କରୋନାର ଦ୍ୱିତୀୟ ଲହରରେ ଜନ୍ମ ନେଇଛନ୍ତି ଦୁଇଗୁଣା ଅପରିପକ୍ୱ ଶିଶୁ!

ନୂଆଦିଲ୍ଲୀ,୧୯ ।୭: କରୋନା ମହାମାରୀ ସାରା ବିଶ୍ୱର ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଇଥିବା ବେଳେ ଏହା ଅନେକ ଅସ୍ୱାଭାବିକ ପରିସ୍ଥିତି ବି ସୃଷ୍ଟି କରିଛି । ମିଳିଥିବା ତଥ୍ୟ ଅନୁଯାୟୀ, ୨୦୨୧ରେ ଆସିଥିବା କରୋନାର ଦ୍ୱିତୀୟ ଲହରରେ ଦୁଇ ଗୁଣାରୁ ଅଧିକ ଅପରିପକ୍ୱ ଶିଶୁ ଜନ୍ମ ନେଇଛନ୍ତି । ଏହା ଫଳରେ ଶିଶୁଙ୍କ ଉପରେ ଅଧିକ ପ୍ରତିକୂଳ ପ୍ରଭାବ ପଡିଛି । ଦ୍ୱିତୀୟ ଲହରରେ ଜନ୍ମିତ ପ୍ରତି ୫ ଜଣରେ ଜଣେ ଶିଶୁକୁ ଆଇସିୟୁରେ ଭର୍ତ୍ତି କରିବାକୁ ପଡିଛି । ଏହାଫଳରେ ଶିଶୁଙ୍କ ମୃତ୍ୟୁ ହାର ବି ୨.୩୦ ପ୍ରତିଶତ ହୋଇଛି ।
ମେଡିକାଲ ଜର୍ନାଲ ସ୍ପ୍ରିଙ୍ଗରରେ ପ୍ରକାଶିତ ଅଧ୍ୟୟନରେ ନୂଆଦିଲ୍ଲୀ ସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମଆର) ଓ ରାଷ୍ଟ୍ରୀୟ ପ୍ରଜନନ ଓ ଶିଶୁ ସ୍ୱାସ୍ଥ୍ୟ ଅନୁସନ୍ଧାନ ସଂସ୍ଥା(ଏନଆଇଆରଆରସିଏଚ)ର ବିଶେଷଜ୍ଞମାନେ କରୋନା ସଂକ୍ରମିତ ମାତାଙ୍କ ଠାରୁ ଜନ୍ମିତ ୨୫୨୪ ନବଜାତ ଶିଶୁଙ୍କ ଚିକିତ୍ସା ତଥ୍ୟକୁ ଯାଞ୍ଚ କରି ଏହା କହିଛନ୍ତି ।
ଏଥିରୁ ଜଣାପଡିଛି କରୋନା ମହାମାରୀର ପ୍ରଥମ ଲହରରେ ୭.୮ ପ୍ରତିଶତ ସଂକ୍ରମିତ ମାତାଙ୍କର ସମୟ ପୂର୍ବରୁ ପ୍ରସବ କରାଇଦିଆଯାଇଛି । ହେଲେ ଦ୍ୱିତୀୟ ଲହରରେ ଏହି ସଂଖ୍ୟା ୧୫ ପ୍ରତିଶତର ଅଧିକ ହୋଇଛି । ଏହାଦ୍ୱାରା ନବଜାତ ଶିଶୁଙ୍କ ଆଇସିୟୁ ଚିକିତ୍ସା ୧୪ରୁ ବୃଦ୍ଧି ପାଇ ୧୯ ପ୍ରତିଶତରେ ପହଞ୍ଚିଛି । ସେହିପରି ମୃତ୍ୟୁ ହାର ୨.୧ରୁ ବୃଦ୍ଧି ହୋଇ ୨.୩୦ ପ୍ରତିଶତ ହୋଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri