ପୁଣି ବଢ଼ିଲା କରୋନା ସଂକ୍ରମଣ: ଆଜି ରାଜ୍ୟରେ ୪୮୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୩୧।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୪୮୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭୭ ଜଣ ଛୁଆ ଅଛନ୍ତି। ଯେଉଁମାନଙ୍କ ବୟସ ୧୮ ବର୍ଷରୁ କମ । ଆକ୍ରାନ୍ତଙ୍କ ମଧ୍ୟରୁ ୨୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୨୦୩ ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ୧୦ ଲକ୍ଷ ୪୧ହଜାର ୪୫୭ରେ ପହଞ୍ଚିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଥିବା ବେଳେ ଅନୁଗୋଳରୁ ୧, ବାଲେଶ୍ୱରରୁ ୫, ଭଦ୍ରକରୁ ୩, କଟକରୁ ୫୪, ଦେବଗଡ଼ରୁ ୨, ଢେଙ୍କାନାଳରୁ ୫, ଗଜପତିରୁ ୫, ଗଞ୍ଜାମରୁ ୮, ଜଗତ୍‌ସିଂହପୁରରୁ ୯, ଯାଜପୁରରୁ ୯, ଝାରସୁଗୁଡ଼ାରୁ ୩, କଳାହାଣ୍ଡିରୁ ୨, କେନ୍ଦ୍ରାପଡ଼ାରୁ ୮, କେନ୍ଦୁଝରୁ ୧ ଆକ୍ରାନ୍ତ ଅଛନ୍ତି। ସେହିପରି କୋରାପୁଟରୁ ୧, ମୟୂରଭଞ୍ଜରୁ ୧୯, ନୟାଗଡ଼ରୁ ୨, ନୂଆପଡ଼ାରୁ ୧, ପୁରୀରୁ ୧୫, ରାୟଗଡ଼ାରୁ ୬, ସମ୍ବଲପୁରରୁ ୧୩, ଓ ସୁନ୍ଦରଗଡ଼ରୁ ୧୩ ଥିବା ବେଳେ ଷ୍ଟେଟ୍‌ ପୁଲ୍‌ରୁ ୫୩ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ବର୍ଷା, ପବନରେ ଭୁଶୁଡ଼ିଲା ପୂଜା ପେଣ୍ଡାଲ

ରାଉରକେଲା,୧୭।୯: ସୁନ୍ଦରଗଡ଼ ଜିଲା ରାଉରକେଲା ସହରେ ଗୁରୁବାର ସନ୍ଧ୍ୟାରେ ପ୍ରବଳ ବର୍ଷା, ପବନରେ ଏକ ପୂଜା ପେଣ୍ଡାଲ ଭୁଶୁଡ଼ି ପଡିଛି। ସିଭିଲ ଟାଉନ୍‌ସିପ ଅଞ୍ଚଳରେ ଥିବା ଏକ…

୧୪ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କଲେ ବିଧାୟକ

ଗୁଡ଼ାରି,୧୭ା୯(ପ୍ରମୋଦ କୁମାର ପତି): ଗୁଡ଼ାରି ଏନ୍‌ଏସି କାର୍ଯ୍ୟାଳୟ ପରିସରରେ ୧୪ ଜଣ ହିତାଧିକାରୀଙ୍କୁ ଆବାସ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟନ କରିଛନ୍ତି ବିଧାୟକ ସତ୍ୟଜିତ ଗମାଙ୍ଗ। ସହରର ୧୪…

ହତ୍ୟା କରିବା ପରେ ବାଇକ୍‌ ସହ ମୃତଦେହ ଫିଙ୍ଗି ଦେଇଥିଲେ ୧୨ ଅଭିଯୁକ୍ତ, ଆଜି ପୂରା ଘଟଣାର ପର୍ଦ୍ଦାଫାଶ କରି…

ଗୁଣପୁର,୧୭ା୯(ସୁଜାତା ପାଢ଼ୀ/ସଙ୍କେତ ପାତ୍ର): ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଜଗନ୍ନାଥପୁର ପଞ୍ଚାୟତର ନୂଆଲବା ଗ୍ରାମ ନିକଟରେ ଜଣେ ବ୍ୟକ୍ତିଙ୍କ ମୃତଦେହ ମିଳିବା ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଥିଲା।…

ଛତ୍ରପୁର ସହରରେ କୁକୁର-ମାଙ୍କଡ଼ଙ୍କ ଉପଦ୍ରବ, ନିୟନ୍ତ୍ରଣ ପାଇଁ ଜିଲାପାଳଙ୍କ ଦୃଷ୍ଟି ଆକର୍ଷଣ କରି…

ଛତ୍ରପୁର,୧୭ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଜିଲାର ସଦରମହକୁମା ଛତ୍ରପୁର ସହରରେ ବୁଲା କୁକୁର ଓ ମାଙ୍କଡ଼ଙ୍କ ଉପଦ୍ରବ ଦିନକୁ ଦିନ ବଢ଼ୁଥିବା ନେଇ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?