CORONAVIRUS UPDATE:ରାଜ୍ୟରେ ଶତକ ଛୁଇଁଲା ୭ ଜିଲା; ସର୍ବାଧିକ ଆକ୍ରାନ୍ତ ତାଲିକା ଶୀର୍ଷରେ ଗଞ୍ଜାମ

ଭୁବନେଶ୍ୱର, ୨।୬(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ଆଉ ୧୪୧ ଆକ୍ରାନ୍ତ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୨୪୫ରେ ପହଞ୍ଚିଛି। ସେଥିରୁ ୯୯୧ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୧୨୪୫ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଜିଲାଓ୍ବାରୀ କରୋନା ତଥ୍ୟକୁ ଯଦି ଦେଖାଯାଏ ତେବେ ସର୍ବାଧିକ ଆକ୍ରାନ୍ତ ଜିଲାଭାବେ ଗଞ୍ଜାମ ଶୀର୍ଷରେ ରହିଛି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୭ଟି ଜିଲା ଶତକ ଛୁଇଁଛି। ଏହି ଜିଲାଗୁଡିକ ହେଲା ଗଞ୍ଜାମ, ଯାଜପୁର, ଖୋର୍ଦ୍ଧା, ବାଲେଶ୍ୱର, କେନ୍ଦ୍ରାପଡ଼ା, କଟକ ଓ ଭଦ୍ରକ।
ମୋଟାମୋଟି ଭାବେ ଦେଖିବାକୁ ଗଲେ ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଗଞ୍ଜାମ ଜିଲାରେ ରହିଛନ୍ତି। ଗଞ୍ଜାମରୁ ମଙ୍ଗଳବାର ୨୭ ଆକ୍ରାନ୍ତ ଚିହ୍ନଟ ହେବା ପରେ ଏଠାରେ ପଜିଟିଭ ସଂଖ୍ୟା ୪୫୮ରେ ପହଞ୍ଚିଛି। ଯାଜପୁରରେ ୨୯୦ ଜଣ କରୋନା ଆକ୍ରାନ୍ତ ରହିଥିବା ବେଳେ ଖୋର୍ଦ୍ଧା ୧୬୭, ବାଲେଶ୍ୱର ୧୫୪, କେନ୍ଦ୍ରାପଡ଼ା ୧୫୨, କଟକ ୧୨୬, ଭଦ୍ରକ ୧୨୦ ଜଣ ଆକ୍ରାନ୍ତ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦି ସରକାରଙ୍କୁ ପୁଣି ଟାର୍ଗେଟ୍‌ କଲେ ରାହୁଲ: କହିଲେ, ୩ ଦାବି ପୂରଣ କର

ନୂଆଦିଲ୍ଲୀ,୨୫।୭: କଂଗ୍ରେସ ଏମ୍‌ପି ଏବଂ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ NEET ପେପର ଲିକ ଏବଂ ପରୀକ୍ଷା…

ରୋହିତ ଶର୍ମାଙ୍କୁ ନେଇ ହୃଦୟସ୍ପର୍ଶୀ ବାର୍ତ୍ତା ଶେୟାର କଲେ ଜସ ବଟଲର୍‌

ନୂଆଦିଲ୍ଲୀ,୨୫।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଏକଦିବସୀୟ ସିରିଜ ଶେଷ ହେବା ପରେ, ଉଭୟ ଦଳର ଖେଳାଳିଙ୍କ ମଧ୍ୟରେ ଉତ୍କୃଷ୍ଟ ଖେଳ ମନୋଭାବ ଦେଖିବାକୁ ମିଳିଥିଲା। ଇଂଲଣ୍ଡର…

ମୋଦିଙ୍କ ସହ ମନ୍ତ୍ରୀଙ୍କ ନକଲି AI ଭିଡିଓ ଭାଇରାଲ; ପାକିସ୍ତାନୀ ହ୍ୟାଣ୍ଡେଲରଙ୍କ ଉପରେ ଷଡ଼ଯନ୍ତ୍ରର ଅଭିଯୋଗ

ନୂଆଦିଲ୍ଲୀ,୨୫।୭: ପ୍ରେସ ଇନଫର୍ମେସନ ବ୍ୟୁରୋ (PIB) ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ମନ୍ତ୍ରୀ ପୀୟୁଷ ଗୋୟଲଙ୍କ ନକଲି, AI-ଜେନେରେଟେଡ ଭିଡିଓଗୁଡ଼ିକର ପର୍ଦ୍ଦାଫାସ କରିଛି। PIBର ଫ୍ୟାକ୍ଟ…

କାଇଁଚପୁର ପଞ୍ଚାୟତକୁ ଗଡୁନି ମୁଖ୍ୟମନ୍ତ୍ରୀ ବସ୍, ବିଡ଼ିଓ କହିଲେ….

ଗଞ୍ଜାମ,୨୫ା୭(ବିଦ୍ୟାଧର ସାହୁ ): ପନ୍ଦର ପଞ୍ଚାୟତକୁ ନେଇ ଗଠିତ ହୋଇଛି ଗଞ୍ଜାମ ବ୍ଲକ । ପଞ୍ଚାୟତବାସୀ କିଭଳି ସରକାରଙ୍କ ବିଭିନ୍ନ ସେବା ପାଇ ପାରିବେ ସେଥିପାଇଁ ପ୍ରଶାସନ…

CJP Protest : ଅସୁସ୍ଥ ହୋଇ ପଡିଲେ ଅଭିଜିତ ଦୀପକେ

ନୂଆଦିଲ୍ଲୀ,୨୫।୭: NEET ପେପର ଲିକ ନେଇ ‘କକ୍ରୋଚ ଜନତା ପାର୍ଟି’ (CJP) ତାର ଆନ୍ଦୋଳନ ଜାରି ରଖିଛି। CJP ଏବଂ କେନ୍ଦ୍ର ସରକାରଙ୍କ ମଧ୍ୟରେ ଆଲୋଚନା ଚାଲିଛି।…

ହର୍ମୁଜରେ ଏଲପିଜି ଟ୍ୟାଙ୍କର ଉପରେ କ୍ଷେପଣାସ୍ତ୍ର ମାଡ; ଏଥିରେ ଥିଲେ୨୮ ଭାରତୀୟ

ତେହରାନ/ନୂଆଦିଲ୍ଲୀ,୨୫।୭: ତେହରାନରେ ଥିବା ଭାରତୀୟ ଦୂତାବାସ ରିପୋର୍ଟ କରିଛି ଯେ ଶୁକ୍ରବାର (ଜୁଲାଇ ୨୪) ଦିନ ଇରାନ ଜଳସୀମାରେ 28 ଜଣ ଭାରତୀୟ କ୍ରୁ ସଦସ୍ୟଙ୍କୁ ନେଇ…

ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଲା ଅନାସ୍ଥା ପ୍ରସ୍ତାବ

ମହାକାଳପଡ଼ା,୨୫ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): ଚର୍ଚ୍ଚାରେ ଥିବା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ତିଖିରି ପଞ୍ଚାୟତର ସରପଞ୍ଚ ଚାମେଲି ଓଝାଙ୍କ ନାଁରେ ଆସିଛି ଅନାସ୍ଥା ପ୍ରସ୍ତାବ। ୨୨ ଜଣ…

ରୋହିତଙ୍କ ଅବସରକୁ ନେଇ ରାଜୀବ ଶୁକ୍ଳାଙ୍କ ବଡ଼ ଘୋଷଣା, ୨୦୨୭ ବିଶ୍ବକପ୍…

ନୂଆଦିଲ୍ଲୀ,୨୫।୭: ଇଂଲଣ୍ଡ ଗସ୍ତ ସମୟରେ ଟିମ୍ ଇଣ୍ଡିଆର ଓପନର ରୋହିତ ଶର୍ମାଙ୍କ ଅବସର ନେଇ ସମ୍ପ୍ରତି ଅନେକ କଳ୍ପନାଜଳ୍ପନା ଚାଲିଥିଲା। ଗଣମାଧ୍ୟମ ରିପୋର୍ଟରେ ଦାବି କରାଯାଇଥିଲା ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri