Categories: ଜାତୀୟ

୫୭୨ ଦିନ ପରେ ଆଜି ସବୁଠୁ କମ୍‌ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୨୦।୧୨: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନେ ବଢିଲେ ଦିନେ କମୁଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୬,୫୬୩ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୩୨ଜଣଙ୍କର ମୃତ୍ୟୁ ହୋଇଛି। ନୂତନ ମାମଲା ଆସିବା ପରେ ଦେଶରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ୩,୪୭,୪୬,୮୩୮ରେ ପହଞ୍ଚିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଅନୁଯାୟୀ ଏବେ ସୁଦ୍ଧା ଦେଶରେ ୩,୪୧,୮୭,୦୧୭ଜଣ ଲୋକ ସୁସ୍ଥ ହୋଇଥିବାବେଳେ ୮୨ ହଜାର ୨୬୭ ସକ୍ରିୟ ମାମଲା ରହିଛି। ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪,୭୭,୫୫୪କୁ ବୃଦ୍ଧି ପାଇଛି।

Share