ତୃତୀୟ ଲହର ପୂର୍ବରୁ ଶିଶୁଙ୍କ ମଧ୍ୟରେ ବଢୁଛି କରୋନା ସଂକ୍ରମଣ: ୧୫ ଦିନରେ ୧୯ ହଜାରରୁ ଅଧିକ ଆକ୍ରାନ୍ତ…

ନୂଆଦିଲ୍ଲୀ,୧୮।୫: ଦେଶରେ କରୋନା ମହାମାରୀ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ତୃତୀୟ ଲହରରେ ଶିଶୁମାନେ ଆକ୍ରାନ୍ତ ହେବାର ଆଶଙ୍କା ରହିଥିବା ନେଇ ବିଶେଷଜ୍ଞମାନେ ଚେତାବନୀ ଦେଇଥିଲେ। ଏବେ ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଛି। ତେବେ ତୃତୀୟ ଲହର ପୂର୍ବରୁ କର୍ନାଟକ, ଦିଲ୍ଲୀ, ଉତ୍ତରାଖଣ୍ଡ ଆଦି ରାଜ୍ୟରେ ଶିଶୁଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତ ୧୫ ଦିନ ମଧ୍ୟରେ ଦେଶରେ ୧୯ ହଜାରରୁ ଅଧିକ ଶିଶୁୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମେ’ ୧ରୁ ୧୬ ମଧ୍ୟରେ ୧୦ ବର୍ଷରୁ କମ୍‌ ବୟସ୍କ ଶିଶୁଙ୍କ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀରେ ୨ ଜଣ ୫ ବର୍ଷର କମ୍‌ ବୟସ୍କ ଶିଶୁଙ୍କର କରୋନା ଯୋଗୁ ମୃତ୍ୟୁ ମଧ୍ୟ ଘଟିଛି। ଏହାକୁ ନେଇ କେନ୍ଦ୍ର ସରକାରଙ୍କ ଚିନ୍ତା ବଢ଼ିବାରେ ଲାଗିଛି। କର୍ନାଟକରେ ଧୀରେଧୀରେ ଶିଶୁଙ୍କ ମଧ୍ୟରେ ସଂକ୍ରମଣ ବୃଦ୍ଧି ପାଉଛି। କେତେକ ଶିଶୁଙ୍କଠାରେ ଗ୍ୟାସ୍‌ ସମସ୍ୟା ଲକ୍ଷଣ ପ୍ରକାଶ ପାଉଛି। ଏହା ସହିତ ଜ୍ୱର, କାଶ,ନିଶ୍ୱାସ ନେବାରେ କଷ୍ଟ ହେଉଥିବା ସମସ୍ୟା ଦେଖାଯାଉଛି। ନମୁନା ପରୀକ୍ଷାରୁ ସେମାନଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସୁଛି। ଉତ୍ତରାଖଣ୍ଡରେ ଗତ ୧୫ ଦିନ ମଧ୍ୟରେ ୧,୬୧୮ ଜଣ ଶିଶୁଙ୍କ ନମୁନା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏପ୍ରିଲ୍‌ ୧୬ରୁ ମେ’ ୧୪ ମଧ୍ୟରେ ଗତ ଏକ ମାସ ମଧ୍ୟରେ ରାଜ୍ୟରେ ୨,୬୭୧ ଶିଶୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଶିଶୁଙ୍କୁ କରୋନା ସଂକ୍ରମଣ ହେଲେ ଅବସ୍ଥା ଅଧିକ ଅସମ୍ଭାଳ ହେବ ବୋଲି ଆଶଙ୍କା କରାଯାଉଛି। ତେଣୁ ବିଭିନ୍ନ ରାଜ୍ୟ ପ୍ରଶାସନ ପକ୍ଷରୁ କରୋନା ମାର୍ଗଦର୍ଶିକା ପାଳନକୁ କଡ଼ାକଡ଼ି କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଜନ୍ମ ହେଲା ୮ ଗୋଡ଼ ଥିବା ମଇଁଷି: ଦେଖିବାକୁ ଲୋକଙ୍କ ଭିଡ଼

ଭୋପାଳ,୧୨।୧୦: ମଧ୍ୟପ୍ରଦେଶର ଡିଣ୍ଡୋରୀ ଜିଲାରୁ ଏକ ବିରଳ ଘଟଣା ସାମ୍ନାକୁ ଆସିଛି। ଏଠାରେ ଏକ ମଇଁଷି ଆଠଟି ଗୋଡ଼ ଥିବା ଛୁଆକୁ ଜନ୍ମ ଦେଇଛି। ଏହି ଖବର…

ସମସ୍ୟା ଘେରରେ ଡୁମେରମୁଣ୍ଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ: ଗେଟ ଆଗରେ ବସିଲେ ଛାତ୍ରୀଛାତ୍ର

ଲାଞ୍ଜିଗଡ଼, ୧୨।୧୦ (ରମେଶ ଚନ୍ଦ୍ର ନାୟକ): ବିଦ୍ୟାଳୟରେ ନାହିଁ ପିଇବା ପାଣିର ସୁବିଧା, ବିଜୁଳି ସଂଯୋଗ ଓ ସୁରକ୍ଷା ପାଚେରୀ। ଶୌଚାଳୟ ଓ ଜଳର ସୁବ୍ୟବସ୍ଥା ନଥିବାରୁ…

ବଦଳିଲେ ଓଡ଼ିଶାର ରାଜ୍ୟପାଳ: ହରିବାବୁ କମ୍ଭମପାଟିଙ୍କ ସ୍ଥାନ ନେଲେ…

ଭୁବନେଶ୍ୱର,୧୨।୧୦: ରାଜ୍ୟପାଳ ସ୍ତରରେ ବଡ଼ ଅଦଳବଦଳ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଓଡ଼ିଶା ସମେତ ୬ଟି ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦିଆଯାଇଛି। ଏହି ଅଦଳବଦଳରେ ବର୍ତ୍ତମାନର…

ଜଙ୍ଗଲକୁ କାଠ ପାଇଁ ଯାଉଥିଲେ ସୁଲୋଚନା, ନଦୀ ପାର୍‌ ହେବା ସମୟରେ ଘଟିଲା…

ମୋହନା.,୧୨।୧୦(ମନ୍ମଥ ମିଶ୍ର): ନଦୀ ପାର ହେବା ସମୟରେ ଭାସି ଯାଇ ମହିଳାଙ୍କ ମୃତ୍ୟୁ ଘଟିଛି l ଏଭଳି ଏକ ଦୁଃଖଦ ଘଟଣା ଘଟିଛି ଗଜପତି ଜିଲା ରା…

ମାଣିକେଶ୍ୱରୀ ଛକ ନିକଟରୁ ମିଳିଲା ଅଜଣା ବୃଦ୍ଧାଙ୍କ ମୃତଦେହ: ବଢୁଛି ସନ୍ଦେହ

ଭବାନୀପାଟଣା,୧୨।୧୦(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲା ଭବାନୀପାଟଣା ସହର ମାଣିକେଶ୍ୱରୀ ଛକ ଯାତ୍ରୀ ପ୍ରେକ୍ଷାଳୟରୁ ସୋମବାର ଅପରାହ୍ନରେ ଜଣେ ଅଜଣା ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ଖବର ପାଇ…

ଥୁଆମୂଳ ରାମପୁରରେ ୧୭ ଦିନ ହେଲା ପାନୀୟ ଜଳ ସଙ୍କଟ: ‘ପାଣ୍ଠି ଅଭାବ’ ସଫେଇକୁ ନେଇ ଅସନ୍ତୋଷ

ଥୁଆମୂଳ ରାମପୁର, ୧୨।୧୦ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସଙ୍କଟ ଗୁରୁତର ରୂପ ନେଇଛି। ‘ବସୁଧା’ ଯୋଜନାରେ ଜଳ…

ଇନ୍‌ଷ୍ଟାଗ୍ରାମରୁ ପ୍ରେମ, ପରେ ପ୍ରତାରଣା ଦେଲେ କହ୍ନେଇ: ବିଧବାଙ୍କୁ ବଳାତ୍କାର ପରେ…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୋଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ମାମଲାରେ ଗିରଫ କରି…

୧୫୦ ବର୍ଷ ଟେଷ୍ଟ କ୍ରିକେଟ୍‌ ଇତିହାସରେ ଦ୍ୱିତୀୟଥର ଘଟିଲା ଏହି ଘଟଣା: ବିରଳ ରେକର୍ଡ କଲେ ଏହି ବ୍ୟାଟ୍ସମ୍ୟାନ୍‌

ଡର୍ବାନ,୧୨।୧୦:ଟେଷ୍ଟ କ୍ରିକେଟ୍‌ରେ ବେଳେବେଳେ ଏପରି କିଛି ବିରଳ ରେକର୍ଡ ଦେଖିବାକୁ ମିଳେ, ଯାହା କ୍ରିକେଟ୍‌ପ୍ରେମୀଙ୍କୁ ଆଶ୍ଚର୍ଯ୍ୟ କରିଦିଏ। ଅଷ୍ଟ୍ରେଲିଆ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଡର୍ବାନର କିଙ୍ଗ୍ସମିଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?