CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା

ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଆକ୍ରାନ୍ତଙ୍କ ମଧ୍ୟରେ କଳାହାଣ୍ଡି ଜିଲାରୁ  ୧୫ ଜଣ ଚିହ୍ନଟ ହୋଇଥିବା ବେଳେ କେନ୍ଦ୍ରାପଡ଼ାରୁ ଜଣେ, ନୂଆପଡ଼ାରୁ ୨, ଗଜପତିରୁ ୭, କଳାହାଣ୍ଡିରୁ ୨, ଗଞ୍ଜାମରୁ ୩, ପୁରୀରୁ ୩, ମୟୂରଭଞ୍ଜରୁ ୯, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୪, ଖୋର୍ଦ୍ଧାରୁ ୧୭, ଢେଙ୍କାନାଳରୁ ୩, କଟକରୁ ୭ ଏବଂ ସମ୍ବଲପୁରରୁ ଜଣେ ଚିହ୍ନଟ ହୋଇଛନ୍ତି। ସେହିପରି ଓଡ୍ରାଫ୍‌, ଏନ୍‌ଡିଆର୍‌ଏଫ୍‌ ଏବଂ ଅଗ୍ନିଶମ ବିଭାଗର ୫୪ ଜଣ କମର୍ଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା ୩୩୮୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୧୦୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨୨୮୨ ଜଣ ସୁସ୍ଥ ହୋଇଥିବା ବେଳେ ୯ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

ଆମେରିକା-ଇରାନ ଯୁଦ୍ଧରେ ମଧ୍ୟସ୍ଥତା କରିବା ପରେ ଏତେ ବଡ଼ ପୁରସ୍କାର ମାଗିଦେଲା ପାକିସ୍ତାନ, ସାରା ବିଶ୍ୱ ଚକିତ

ଇସଲାମାବାଦ,୯।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତିରେ ସାମିଲ ହେବାରେ ପାକିସ୍ତାନ ଅତ୍ୟନ୍ତ ଖୁସି। ପାକିସ୍ତାନୀ ଗଣମାଧ୍ୟମ ଦାବି କରିଛି ଯେ ଏହି ସଙ୍କଟକୁ ଏଡାଇବାରେ ଇସଲାମାବାଦ…

ଆକ୍ସନ ମୋଡରେ ବନବିଭାଗ, ବେଆଇନ କରତକଳ ଉପରେ ଚଢ଼ାଉ, ମାଲିକ ଫେରାର

ଧାମନଗର,୯।୪(ଦେବେନ୍ଦ୍ର ଆନ୍ଦିଆ): ଧାମନଗର ଅଞ୍ଚଳରେ ଚାଲୁଥିବା ବେଆଇନ କରତକଳ ଗୁଡିକୁ ଧରିବା ପାଇଁ ବନ ବିଭାଗ ଅଣ୍ଟା ଭିଡିଛି । ଭଦ୍ରକ ଜିଲା ଧାମନଗର ରେଞ୍ଜ ଅଧୀନ…

ଶେଖ ହାସିନାଙ୍କୁ ପ୍ରତ୍ୟର୍ପଣ କର: ଭାରତରେ ପହଞ୍ଚି ଏମିତି କହିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ, ମିଳିଲା ଏମିତି ଜବାବ

ଢାକା,୯।୪: ଗତ ବର୍ଷ ଭାରତ-ବାଂଲାଦେଶ ସମ୍ପର୍କରେ ଉତ୍ତେଜନା ଶୀର୍ଷରେ ପହଞ୍ଚିବା ପରେ ବାଂଲାଦେଶ ଏବେ ସମ୍ପର୍କ ଉନ୍ନତ କରିବା ପାଇଁ ପଦକ୍ଷେପ ନେଉଛି। ଏହି ପରିପ୍ରେକ୍ଷୀରେ ବାଂଲାଦେଶର…

‘ଏଥର ଏପରି ଗୁଳି ବର୍ଷା କରିବୁ…’ ଯୁଦ୍ଧବିରତି ମଧ୍ୟରେ ଟ୍ରମ୍ପ ଇରାନକୁ କାହିଁକି ଧମକ ଦେଲେ?

ଓ୍ବାଶିଂଟନ,୯।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହର ଅସ୍ତ୍ରବିରତି ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ବୟାନ ଦେଇଛନ୍ତି । ଆମେରିକା ରାଷ୍ଟ୍ରପତି ପୁଣି ଥରେ…

ରେଳ ଷ୍ଟେଶନରୁ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌: ବାପା ହିଁ ରଚିଥିଲେ ଷଡଯନ୍ତ୍ର: ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

ନିରାକାରପୁର,୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ରେଳ ଡିଭିଜନ ଅନ୍ତର୍ଗତ ନିରାକାରପୁର ରେଳଷ୍ଟେଶନରେ ଶିଶୁ ଚୋରି ଘଟଣାରେ ନୂଆ ଟ୍ବିଷ୍ଟ୍‌। ଶିଶୁ ଚୋରି କାହାଣୀ ବାପା ନିଜେ ରଚିଥିବା…

ରାସ୍ତା-ଡ୍ରେନ୍‌ ନିର୍ମାଣ ନ ହେଲେ ଭୋଟ୍‌ ବର୍ଜନ ପାଇଁ ଚେତାବନୀ ଦେଲେ ଗ୍ରାମବାସୀ

କେନ୍ଦୁଝର,୯ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ପଦ୍ମପୁର ପଞ୍ଚାୟତ ବନାଯୋଡ଼ି ଗ୍ରାମର ଭୁରୁଡ଼ିସାହିରେ ରାସ୍ତା ଓ ଡ୍ରେନ ନିର୍ମାଣ ନ ହେଲେ ଗ୍ରାମବାସୀ ଆଗାମୀ…

ତେଲଙ୍ଗାନାରେ ବର୍ବରତାର ସୀମାପାର୍, ଅଙ୍ଗନୱାଡି ଶିକ୍ଷୟିତ୍ରୀଙ୍କୁ ଗଛରେ ବାନ୍ଧି….

ହାଇଦ୍ରାବାଦ,୯।୪: ତେଲଙ୍ଗାନା ସଙ୍ଗାରେଡ୍ଡି ଜିଲାର କାଙ୍ଗଟି ମଣ୍ଡଳରେ ଅବସ୍ଥିତ ରାସୋଲ ଗାଁରୁ ଅମାନବୀୟ ଘଟଣା ସାମ୍ନାକୁ ଆସିଛି, ଯାହା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri