ଆମେରିକା, ବ୍ରାଜିଲ୍‌କୁ ପଛରେ ପକାଇଲା ଭାରତ: ଗୋଟିଏ ଦିନରେ ସର୍ବାଧିକ କରୋନା ମାମଲା ଚିହ୍ନଟ

ନୂଆଦିଲ୍ଲୀ, ୩।୮: ଭାରତରେ କରୋନା ମାମଲା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ମହାରାଷ୍ଟ୍ର, ଦିଲ୍ଲୀ ପରେ ବିହାର, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶରେ କରୋନା ସଂକ୍ରମଣର ଗତି ଦିନକୁ ଦିନ ବଢ଼ିବାରେ ଲାଗିଛି। ଦେଶରେ ଗତ ୨୪ ଘଣ୍ଟାରେ ୫୨,୯୭୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏଥିରେ ୭୭୧ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଗୋଟିଏ ଦିନରେ ଚିହ୍ନଟ ହୋଇଥିବା ସର୍ବାଧିକ ମାମଲାରେ ଭାରତ ଆମେରିକା ଓ ବ୍ରାଜିଲକୁ ପଛରେ ପକାଇଦେଇଛି। କାରଣ ଆମେରିକାରେ ଗତ ୨୪ ଘଣ୍ଟାରେ ୪୭ହଜାରରୁ ଉର୍ଦ୍ଧ୍ୱ ଓ ବ୍ରାଜିଲରେ ୨୫ହଜାରରୁ ଉର୍ଦ୍ଧ୍ୱ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚାଯୋଗ୍ୟ, ନୂଆ ଚିହ୍ନଟଙ୍କୁ ମିଶାଇ ବର୍ତ୍ତମାନ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ଲକ୍ଷ ୩ହଜାର ୬୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ୧୨ ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ୩୮ହଜାର ୧୩୫ ଲୋକଙ୍କ ମୃତ୍ୟୁ ଘଟିଥିବା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜଣାପଡ଼ିଛି। ଅନ୍ୟପଟେ ଆମେରିକାରେ ଗତ ୨୪ ଘଣ୍ଟାରେ ୪୭,୫୧୧ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୮ଲକ୍ଷ ପାର କରିସାରିଛି। ସେଥିମଧ୍ୟରୁ ୨୩ଲକ୍ଷ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୨୨ଲକ୍ଷରୁ ଊର୍ଦ୍ଧ୍ୱ ଚିକିତ୍ସାଧିନ ରହିଛନ୍ତି। ଏଥିସହ କରୋନାଜନିତ ୧ଲକ୍ଷ ୫୮ହଜାର ୩୬୫ ଲୋକଙ୍କ ମୃତ୍ୟୁ ଘଟିସାରିଛି। ସେହିପରି ବ୍ରାଜିଲ୍‌ରେ ଗତ ୨୪ ଘଣ୍ଟାରେ ୨୫,୮୦୦ ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୭ଲକ୍ଷରୁ ଊର୍ଦ୍ଧ୍ୱରେ ପହଞ୍ଚିଛି। ଯେଉଁଥିରେ ପାଖାପାଖି ୧୯ଲକ୍ଷ ଲୋକ ସୁସ୍ଥ, ୭ଲକ୍ଷ ୫୫ହଜାରରୁ ଊର୍ଦ୍ଧ୍ୱ ଚିକିତ୍ସାଧିନ ଓ ୯୪ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ନେଇ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri