ଦିନେ ବଢ଼ିଲେ ଦିନେ କମୁଛି: ସକ୍ରିୟ ସଂକ୍ରମଣ ସଂଖ୍ୟା ଲକ୍ଷେ ମୁହାଁ

ନୂଆଦିଲ୍ଲୀ,୨୫।୬: କରୋନା ମହାମାରୀ ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ଯାହାକୁ ନେଇ ଅନେକ ଦେଶ ଏବେ ଚିନ୍ତାରେ ପଡ଼ିଯାଇଛନ୍ତି। ଗତ କିଛି ଦିନରୁ ଭାରତରେ ମଧ୍ୟ କରୋନା ମାମଲା ଦ୍ରୁତଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ଘଣ୍ଟାରେ ଦେଶରେ ୧୫,୯୪୦ ନୂଆ କରୋନା ମାମଲା ଚିହ୍ନଟ ହୋଇଥିବା ବେଳେ କରୋନାଜନିତ ୨୦ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପଟେ କରୋନା ସକ୍ରିୟ ମାମଲା ଏବେ ଲକ୍ଷେ ମୁହାଁ ହୋଇଛି। ବର୍ତ୍ତମାନ ଦେଶରେ ସକ୍ରିୟ ମାମଲା ୯୧,୭୭୯ରେ ପହଞ୍ଚିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶୁକ୍ରବାର ତୁଳନାରେ ଶନିବାର ପ୍ରାୟ ୮ପ୍ରତିଶତ କମ୍‌ ମାମଲା ଚିହ୍ନଟ ହୋଇଛି। ଶୁକ୍ରବାର ଦେଶରେ ୧୭,୩୩୬ ନୂଆ କରୋନା ମାମଲା ଚିହ୍ନଟ ହୋଇଥିଲା। ଯାହା ଗୁରୁବାରଠାରୁ ୩୦ପ୍ରତିଶତ ଅଧିକ ରହିଥିଲା। ସୂଚନାଯୋଗ୍ୟ, ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ବର୍ତ୍ତମାନ ସୁଦ୍ଧା ୫ଲକ୍ଷ ୨୪ହଜାର ୯୭୫କୁ ବୃଦ୍ଧି ପାଇଛି। ସେହିପରି ଦେଶରେ ଏପର୍ଯ୍ୟନ୍ତ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪କୋଟି ୩୩ଲକ୍ଷ ୭୮ହଜାର ୨୩୪ରେ ପହଞ୍ଚିଛି। ଅନ୍ୟପଟେ ମହାରାଷ୍ଟ୍ର , ଦିଲ୍ଲୀ ଓ କେରଳ ଏବେ ଚିନ୍ତା ବଢ଼ାଇଛି। ମହାରାଷ୍ଟ୍ରରେ ୪,୨୦୫, କେରଳରେ ୩,୯୮୧ଓ ଦିଲ୍ଲୀରେ ୧,୪୪୭ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ତାମିଲନାଡୁରେ ୧,୩୫୯, କର୍ନାଟକରେ ୮୧୬ କରୋନା ମାମଲା ରେକର୍ଡ କରାଯାଇଛି। ଦେଶରେ ମିଳିଥିବା ମୋଟ ନୂଆ ମାମଲା ମଧ୍ୟରୁ ପ୍ରାୟ ୭୪ପ୍ରତିଶତ ନୂତନ ମାମଲା ଏହି ୫ଟି ରାଜ୍ୟରୁ ଆସିଛି। ଦେଶରେ ବର୍ତ୍ତମାନ କୋଭିଡ ସୁସ୍ଥତା ହାର ୯୮.୫୮ପ୍ରତିଶତ ରହିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…

ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ…

ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…

ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା…

ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ଭାରତରେ କଠୋର ହେଲା AI ନିୟମ: ୩ ଘଣ୍ଟା ମଧ୍ୟରେ ହଟାଯିବ ଏସବୁ ପୋଷ୍ଟ

ନୂଆଦିଲ୍ଲୀ,୧୦।୨: AI ଏବଂ ଡିପଫେକ୍’ର ଅପବ୍ୟବହାର ରୋକିବା ପାଇଁ ଭାରତ ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ନୂତନ ଆଇଟି ନିୟମ ଅନୁଯାୟୀ, ସୋସିଆଲ ମିଡିଆ ପ୍ଲାଟଫର୍ମଗୁଡ଼ିକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri