Categories: ଜାତୀୟ

ସବୁ ରେକର୍ଡ ଭାଙ୍ଗିଲା କରୋନା: ଗୋଟିଏ ଦିନରେ ସର୍ବାଧିକ ୩୪ ହଜାର ୯୫୬ ନୂଆ ଆକ୍ରାନ୍ତ, ୬୮୭ ମୃତ

ନୂଆଦିଲ୍ଲୀ,୧୭।୭: ଦେଶରେ ମହାମାରୀ କରୋନା ସଙ୍କଟ ଜାରି ରହିଛି। ଶୁକ୍ରବାର କରୋନା ଦେଶରେ ସବୁ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୩୪ ହଜାର ୯୫୬ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୩ ହଜାର ୮୩୨ ହୋଇଛି । ସେହିପରି ୨୪ ଘଣ୍ଟାରେ ଦେଶରେ ୬୮୭ଜଣଙ୍କ ମୃତ୍ୟୁ ଘଟିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ଦେଶରେ ୧୦ ଲକ୍ଷ ୩ ହଜାର ୮୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୬ ଲକ୍ଷ ୩୫ହଜାର ୭୫୭ ଜଣ ସୁସ୍ଥ ହୋଇଥିବା ବେଳେ ୨୫ହଜାର ୬୦୨ ଜଣଙ୍କର ମୃତ୍ୟୁ ହୋଇଛି। ଏବେ ଦେଶରେ ୩ ଲକ୍ଷ ୪୨ ହଜାର ୪୭୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।

Share