CORONAVIRUS UPDATE: ମାସକରେ ୧୨ ଜିଲାରେ ୧୩୮ ସଂକ୍ରମିତ

ଭୁବନେଶ୍ୱର,୩୦ା୪(ବ୍ୟୁରୋ): କରୋନା(କୋଭିଡ-୧୯) ଭୂତାଣୁ ସଂକ୍ରମଣ ରାଜ୍ୟ ସରକାରଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି। ଏହାକୁ ରୋକିବା ସରକାରଙ୍କ ପକ୍ଷେ ବେଳକୁ ବେଳ ମୁସ୍କିଲ ହୋଇପଡୁଛି। ସରକାର ଯେତେ ଯାହା ପଦକ୍ଷେପ ନେଲେ ବି ଏହି ରୋଗ ନିୟନ୍ତ୍ରଣକୁ ଆସୁ ନାହିଁ। ଦିନକୁ ଦିନ ଏହା ବଢି ବଢି ଚାଲିଛି। ମାର୍ଚ୍ଚ ୩୧ ତାରିଖରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଥିଲା। ମାସକ ପରେ ଏହି ସଂଖ୍ୟା ୧୪୨ରେ ପହଞ୍ଚିଛି। ଅର୍ଥାତ ୧ ମାସ ମଧ୍ୟରେ ୧୩୮ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯଦିଓ ଦେଶ କିମ୍ବା ଅନ୍ୟ ରାଜ୍ୟ ତୁଳନାରେ ଏହା କମ୍‌ ତେବେ ଓଡ଼ିଶା ଭଳି ରାଜ୍ୟ ପାଇଁ ଏହା ଗମ୍ଭୀର ସ୍ଥିତି ସୃଷ୍ଟି କରିବାକୁ ଯାଉଛି। ଲକ୍‌ଡାଉନ ଉଠିବା ପରେ ଅନ୍ୟ ରାଜ୍ୟରୁ ଲୋକମାନେ ଓଡିଶାକୁ ଫେରିବେ। ଏହି ମହାମାରୀ ରୋଗ ଆହୁରି ଅଧିକ ସଂକ୍ରମଣ ହେବା ଆଶଙ୍କାକୁ ଏଡାଯାଇ ନ ପାରେ । ମାସକ ପୂର୍ବରୁ କରୋନା ଭୂତାଣୁ ସଂକ୍ରମଣ ଖୋର୍ଦ୍ଧା ଜିଲାର ଭୁବନେଶ୍ୱରରୁ ୩ ଜଣ ଓ ଭଦ୍ରକ ସହରର ଜଣଙ୍କୁ ମିଶାଇ ୪ ଜଣ ଥିଲା। ଗତ ମାସକ ମଧ୍ୟରେ ଏହି ମହାମାରୀ ୧୪ଟି ଜିଲାରେ ପାଦ ଥାପି ସାରିଲାଣି। ସେଗୁଡ଼ିକ ହେଲା ଖୋର୍ଦ୍ଧା, ଭଦ୍ରକ ସମେତ ବାଲେଶ୍ୱର, ଯାଜପୁୁର, କେନ୍ଦ୍ରାପଡ଼ା, ସୁନ୍ଦରଗଡ, କଳାହାଣ୍ଡି, କଟକ, ପୁରୀ, ଢେଙ୍କାନାଳ, କୋରାପୁଟ, କେନ୍ଦୁଝର, ଦେବଗଡ ଏବଂ ଝାରସୁଗୁଡା। ଗତ ସପ୍ତାହରେ କୋରାପୁୁଟ, କେନ୍ଦୁଝର, ଝାରସୁଗୁଡା ଓ ଦେବଗଡକୁ ଗ୍ରୀନ ଜୋନରେ ରଖାଯାଇଥିଲା। ଏବେ ଏହି ସବୁ ଜିଲା ରେଡ ଜୋନରେ ଯୋଡି ହୋଇଯାଇଛି।ରାଜ୍ୟ ବାହାରୁ ଆସୁଥିବା ଲୋକମାନଙ୍କର ଯଦି ଠିକ୍‌ ଭାବେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ପାରିବ ତେବେ ସଂକ୍ରମଣ ଆଶଙ୍କାକୁ ବହୁ ମାତ୍ରାରେ ରୋକାଯାଇ ପାରିବ ବୋଲି ସ୍ବାସ୍ଥ୍ୟ ବିଶାରଦ ମତ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଏସ୍‌କେଓ୍ବାଇକୁ ବିରୋଧ କରୁଛନ୍ତି କେନ୍ଦ୍ରମନ୍ତ୍ରୀ: ପାଣ୍ଡିଆନ୍‌

ଭୁବନେଶ୍ୱର/ ଉମରକୋଟ/ଝରିଗାଁ/ ପାପଡ଼ାହାଣ୍ଡି/ନବରଙ୍ଗପୁର/ ତେନ୍ତୁଳିଖୁଣ୍ଟି, ୨୭ା୪ (ଅନିଲ ଦାସ/ସନ୍ତୋଷ ଶତପଥୀ/କିଶୋର ଚନ୍ଦ୍ର ମଣ୍ଡଳ/ସ୍ବପ୍ନଜିତ ପଟ୍ଟନାୟକ/ସଦାଶିବ ପ୍ରହରାଜ/ଚିଦାନନ୍ଦ ସାହୁ): ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶୁକ୍ରବାର...

ଗୋଟିଏ ଆସନ ପାଣ୍ଡିଆନ୍‌ଙ୍କ ପାଇଁ ଛାଡ଼ିବେ ମୁଖ୍ୟମନ୍ତ୍ରୀ: ଭାଜପା

ଭୁବନେଶ୍ୱର, ୨୭।୪(ସୁନିତ୍‌ ମିଶ୍ର): କାର୍ତ୍ତିକ ପାଣ୍ଡିଆନ୍‌ଙ୍କ ନାଁ ବିଜେଡିର ଷ୍ଟାର ପ୍ରଚାରକ ତାଲିକାରେ ଅଛି। ଏଥିରୁ ପ୍ରମାଣିତ ହେଲା ଯେ, ସେ ହେଉଛନ୍ତି ବିଜେଡିର ୨...

ଛିଡୁନି ଭାଜପା ପ୍ରାର୍ଥୀଙ୍କ ନାମ, ମହିଳା କାର୍ଡ ଖେଳିବା ଚର୍ଚ୍ଚା

କଟକ,୨୭ା୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନକୁ ମାତ୍ର କମ୍‌ ସମୟ ଥିବାବେଳେ ଆସନ୍ତା ସୋମବାରଠାରୁ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ। ହେଲେ ଏପର୍ଯନ୍ତ ବାରବାଟୀ-କଟକ ଭାଜପାର...

ଟୁକୁନୀଙ୍କ ପାଇଁ ପଦ୍ମପୁର ଜିଲା ଘୋଷଣା ଅଟକିଥିବା ଚର୍ଚ୍ଚା

ବଲାଙ୍ଗୀର, ୨୭ା୪(ବୀରେନ୍ଦ୍ର କୁମାର ଝାଙ୍କର): ଟିଟିଲାଗଡ଼ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟିକା ପ୍ରାର୍ଥୀ...

ସମ୍ବଲପୁରୀ ଲୁଙ୍ଗି ଉପାଖ୍ୟାନ

ସମ୍ବଲପୁର,୨୭।୪ (ଭବାନୀ ଶଙ୍କର ଭୋଇ): ସମ୍ବଲପୁରରେ ମୁଖ୍ୟମନ୍ତ୍ରୀଙ୍କ ଲୁଙ୍ଗିପିନ୍ଧାକୁ ନେଇ ବିଜେଡି ଏବଂ ଭାଜପା ମଧ୍ୟରେ ଜୋରଦାର ବାକ୍‌ଯୁଦ୍ଧ ଆରମ୍ଭ ହୋଇଯାଇଛି। ଶୁକ୍ରବାର ଏନେଇ ଉଭୟ...

ରବି-ତାରା ମୁହାଁମୁହିଁ

ଜୟପୁର, ୨୭ା୪(ପବନ ପାଣିଗ୍ରାହୀ): ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ରବିନାରାୟଣ ନନ୍ଦ ଶୁକ୍ରବାର ଜୟପୁର ସାଜୁସାହିସ୍ଥିତ ବିଜେଡି କାର୍ଯ୍ୟାଳୟରେ ଖବରଦାତା ସମ୍ମିଳନୀ କରି...

ମୁକାବିଲା ମୁଡ୍‌ରେ ସୂର୍ଯ୍ୟବଂଶୀ-ସଞ୍ଜୟ

ଧାମନଗର,୨୭୪(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଲୋକ ସଭା ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ଧାମନଗର ବିଧାନସଭା କ୍ଷେତ୍ରରେ ଭାଜପା, ବିଜେଡି ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି। ଭାଜପା...

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଅନୁଗୋଳ,୨୭ା୪ (ଅମିତ କୁମାର ସାମଲ): ଅନୁଗୋଳ ସଦର ଥାନା ଅଧୀନ ପଞ୍ଚମହଳା ନିକଟରେ ଶନିବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri