Posted inଜାତୀୟ

ଏକ ବିଦ୍ୟାଳୟରୁ ୩୨ ଛାତ୍ର କରୋନା ପଜିଟିଭ୍‌

ବେଙ୍ଗାଲୁରୁ,୨୮ା୧୦): କର୍ନାଟକର ଏକ ବିଦ୍ୟାଳୟରୁ କରୋନା ମାମଲା ସାମ୍ନାକୁ ଆସିଛି। ଏଠାରେ ଅଧ୍ୟୟନ କରୁଥିବା ୩୨ ଛାତ୍ର କରୋନା ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଏତେ ସଂଖ୍ୟକ ଛାତ୍ର ସଂକ୍ରମିତ ହୋଇଥିବା ମାମଲା ଏପରି ସମୟରେ ଆସିଛି, ଯେତେବେଳେ ଅଧିକାଂଶ ରାଜ୍ୟରେ ସ୍କୁଲ ଓ କଲେଜ ଖୋଲିବା ଆରମ୍ଭ ହୋଇଛି। କୋଡାଗୁ ଜିଲା ଡେପୁଟି କମିଶନର ଡ. ବିସି ସତୀଶ ସେହି ବିଦ୍ୟାଳୟ ପରିଦର୍ଶନ କରିଥିଲେ। ଯେଉଁଠାରେ ୩୨ ଛାତ୍ର କରୋନା ପଜିଟିଭ୍‌ ଥିବା ଜଣାପଡ଼ିଛି। କୌଣସି ଛାତ୍ରଙ୍କଠାରେ କରୋନାର ଲକ୍ଷଣ ନ ଥିଲା। ମାତ୍ର ପଜିଟିଭ୍‌ ବାହାରିଛି। ସମସ୍ତ ଛାତ୍ରୀଛାତ୍ରଙ୍କୁ ଆଇସୋଲେଶନରେ ରଖାଯାଇଛି ଏବଂ ତଦାରଖ କରାଯାଉଛି।

ସୂଚନା ଅନୁଯାୟୀ, ୨୭୦ଜଣ ଛାତ୍ରଙ୍କ ମଧ୍ୟର ୩୨ ଜଣ କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ବାକି ଛାତ୍ରମାନଙ୍କୁ ଅଲଗା କରିବାକୁ କୁହାଯାଇଛି। ଏହି ମାମଲା କର୍ନାଟକର ମାଡିକେରୀର ଜବାହର ନବୋଦୟ ବିଦ୍ୟାଳୟର ଅଟେ। ତେବେ ଛାତ୍ରୀଛାତ୍ର ଭୟଭୀତ ହେବାର ଆବଶ୍ୟକତା ନାହିଁ ବୋଲି ବିଦ୍ୟାଳୟ ପ୍ରଶାସନ କହିଛି। ବର୍ତ୍ତମାନ ସ୍କୁଲ କର୍ମଚାରୀଙ୍କ କରୋନା ପରୀକ୍ଷା ମଧ୍ୟ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri