CORONAVIRUS UPDATE: ୬୭ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର

ଭୁବନେଶ୍ୱର,୨୮।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଗଞ୍ଜାମରେ ସର୍ବାଧିକ ୨୬ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୫ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଜଣେ ସ୍ଥାନୀୟ ଅଞ୍ଚଳର ଥିବା ଜଣାପଡ଼ିଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୬ଜଣ ସୁରଟ, ୬ଜଣ ମହାରାଷ୍ଟ୍ର ଓ ୩ଜଣ ତାମିଲନାଡ଼ୁ ଫେରନ୍ତା ବୋଲି ସୂଚନା ମିଳିଛି। ସେହିପରି ଖୋର୍ଦ୍ଧାରେ ଚିହ୍ନଟ ହୋଇଥିବା ୧୧ଆକ୍ରାନ୍ତଙ୍କ ମଧ୍ୟରୁ ୧୦କ୍ୱାରାଣ୍ଟାଇନ୍‌ ସେଣ୍ଟର ଓ ଜଣେ ସ୍ଥାନୀୟ ଅଞ୍ଚଳର। ସେମାନଙ୍କ ମଧ୍ୟରୁ ୫ଜଣ ମହାରାଷ୍ଟ୍ର, ୩ ଗୁଜରାଟ ଓ ୨ଜଣ ପଶ୍ଚିମବଙ୍ଗ ଫେରନ୍ତା।
ସେହିଭଳିି ନୟାଗଡ଼ରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ସେମାନେ ଗୁଜରାଟ ଫେରନ୍ତା। ସମ୍ବଲପୁରରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ୨ଜଣ ଉତ୍ତରପ୍ରଦେଶ ଓ ଆନ୍ଧ୍ରପ୍ରଦେଶ ଫେରନ୍ତା। ବରଗଡ଼ର ଆକ୍ରାନ୍ତ ଜଣକ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଥିବା ବେଳେ ସେ ମହାରାଷ୍ଟ୍ର ଫେରନ୍ତା ବୋଲି ଜଣାପଡ଼ିଛି।
ସୁବର୍ଣ୍ଣପୁରରେ ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ ସେଣ୍ଟରର। ୪ଆକ୍ରାନ୍ତଙ୍କ ମଧ୍ୟରୁ ୨ଜଣ ତାମିଲନାଡୁ ଓ ୨ଜଣ ମହାରାଷ୍ଟ୍ର ଫେରନ୍ତା। ସେହିପରି ଯାଜପୁରରେ ଚିହ୍ନଟ ହୋଇଥିବା ୧୧ଆକ୍ରାନ୍ତଙ୍କ ମଧ୍ୟରୁ ୮ପଶ୍ଚିମବଙ୍ଗ, ୨ ଗୁଜରାଟ ଓ ଜଣେ ଆନ୍ଧ୍ରପ୍ରଦେଶ ଫେରନ୍ତା ବୋଲି ଜଣାପଡ଼ିଛି। ବଲାଙ୍ଗୀରରେ ଚିହ୍ନଟ ହୋଇଥିବା ୨ ଆକ୍ରାନ୍ତ ମହାରାଷ୍ଟ ଫେରନ୍ତା ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ।
କେନ୍ଦୁଝରର ଆକ୍ରାନ୍ତ ଉତ୍ତରପ୍ରଦେଶ ଫେରନ୍ତା ହୋଇଥିବା ବେଳେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ। ସେହିଭଳି ଜଗତସିଂହପୁରର ୨ଆକ୍ରାନ୍ତ ପାଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ସେମାନେ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ରହିଥିଲେ।

 

 


Enter your email to get our daily news in your inbox.

All Right Reserved By Dharitri.Com

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?