ରାଜ୍ୟରେ ବଢୁଛି କରୋନା ସଂକ୍ରମଣ: ସତର୍କ ରହିବାକୁ ନିର୍ଦ୍ଦେଶ ଦେଲେ ସ୍ବାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟର କରୋନା ସଂକ୍ରମଣ ଧୀରେ ଧୀରେ ବଢିବାରେ ଲାଗିଛି। ଗତ କିଛିଦିନ ହେବ ୨୦ ଭିତରେ ସଂକ୍ରମଣ ରହୁଥିବାବେଳେ ଗୁରୁବାର ତାହା ବଢି ୪୧ରେ ପହଞ୍ଚିଛି। କେବଳ ରାଜ୍ୟରେ ନୁହେଁ, ଦେଶରେ ମଧ୍ୟ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସତର୍କ ରହିବା ଆବଶ୍ୟକ ବୋଲି ସ୍ବାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।
ସ୍ବାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଯେଉଁଭଳି ସର୍ଭିଲାନ୍ସ ଚାଲିବ କଥା ଚାଲିଛି। ଯେଉଁମାନଙ୍କଠାରେ ଲକ୍ଷଣ ରହିଛି ସେମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ। ଭିଡ଼କୁ ଯାଆନ୍ତୁ ନାହିଁ କି ଭିଡ଼ କରନ୍ତୁ ନାହିଁ। ନିୟମିତ ମାକ୍ସ ପିନ୍ଧନ୍ତୁ। ଅଳ୍ପ ବଢିଲେ ବି ତାକୁ ଅଣଦେଖା ନ କରି ସତର୍କ ରହିବାକୁ ପଡିବ। ଏବେ ଟେଷ୍ଟିଂ ବଢାଇବା ପାଇଁ ଜୋର ଦିଆଯାଉଛି। ସାସ୍ଥ୍ୟ ବିଭାଗ ପକ୍ଷରୁ ଏ ଭିତରେ ଦୁଇ ତିନି ଥର ସମୀକ୍ଷା ନିଆଯିବା ସହ ଜିଲାପାଳମାନଙ୍କୁ ସଂକ୍ରମଣ ଉପରେ ସ୍ବତନ୍ତ୍ର ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଜୁନ ୨୧ରୁ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ସର୍ଭିଲାନ୍ସ ଚାଲିବ। ସ୍ବାସ୍ଥ୍ୟକର୍ମୀମାନେ ଘରକୁ ଘର ବୁଲି ସର୍ଭେ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇରେ ଶ୍ରମିକଙ୍କ ମୃତ୍ୟୁ, ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ପ୍ରଚେଷ୍ଟାରେ ଗାଁରେ ପହଞ୍ଚିଲା ମୃତଦେହ, କାନ୍ଦବୋବାଳିରେ…

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଛୋଟରାୟପୁର- ବାସୁଦେବପୁର ଗ୍ରାମ ବଡ଼ସାହିର ପ୍ରଦୀପ ମହାରଣାଙ୍କ ୨ୟ ପୁଅ ସନ୍ତୋଷ ମହାରଣା(୩୬) ପରିବାର ପରିପୋଷଣ ନିମନ୍ତେ…

ବାଇକରେ ବନ୍ୟାଞ୍ଚଳ ବୁଲିଲେ ମନ୍ତ୍ରୀ, ହାଟଡିହୀ ଅଞ୍ଚଳକୁ ନେଇ କହିଲେ…

ହାଟଡିହୀ/ଛେନାପଦୀ,୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ବୈତରଣୀ ନଦୀର ବନ୍ୟା ପରେ କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ଅନେକ ଅଞ୍ଚଳ କ୍ଷତିଗ୍ରସ୍ତ ହୋଇଥିଲା । ତେବେ ରାଜ୍ୟ ପଞ୍ଚାୟତିରାଜ ଓ…

ଦାରିଙ୍ଗବାଡ଼ିରେ ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି, ଜରିମାନା ବାବଦକୁ ଆଦାୟ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ବୁଧବାର ଗାଡ଼ିମୋଟର ଯାଞ୍ଚ କଡ଼ାକଡ଼ି ହୋଇଛି। ଆଞ୍ଚଳିକ ପରିବହନ ବିଭାଗ ଓ ପୋଲିସର ମିଳିତ ଯାଞ୍ଚରେ ମୋଟ୍‌…

ଏମିତି କହି କାନ୍ଦି ପକାଇଲେ ଶେଖ ହାସିନା, ମରିବି ପଛେ….

ଢାକା,୫।୮: ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନା ନିର୍ବାସନର ଦ୍ୱିତୀୟ ବର୍ଷପୂର୍ତ୍ତି ଅବସରରେ ଦେଇଥିବା ଉଦ୍‌ବୋଧନରେ ଦେଶର ବର୍ତ୍ତମାନ ସ୍ଥିତିକୁ ନେଇ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି…

ସ୍କୁଲରୁ ଫେରୁଥିବା ବେଳେ ଶିକ୍ଷକଙ୍କୁ ଧକ୍କା ଦେଲା ଟ୍ରେନ, ବାଇକ ସହ….

କୋରାପୁଟ,୫।୮(ଅମିତାଭ ବେହେରା): କୋରାପୁଟ ଷ୍ଟେସନ ନିକଟ ଶୁକୁ ବ୍ରିଜଠାରେ ବୁଧବାର ଏକ ଦୁଃଖଦ ଘଟଣା ଘଟିଯାଇଛି । ମାଲବାହୀ ଟ୍ରେନ ଧକ୍କାରେ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି…

ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ମହିଳାଙ୍କ ତୀବ୍ର ବିରୋଧ, ଉତ୍ତେଜନା ଦେଖାଦେବାରୁ…

ପାଟଣା,୫ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ଧନୁର୍ଜୟପୁର ଜଙ୍ଗଲ ଅଞ୍ଚଳରେ ରେଙ୍ଗାଳବେଡ଼ା ସରକାରୀ ମଦ ଦୋକାନ ସ୍ଥାନାନ୍ତର କରି ଖୋଲିବା ଉଦ୍ୟମକୁ ବୁଧବାର ଶତାଧିକ…

କେନ୍ଦ୍ର ସରକାରଙ୍କୁ ରାହୁଲଙ୍କ କଡ଼ା ସମାଲୋଚନା: ମହିଳା ଆନ୍ଦୋଳନକାରୀଙ୍କ ଘରକୁ ଗୁଣ୍ଡା ପଠାଇ…

ନୂଆଦିଲ୍ଲୀ,୫।୮: ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଛାତ୍ର ଆନ୍ଦୋଳନ ସମୟରେ ଦିଲ୍ଲୀ ପୋଲିସର କାର୍ଯ୍ୟାନୁଷ୍ଠାନକୁ ନେଇ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ସିଧାସଳଖ ଦାୟୀ କରିଛନ୍ତି…

୫ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୫ ଗିରଫ ସହ ପାଖରୁ ମିଳିଲା ଏହି…

ଭଞ୍ଜନଗର,୫ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସକୁ ନିଶା କାରବାର ବିରୋଧୀ ଅଭିଯାନରେ ବୁଧବାର ପୁଣି ଏକ ସଫଳତା ମିଳିଛି। ମଙ୍ଗଳବାର ପୋଲିସ ପାଟ୍ରୋଲିଂ ସମୟରେ ବୁଦୁଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri