CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ଭୁବନେଶ୍ୱର, ୨୦।୬(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ପୁରୀ ଜିଲାର ହୋଇଥିବା ବେଳେ ତାଙ୍କ ବୟସ ୬୦। କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଦୀର୍ଘଦିନ ହେବ ସେ ଶ୍ୱାସଜନିତ ରୋଗରେ ପୀଡ଼ିତ ଥିଲେ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି ପାଇଛି।