CORONAVIRUS UPDATE: ଗଞ୍ଜାମରେ କରୋନା ପଜିଟିଭ୍‌ ୨୧କୁ ବୃଦ୍ଧି, ସମସ୍ତେ ସୁରଟ ଫେରନ୍ତା; ଜିଲାପାଳ

ଛତ୍ରପୁର, ୭।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଗୁରୁବାର ପୁଣି ୧୭ଜଣ କରୋନାରେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପୂର୍ବରୁ ୪ଜଣଙ୍କଠାରେ କରୋନା ପଜିଟିଭ୍‌ ମିଳିଥିବା ବେଳେ ବର୍ତ୍ତମାନ ଏହି ପଜିଟିଭ୍‌ ସଂଖ୍ୟା ୨୧ରେ ପହଞ୍ଚିଛି। ଗୁରୁବାର ଏନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ଗଞ୍ଜାମବାସୀ ଭୟଭୀତ ହୋଇପଡିଛନ୍ତି। ନୂଆ ଚିହ୍ନଟ ହୋଇଥିବା ୧୭ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୨୦ ବର୍ଷୀୟ ଯୁବତୀ ଥିବା ବେଳେ ୧୬ଜଣ ପୁରୁଷ ରହିଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୨୭, ୨୭, ୨୦, ୩୮, ୨୩, ୨୯, ୫୦, ୩୦, ୨୯, ୨୧, ୪୩, ୪୩, ୩୯,୪୬, ୧୮, ୨୪ ରହିଛି। ସମସ୍ତ ପଜିଟିଭ୍‌ ସୁରଟ ଫେରନ୍ତା ବୋଲି ଗଞ୍ଜାମ ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସମସ୍ତ ଆକ୍ରାନ୍ତ ସୁରଟରୁ ଗଞ୍ଜାମକୁ ଫେରିବା ପରେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ଏମାନଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନ ଥିବା ବେଳେ ସ୍ବାବ ଟେଷ୍ଟ ରିପୋର୍ଟରେ ପଜିଟିଭ୍‌ ବାହାରିଛି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ବୋଲି ଜ଼ିଲାପାଳ କହିଛନ୍ତି। ଏହାକୁ ନେଇ ବ୍ୟତିବ୍ୟସ୍ତ ନ ହେବା ପାଇଁ ଜିଲାପାଳ ଗଞ୍ଜାମବାସୀଙ୍କୁ ପରାମର୍ଶ ଦେଇଛନ୍ତି। ଏଥିସହ କୌଣସି ଲୋକଙ୍କୁ କ୍ୱାରାଣ୍ଟାଇନ୍ କେନ୍ଦ୍ର ଆଡ଼କୁ ନ ଯିବାକୁ ଜ଼ିଲାପାଳ ଅନୁରୋଧ କରିଛନ୍ତି। ଏପରିକି ତାଙ୍କର ପରିବାର ଲୋକେ ମଧ୍ୟ ସେଠାକୁ ଯାଇପାରିବେ ନାହିଁ। ସେମାନଙ୍କ ଯତ୍ନ ନିଆଯାଉଛି, କ୍ୱାରାଣ୍ଟାଇନ୍ ସେଣ୍ଟରକୁ କେବଳ ଅନୁମତି ଥିବା ଅଧିକାରୀ ଓ କର୍ମଚାରୀ ହିଁ ଯାଇପାରିବେ। ଏହି ସମୟରେ ସାମାଜିକ ଦୂରତ୍ୱ ଅବଲମ୍ବନ କରିବାକୁ ଜିଲାପାଳ ଟୁଇଟ କରି ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରସାୟନ ବିଜ୍ଞାନରେ ନୋବେଲ୍ ପୁରସ୍କାର ଘୋଷଣା: ଜାଣନ୍ତୁ କାହାକୁ ମିଳିଲା ସର୍ବୋଚ୍ଚ ସମ୍ମାନ

ଷ୍ଟକହୋମ,୭।୧୦: ରସାୟନ ବିଜ୍ଞାନ କ୍ଷେତ୍ରରେ ନୋବେଲ୍ ପୁରସ୍କାର ଘୋଷଣା କରାଯାଇଛି । ବୈଜ୍ଞାନିକ ହେନ୍ରି ବି. କାଗାନ୍ ଓ କେନ୍ସୋ ସୋଆଇଙ୍କୁ ପ୍ରଦାନ କରାଯାଇଛି । ରସାୟନ…

ଟିକେଟ୍ ନ ମିଳିବାରୁ ଭାଜପାକୁ ‘ଟାଟା ବାଏ-ବାଏ’, ଧର୍ମେନ୍ଦ୍ରଙ୍କ ପୋଷ୍ଟକୁ ନେଇ ହଲଚଲ

ଲକ୍ଷ୍ନୌ,୭।୧୦: ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ ପାଇବା ପରେ ବରେଲିର ପୂର୍ବତନ ଭାଜପା ଏମପି ଧର୍ମେନ୍ଦ୍ର କଶ୍ୟପଙ୍କ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ରାଜନୀତି…

ଗୁରୁବାର ଓଡ଼ିଶା ବନ୍ଦ, କଣ ଖୋଲା-କଣ ବନ୍ଦ ଜାଣନ୍ତୁ

ଭୁବନେଶ୍ବର,୭।୧୦: ଆସନ୍ତା ୮ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ । ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ପାଠ୍ୟପୁସ୍ତକ ତ୍ରୁଟି ପ୍ରସଙ୍ଗରେ…

କୋମଲ ରାଣୀଙ୍କ ସହ ଗୋବିନ୍ଦାଙ୍କ ସମ୍ପର୍କକୁ ନେଇ କେଉଁ ବୟଫ୍ରେଣ୍ଡ କଥା ଉଠାଇଲେ କଶ୍ମୀରା ଶାହା? ଜାଣନ୍ତୁ ଏହା ପଛର କାହାଣୀ

ମୁମ୍ବାଇ: ହାସ୍ୟ ଅଭିନେତା କୃଷ୍ଣ ଅଭିଷେକଙ୍କ ପତ୍ନୀ ତଥା ଅଭିନେତ୍ରୀ କଶ୍ମୀରା ଶାହା ନିଜର ସ୍ପଷ୍ଟବାଦୀ ସ୍ବଭାବ ପାଇଁ ଜଣାଶୁଣା ଏବଂ ପ୍ରାୟତଃ ନିଜ ମନ୍ତବ୍ୟ ଯୋଗୁ…

ବିଦାୟୀ ଭାଷଣରେ ଚେତାବନୀ ଦେଲେ ଲିଓନେଲ ମେସି: ଭାବପ୍ରବଣ ହୋଇ କହିଲେ…

ନୂଆଦିଲ୍ଲୀ,୭।୧୦: ଆର୍ଜେଣ୍ଟିନା ଜର୍ସିରେ ଲିଓନେଲ ମେସିଙ୍କ ଶେଷ ଅନ୍ତର୍ଜାତୀୟ ମ୍ୟାଚ କେବଳ ଭାବବିହ୍ବଳ କରି ନ ଥିଲା, ବରଂ ତାଙ୍କ ବିଦାୟୀ ଭାଷଣ ଆର୍ଜେଣ୍ଟିନା ଫୁଟବଲ୍କୁ ଏକ…

ପଦୋନ୍ନତି ପରେ ବଦଳିଲେ ସାନଖେମୁଣ୍ଡି ବିଡିଓ

ଦିଗପହଣ୍ଡି,୭ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ବିଡିଓ ଜିତେନ୍ଦ୍ର କୁମାର ମିଶ୍ରଙ୍କ ଭବାନୀପାଟଣାସ୍ଥିତ କଳାହାଣ୍ଡି ଜିଲା ପରିଷଦ କାର୍ଯ୍ୟାଳୟର ଅତିରିକ୍ତ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ…

ମାଣତ୍ରୀ ଏସ୍‌ଏସ୍‌ଡି ବାଳିକା ହଷ୍ଟେଲରେ ୫୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଝାଡ଼ାବାନ୍ତିରେ ଆକ୍ରାନ୍ତ: ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ବାରିପଦା, ୭।୧୦ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅଧୀନ ମାଣତ୍ରୀସ୍ଥିତ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ (ଏସ୍‌ଏସ୍‌ଡି) ବାଳିକା ହାଇସ୍କୁଲ…

Repo Rate: FD ନିବେଶକଙ୍କ ପାଇଁ ଖୁସି ଖବର; ବ୍ୟାଙ୍କଗୁଡ଼ିକ ସୁଧ ହାର…

ନୂଆଦିଲ୍ଲୀ,୭।୧୦: ଯଦି ଆପଣ ଏକ ଫିକ୍ସଡ ଡିପୋଜିଟ (FD) ଖୋଲିବାକୁ ବିଚାର କରୁଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର ରହିଛି। ଭାରତୀୟ ରିଜର୍ଭ ବ୍ୟାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?