ଆସନ୍ତା ୧୦ରୁ ୧୫ଦିନ ମଧ୍ୟରେ ଶୀର୍ଷରେ ପହଞ୍ଚିବ କରୋନା: ରିପୋର୍ଟ

ନୂଆଦିଲ୍ଲୀ,୪।୫: ଭାରତରେ କରୋନା ଭାଇରସର ନୂତନ ଏକ୍ସଇ ଭାରିଆଣ୍ଟର ବର୍ଦ୍ଧିତ ମାମଲା ଏବେ ଲୋକଙ୍କ ଚିନ୍ତା ବଢ଼ାଇଦେଇଛି। ବିଶେଷକରି ରାଜଧାନୀ ଦିଲ୍ଲୀରେ ଦିନକୁ ଦିନ ବୃଦ୍ଧି ପାଉଥିବା କରୋନା ମାମଲାକୁ ଦେଖିଲେ ପରିସ୍ଥିତି ଆହୁରି ଚିନ୍ତାଜନକ ହୋଇପଡ଼ିଛି। ଗତ କିଛି ଦିନରୁ ଦିଲ୍ଲୀରେ କରୋନା ଗ୍ରାଫ୍‌ ଉପରମୁହାଁ ହୋଇଛି। ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀର ବଡ଼ ବଡ଼ ହସ୍ପିଟାଲଗୁଡ଼ିକର ଡାକ୍ତରମାନେ ଆଶଙ୍କା ପ୍ରକାଶ କରିଛନ୍ତି ଯେ, ଆସନ୍ତା ୧୦ରୁ ୧୫ ଦିନ ମଧ୍ୟରେ ରାଜଧାନୀରେ କରୋନା ମାମଲା ଶୀର୍ଷରେ ପହଞ୍ଚିବ। କିନ୍ତୁ ଏହାର କିଛି ସମୟ ପରେ ପୁଣି ସଂକ୍ରମଣ ହ୍ରାସ ପାଇବାକୁ ଆରମ୍ଭ କରିବ ବୋଲି ଡାକ୍ତର କହିଛନ୍ତି। ସୂଚନାଯୋଗ୍ୟ, ଗତ ଦୁଇ ସପ୍ତାହ ଧରି ଦିଲ୍ଲୀରେ ଦୈନିକ ସଂକ୍ରମଣ ୧ହଜାରରୁ ଅଧିକ ମାମଲା ଚିହ୍ନଟ ହେଉଛି। ସୋମବାର ଦେଶର ସର୍ବୋଚ୍ଚ ଡାକ୍ତରୀ ଅନୁସନ୍ଧାନ ସଂସ୍ଥା ଇଣ୍ଡିଆନ କାଉନସିଲ ଅଫ୍‌ ମେଡିକାଲ ରିସର୍ଚ୍ଚ ପକ୍ଷରୁ କୁହାଯାଇଛି ଯେ, ଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଚତୁର୍ଥ ଲହର ଅପେକ୍ଷା ଲୋକାଲ ଟ୍ରେଣ୍ଡ ଭାବେ ଦେଖାଯିବା ଉଚିତ। କାରଣ ଦିଲ୍ଲୀରେ ଯେତିକି ସଂଖ୍ୟାରେ କରୋନା ମାମଲା ଚିହ୍ନଟ ହେବାର ଆଶଙ୍କା କରାଯାଉଥିଲା, ତା’ଅପେକ୍ଷା କମ୍‌ ରହିଛି। କାରଣ ଟେଷ୍ଟିଂ କମିଯିବାରୁ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଉଛି ବୋଲି ଡାକ୍ତରମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିଏମ୍‌ସି ନା ଭାଜପା: ଏଥର ପଶ୍ଚିମବଙ୍ଗରେ କିଏ କରିବ ଶାସନ, ଚମକାଇଲା ଜନମତ ସର୍ଭେ

ନୂଆଦିଲ୍ଲୀ,୬।୪: ଚଳିତ ବର୍ଷ ଦେଶର ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ଏଥିମଧ୍ୟରୁ ପଶ୍ଚିମବଙ୍ଗ ଏବଂ ଆସାମରେ ବିଧାନସଭା ନିର୍ବାଚନ ସମଗ୍ର ଦେଶର ଦୃଷ୍ଟି ଆକର୍ଷଣ…

ସ୍ପଷ୍ଟ ଦିବାଲୋକରେ ବ୍ୟବସାୟୀଙ୍କୁ ଆକ୍ରମଣ: ଲୁଟିନେଲେ ରୁପା ଅଳଙ୍କାର

ପୁରୁଷୋତ୍ତମପୁର,୬।୪(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅଞ୍ଚଳରେ ଦିନକୁ ଦିନ ଚୋର, ଲୁଟେରାମାନେ ସକ୍ରିୟ ହୋଇପଡ଼ିଛନ୍ତି। ଲୁଟେରାଙ୍କ ଏଭଳି କାର୍ଯ୍ୟ ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେବା…

କାଳବୈଶାଖୀର ତାଣ୍ଡବ: ବର୍ଷା ପବନରେ ଉଡିଗଲା ରାବଣର ମୁଣ୍ଡ

ନୟାଗଡ,୬।୪(ଲୋକନାଥ ମିଶ୍ର): ଭାରତ ପ୍ରସିଦ୍ଧ ଲଙ୍କାପୋଡି ଯାତ୍ରାର ଲଙ୍କାପୋଡି ପୂର୍ବରୁ ୩୫ ଫୁଟ କାଠର ରାବଣର ମୁଣ୍ଡ ଉଡି ଯାଇ କିଛି ଦୂରରେ ପଡିଛି। ଅପରାହ୍ନରେ ଦଶପଲ୍ଲାରେ…

ମମିତାଙ୍କୁ ବଡ଼ ଦାୟିତ୍ୱ ଦେଲେ ମୁଖ୍ୟମନ୍ତ୍ରୀ: ଚାରିଆଡ଼ୁ ମିଳୁଛି ଶୁଭେଚ୍ଛା

ପାଟଣା,୬।୪(ବୀର କିଶୋର ଦାଶ):ପୂର୍ବତନ ଜିଲାପରିଷଦ ଅଧ୍ୟକ୍ଷା ତଥା ମମିତା ନାଏକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ( Special Development…

ଆଇସିସି ପ୍ଲେୟର ଅଫ୍‌ ଦି ଇୟର: ସଂକ୍ଷିପ୍ତ ତାଲିକାରେ ଭାରତର ଏହି ଦୁଇ ଖେଳାଳି

ଦୁବାଇ,୬ା୪: ମାର୍ଚ୍ଚ ମାସର ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ପୁରସ୍କାର ପାଇଁ ପ୍ରସ୍ତୁତ ସଂକ୍ଷିପ୍ତ ତାଲିକାରେ ଭାରତ ଓପନର ସଞ୍ଜୁ ସାମ୍‌ସନ ଏବଂ ପେସ୍‌ ବୋଲର…

ଓଡ଼ିଆ ପକ୍ଷ ଅବସରରେ ଝାଡୁ ମାରି ସଫାକଲେ ପ୍ରଶାସନିକ ଅଧିକାରୀ

ପାଟଣା,୬।୪(ବୀର କିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଥିବାବେଳେ ସୋମବାର କେନ୍ଦୁଝର ଜିଲା ପାଟଣା ବ୍ଲକର ରାଜନଗର ରଘୁନାଥ ଜିଉ ମଠ, ଟାଙ୍ଗରପଡ଼ା ମଠ, ଭୀମକୁଣ୍ଡ…

ଥୁଆମୂଳ ରାମପୁରରେ ‘ଆଦିବାସୀ ସଂସ୍କୃତି ଭବନ’ ପାଇଁ ପ୍ରକ୍ରିୟା ଆରମ୍ଭ, ଅଧାପନ୍ତରିଆ ସଂଗ୍ରହାଳୟର ଭବିଷ୍ୟତ କ’ଣ?

ଥୁଆମୂଳ ରାମପୁର,୬।୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁରରେ ଆଦିବାସୀ ସଂସ୍କୃତିର ସଂରକ୍ଷଣ ପାଇଁ ସରକାର ନୂତନ ‘ଆଦିବାସୀ ସଂସ୍କୃତି ଭବନ’ ନିର୍ମାଣ ନିମନ୍ତେ ପ୍ରକ୍ରିୟା ଆରମ୍ଭ…

ଜନ୍ମଦିନର ୬ ଦିନ ପୂର୍ବରୁ ଆତ୍ମହତ୍ୟା କଲେ ଏହି ଅଭିନେତ୍ରୀ: ମୃତ୍ୟୁ ପୂର୍ବରୁ ସ୍ବାମୀଙ୍କୁ ଭିଡିଓ କଲ୍‌ କରି…

ଟିଭି ଅଭିନେତ୍ରୀ ସୁଭାଷିନୀ ତାଙ୍କ ଜନ୍ମଦିନର ମାତ୍ର ୬ ଦିନ ପୂର୍ବରୁ ଆତ୍ମହତ୍ୟା କରିଛନ୍ତି। ସୁଭାଷିନୀ ଫାଶୀ ଦେଇ ଦେଇଥିବା ଜଣାପଡ଼ିଛି। ସେ ସନ ଟିଭିରେ ପ୍ରସାରିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri