Categories: ଜାତୀୟ

ଦିନକରେ ୪୭ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ, ୬୭୦ ମୃତ୍ୟୁ

ନୂଆଦିଲ୍ଲୀ,୬।୧୧: ଦେଶରେ ଲଗାତାର କରୋନା ସଂକ୍ରମଣ ବଢିଚାଲିଛି। ଶୁକ୍ରବାର ପୁଣିଥରେ ଦେଶରେ ସଂକ୍ରମଣ ମାମଲା ପ୍ରାୟ ୪୭ ହଜାରରୁ ଅଧିକ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୭ ହଜାର ୬୩୮ ନୂଆ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି ଏବଂ ୬୭୦ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ଦେଶରେ ମୋଟ ସଂକ୍ରମଣ ସଂଖ୍ୟା ୮୪, ୧୧, ୩୪ରେ ପହଞ୍ଚିଛି ଏବଂ ମୃତ୍ୟୁସଂଖ୍ୟା ୧ ଲକ୍ଷ ୨୫ ହଜାର ୨୯କୁ ବୃଦ୍ଧି ପାଇଛି। ମୋଟ ସଂକ୍ରମିତଙ୍କ ମଧ୍ୟରୁ ୭୭ ଲକ୍ଷ ୬୪ ହଜାର ୭୬୩ ଜଣ କରୋନାରୁ ସୁସ୍ଥ ହୋଇ ସାରିଛନ୍ତି। ଏବେ ଦେଶରେ ୫ ଲକ୍ଷ ୧୯ ହଜାର ୫୦୮ ସକ୍ରିୟ ମାମଲା ରହିଛି ବୋଲି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।

Share