Microscopic view of Coronavirus, a pathogen that attacks the respiratory tract. Analysis and test, experimentation. Sars. 3d render
ଭୁବନେଶ୍ୱର, ୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬ କରୋନା ପଜିଟିଭ ସୋମବାର ଅପରାହ୍ନରେ ଚିହ୍ନଟ ହୋଇଛନ୍ତି। ତେବେ ଏହି ୬ଜଣଙ୍କ ମଧ୍ୟରେ ଯାଜପୁରର ୪ ଜଣ ହୋଇଥିବା ବେଳେ ଭଦ୍ରକର ୨ ପଜିଟିଭ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏ ନେଇ କୋଭିଡ୍ ଓ୍ବେବ୍ସାଇଟ୍ରେ ପ୍ରକାଶ ପାଇଛି।
ଏହାକୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଥିବା ବେଳେ ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି।
ସୂଚନାଯୋଗ୍ୟ, ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ସେଥିରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏବେ ୧୦୮ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।