CORONAVIRUS UPDATE: କରୋନା ନେଲା ଆଉ ଏକ ଜୀବନ; ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୫ରେ ପହଞ୍ଚିଲା

ଭୁବନେଶ୍ୱର, ୨୨।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତରେ ସୋମବାର ଆଉ ଜଣଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଗଞ୍ଜାମ ଜିଲାର ୪୬ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି।