା ମାସରେ ଲୋକଙ୍କୁ କରୋନା ଟିକା ଦେବାକୁ ବ୍ୟବସ୍ଥା ଆରମ୍ଭ କରିଦେଇଛି । ମସ୍କୋର ଉପ ମେୟରଙ୍କ ସୂଚନା ଅନୁଯାୟୀ, ଯଦି ପର୍ଯ୍ୟାପ୍ତ ପରିମାଣରେ ଟିକା ଉପଲବ୍ଧ ହେବ ତେବେ ଆସନ୍ତା ମାସରୁ ଏହା ଲୋକଙ୍କୁ ଦେବା କାର୍ଯ୍ୟ ଆରମ୍ଭ କରାଯିବ । ଅନ୍ୟପଟେ କରୋନା ସକ୍ରମଣକୁ ନେଇ ଏବେ ଏମିତି କିଛି ଭିଡିଓ ଭାଇରାଲ ହେଉଛି ଯାହା ସାଧାରଣ ଜନତାଙ୍କ ମଧ୍ୟରେ ଭୟ ସୃଷ୍ଟି କରିଛି । ଏକ ଭିଡିଓରେ ଦେଖାଯାଇଛି, ସାଇବେରିଆ ସହରର ବାରନାଉଲରେ ଥିବା ହସ୍ପିଟାଲର ଶବ ଗୃହରେ ରୋଗୀଙ୍କ ମୃତଦେହ ସଂଖ୍ୟା ଏବେ ବଢିଯାଇଛି ଯେ ରଖିବାକୁ ସ୍ଥାନର ଅଭାବ ପଡୁଛି । ଫଳରେ କରୋନାରେ ମୃତଶରୀର ଗୁଡିକୁ କଳା ପଲିଥିନରେ ଗୁଡାଇ ବାହାରେ ରଖାଯାଇଥିବାରୁ ଏହା ସାଧାରଣ ଲୋକଙ୍କ ମନକୁ ଆନ୍ଦୋଳିତ କରୁଛି । ବସନ୍ତ ଋତୁ ଚାଲିଥିବାରୁ କରୋନା ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଉଛି ବୋଲି ବିଶେଷଜ୍ଞମାନେ କହୁଛନ୍ତି । ଏହାର ପ୍ରଭାବ ସବୁଠାରୁ ଅଧିକ ମସ୍କୋ ଉପରେ ପଡିଛି । ଏତେ ସଂଖ୍ୟାରେ କରୋନା ସଂକ୍ରମିତଙ୍କ ମୃତ୍ୟୁକୁ ଦେଖି ହସ୍ପିଟାଲ ଓ ଶବଗୃହର କର୍ମଚାରୀମାନେ ମଧ୍ୟ ଭୟ କରିଯାଉଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri