କୋଭିଡ୍‌ ସେଣ୍ଟରରେ ନାବାଳିକାଙ୍କୁ ବଳାତ୍କାର, ୨ ଗିରଫ

ନୂଆ ଦିଲ୍ଲୀ: ଦକ୍ଷିଣ ଦିଲ୍ଲୀର ଏକ କୋଭିିଡ୍‌ ସେଣ୍ଟରରେ ୧୪ ବର୍ଷର ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୋଲିସ ୨ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତ ଦ୍ୱୟ ଦିଲ୍ଲୀର ବୋଲି ଜଣାପଡ଼ିଛି।
ପ୍ରକାଶ ଯେ, ପୀଡିତା ଜଣଙ୍କ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିବା ପରେ ତାଙ୍କୁ କୋଭିଡ୍‌ କେୟାର ସେଣ୍ଟରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଥିବା ଜଣେ କରୋନା ପଜିଟିଭ ବ୍ୟକ୍ତି ତାଙ୍କୁ ବଳାତ୍କାର କରିଥିଲେ। ଏଥିରେ ଅନ୍ୟ ଜଣେ ବ୍ୟକ୍ତି ତାଙ୍କୁ ସହଯୋଗ କରିଥିଲେ। ଏହି ଘଟଣା ଜଣାପଡ଼ିବା ପରେ ଦକ୍ଷିଣ ଦିଲ୍ଲୀ ପୋଲିସ ପକ୍ସୋ ଆକ୍ଟ ଅନୁଯାୟୀ ମାମଲା ରୁଜୁକରି ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୋଲିସର କହିବାନୁଯାୟୀ, ୨ ଅଭିଯୁକ୍ତଙ୍କୁ ଗିରଫ ପରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ କୋର୍ଟରେ ହାଜର କରାଯାଇଥିଲା। ଏବେ ଉଭୟ ଅଭିଯୁକ୍ତଙ୍କୁ ନ୍ୟାୟିକ ହେପାଜତକୁ ପଠାଯାଇଛି।

Share