CORONAVIRUS UPDATE: ଭୁବନେଶ୍ୱରରେ ଆଉ ଜଣେ କରୋନା ପଜିଟିଭ୍‌, ୧୮୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୧ା୬(ବ୍ୟୁରୋ): ରବିବାର ଭୁବନେଶ୍ୱରରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆକ୍ରାନ୍ତ ଜଣଙ୍କ ଚନ୍ଦ୍ରଶେଖରପୁର ନିଳାଦ୍ରୀବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ସେ ଅନ୍ୟ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ଜଣାପଡ଼ିଛି। ଅନ୍ୟପକ୍ଷରେ ରବିବାର ରାଜଧାନୀରୁ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନାଯୋଗ୍ୟ, ରାଜଧାନୀ ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ୧୮୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୩ ଜଣ ସୁସ୍ଥ ହୋଇଛନ୍ତି। ୮୮ ଜଣ ଚିକିତ୍ସାଧୀନ ଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଘଟିଛି।