Posted inଜାତୀୟ

ଲକ୍‌ଡାଉନ୍‌ ଯୋଗୁ ବ୍ୟବସାୟ ପ୍ରଭାବିତ, ଏମିତି ପଦକ୍ଷେପ ନେଲେ ଚା’ ଦୋକାନୀ

କୋଲକତା,୧।୯: ପଶ୍ଚିମବଙ୍ଗର ସିଲଗୁଡିରେ ଏକ ଅଭାବନୀୟ ଘଟଣା ଘଟିଛି। ଏନଜେପି ରେଳ ଷ୍ଟେଶନ ପାଖରେ ଜଣେ ଚା’ ଦୋକାନୀ ନିଜକୁ ନିଆଁ ଲଗାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଛନ୍ତି। ଚା’ ଦୋକାନୀଙ୍କ ନାମ ରାଜୁ ବୋଲି ଜଣାପଡିଛି। ସେ ଏନ୍‌ଜେପି ରେଳ ଷ୍ଟେସନରେ ଚା ବିକ୍ରି କରୁଥିଲେ। କିନ୍ତୁ ଗତ କିଛି ମାସ ହେବ ଲକ୍‌ଡାଉନ୍‌ ଯୋଗୁ ଦୋକାନ ବନ୍ଦ ହେବା ସହ ଟ୍ରେନ ଚଳାଚଳ ମଧ୍ୟ ବନ୍ଦ ରହିଛି। ସ୍ଥାନୀୟ ଲୋକଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ, ସକାଳ ପ୍ରାୟ ୯ଟା ସମୟରେ ଚା ବିକ୍ରେତା ରାଜୁ ତାଙ୍କ ଚା’ କେଟିଲ ସହିତ ଷ୍ଟେଶନରେ ପହଞ୍ଚିଥିଲେ। ଏହାର କିଛି ସମୟ ପରେ ଷ୍ଟେଶନର ମୁଖ୍ୟ ପ୍ରବେଶ ପଥରେ ସେ ନିଜ ଶରୀରରେ କିରୋସିନ ତେଲ ଢାଳି ନିଆଁ ଲଗାଇ ଦେଇଥିଲେ। ଏହି ଦୃଶ୍ୟ ଦେଖି ଷ୍ଟେଶନରେ ଉପସ୍ଥିତ କିଛି ଲୋକ ଭୟଭୀତ ହୋଇ ଦୌଡ଼ି ପଳାଇବାକୁ ଲାଗିଥିଲେ। କିନ୍ତୁ ଷ୍ଟେସନ ପରିସରରେ ଉପସ୍ଥିତ ଟ୍ରେନ ଡ୍ରାଇଭର ଏହି ଘଟଣା ବିଷୟରେ ଜାଣିବା ମାତ୍ରେ ସେ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ଚେଷ୍ଟା କରିଥିଲେ। ଏଥିସହ ଆମ୍ବୁଲାନ୍ସ ଏବଂ ପୋଲିସକୁ ମଧ୍ୟ ସୂଚନା ଦେଇଥିଲେ। ଘଟଣାର ଖବର ପାଇବା ମାତ୍ରେ ଆମ୍ବୁଲାନ୍ତ ଘଟଣାସ୍ଥଳରେ ପହଞ୍ଚି ରାଜୁଙ୍କୁ ଚିକିତ୍ସା ପାଇଁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ଷ୍ଟେଶନ ପରିସରରେ ଉପସ୍ଥିତ ଡ୍ରାଇଭରମାନେ କହିଛନ୍ତି ଯେ ଦୀର୍ଘ ଦିନ ଧରି ସେମାନେ ରାଜୁଙ୍କୁ ଷ୍ଟେଶନ ଭିତରେ ଚା’ ବିକ୍ରି କରୁଥିବା ଦେଖୁଥିଲେ। କିନ୍ତୁ ବର୍ତ୍ତମାନର ଲକ୍‌ଡାଉନ ସମୟରେ ଟ୍ରେନ ସେବା ବନ୍ଦ ରହିଛି। ଯାତ୍ରୀମାନେ ବାହାରୁ ଆସୁନାହାନ୍ତି। ଏହି କାରଣରୁ ରାଜୁଙ୍କ ଚା ବ୍ୟବସାୟ ମଧ୍ୟ ପ୍ରଭାବିତ ହୋଇଛି। ପୋଲିସ ଏବେ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିସରି ଯାଉଛି ପଞ୍ଜୀକରଣ ଅବଧି, ତୁଟୁନି ଚାଷୀଙ୍କ ସମସ୍ୟା: ଉପୁଜୁଛି ନୂଆ ନୂଆ ସମସ୍ୟା

ବରଗଡ଼,୨୦।୮(ପ୍ରେମାନନ୍ଦ ଖମାରୀ):ସମୟ ଗଡ଼ି ଚାଲିଛି। ପଞ୍ଜୀକରଣ ଅବଧି ମଧ୍ୟ ସରିସରି ଯାଉଛି। ଏଭଳି ସ୍ଥିତିରେ ଧାନବିକ୍ରି ପଞ୍ଜୀକରଣ ପାଇଁ ଚାଷୀମାନଙ୍କୁ ନୂଆଁ ନୂଆଁ ସମସ୍ୟାର ସମ୍ମୁଖୀନ ହେବାକୁ…

ଇରାନ ଉପରେ ବଡ଼ ଆର୍ଥିକ କଟକଣା ଘୋଷଣା କଲେ ଟ୍ରମ୍ପ, ସହଯୋଗୀ ଦେଶକୁ ଅଲଟିମେଟମ

ଓ୍ବାଶିଂଟନ,୨୦।୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇସଲାମିକ ଗଣରାଜ୍ୟ ଇରାନକୁ ତାଙ୍କ ପରି କେହି ଚୁକ୍ତି କରିବା ପାଇଁ ଏତେ ସୁଯୋଗ ଦେଇନାହାଁନ୍ତି। ଟ୍ରମ୍ପ…

ସ୍ମାର୍ଟ ମିଟର ଲଗାଇବା ବାଧ୍ୟତାମୂଳକ ନୁହେଁ: ଓଲଟା କାମ କରୁଛି ଟାଟା ପାଓ୍ବାର

ଭୁବନେଶ୍ୱର,୨୦।୮(ସୁନିତ୍‌ ମିଶ୍ର):ଓଡ଼ିଶା ବିଦ୍ୟୁତ୍‌ ନିୟାମକ ଆୟୋଗ (ଓଇଆର୍‌ସି) ୨୪ ମାର୍ଚ୍ଚ ୨୦୨୬ରେ ଦେଇଥିବା ତଥ୍ୟ ଅନୁଯାୟୀ ରାଜ୍ୟରେ ବର୍ତ୍ତମାନ ୯୭ ଲକ୍ଷ ୪୯ ହଜାର ୬୧୫ ଜଣ…

‘ବନ୍ଦେ ମାତରମ’: କଂଗ୍ରେସ ପ୍ରସ୍ତାବକୁ ସମାଲୋଚନା କଲା ଭାଜପା

ନୂଆଦିଲ୍ଲୀ,୨୦।୮: ‘ବନ୍ଦେ ମାତରମ’ ଉପରେ ଚାଲିଥିବା ରାଜନୈତିକ ହଟ୍ଟଗୋଳ ମଧ୍ୟରେ, କଂଗ୍ରେସ କାର୍ଯ୍ୟକାରିଣୀ କମିଟି (CWC) କେବଳ ଏହାର ପ୍ରଥମ ଦୁଇଟି ପଦ ଗାଇବା ପାଇଁ ଏକ…

ବିପଦସଙ୍କୁଳ ଶ୍ରେଣୀଗୃହ, ମୁହଁ ମୋଡୁଛନ୍ତି ଛାତ୍ରୀଛାତ୍ର

ଭବାନୀପାଟଣା,୨୦ା୮(ଉତ୍ତମ କୁମାର ଦାଶ):ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଓ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ୨୦୧୪ରେ ରାଜ୍ୟର ସମସ୍ତ ଅସୁରକ୍ଷିତ ଓ ପରିତ୍ୟକ୍ତ ସ୍କୁଲ କୋଠା ଚିହ୍ନଟ…

ଘରେ ଶୋଇଥିଲେ ଟିକେଶ୍ୱର, କାମୁଡ଼ିଲା ସାପ: ରାତିଅଧରେ ଏମିତି କାମ କରିବାରୁ ଘଟିଲା…

ଦେବଗଡ,୨୦।୮(ଶଶାଙ୍କ ଶେଖର ଝାଙ୍କର): ସାପ କାମୁଡାରେ ଦେବଗଡ ଥାନା ତଥା ବାରକୋଟ ବ୍ଲକ କଂଟାପାଲି ଗ୍ରାମ ପଞ୍ଚାୟତର ଟୁସୁଳା ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛି…

୨୦ଟଙ୍କା ଲାଞ୍ଚ ପାଇଁ ୩୦ ବର୍ଷର ଆଇନଗତ ଲଢ଼େଇ

ନୂଆଦିଲ୍ଲୀ, ୨୦।୮: ମାତ୍ର ୨୦ଟଙ୍କା ଲାଞ୍ଚ ମାମଲାରେ ୩ ଦଶନ୍ଧି ଧରି ଚାଳିଥିବା ଆଇନଗତ ଲଢ଼େଇର ଅନ୍ତ ଘଟିଛି। ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ ଉଜ୍ଜଳ ଭୂୟାଁ ଏବଂ…

୨୮ରେ ରାଜ୍ୟ କ୍ୟାବିନେଟ୍‌: ୭ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର,୨୦।୮(ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୨୮ତାରିଖରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଏ ସଂକ୍ରାନ୍ତରେ ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ମନ୍ତ୍ରିମଣ୍ଡଳର ସଦସ୍ୟମାନଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri