CORONAVIRUS UPDATE: ମୟୁରଭଞ୍ଜ ଛୁଇଁଲା କରୋନା; ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୨୦୦ ଟପିଲା

ଭୁବନେଶ୍ୱର,୭।୫:(ବ୍ୟୁରୋ): ରାଜ୍ୟରେ ଆଉ ୨୦ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଗୁରୁବାର ନୂଆ ଚିହ୍ନଟ ହୋଇଥିବା ୨୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୭ ଜଣ ଗଞ୍ଜାମ ଜିଲା ଓ ୩ଜଣ ମୟୁରଭଞ୍ଜ ଜିଲାର ବୋଲି ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂୂଚନା ମିଳିଛି। ଗଞ୍ଜାମ ଆକ୍ରାନ୍ତଙ୍କ ମଧ୍ୟରେ ଜଣେ ୨୦ ବର୍ଷୀୟ ଯୁବତୀ ଥିବା ବେଳେ ୧୬ଜଣ ପୁରୁଷ ରହିଛନ୍ତି। ସେମାନଙ୍କ ବୟସ ଯଥାକ୍ରମେ ୨୭, ୨୭, ୨୦, ୩୮, ୨୩, ୨୯, ୫୦, ୩୦, ୨୯, ୨୧, ୪୩, ୪୩, ୩୯,୪୬, ୧୮, ୨୪ ରହିଛି। ଆକ୍ରାନ୍ତ ସମସ୍ତ ସୁରଟ ଫେରନ୍ତା ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ପ୍ରଥମଥର ପାଇଁ ମୟୁରଭଞ୍ଜ ଜିଲାରେ ୩କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ସମସ୍ତ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯଥାକ୍ରମେ ୨୧, ୩୬ ଓ ୪୪ ରହିଛି। ଏମାନେ ସମସ୍ତେ କପ୍ତିପଦା ବ୍ଲକ ଅଞ୍ଚଳର ଏବଂ ସୁରତ ଫେରନ୍ତା ବୋଲି ସୂଚନା ମିଳିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ସମସ୍ତେ କ୍ୱାରାଣ୍ଟାଇନ୍‌ରେ ରହିଥିଲେ। ନମୁନା ଯାଞ୍ଚ ହେବା ପରେ ଗୁରୁବାର ରିପୋର୍ଟରେ ସେମାନଙ୍କ କରୋନା ପଜିଟିଭ୍‌ ବାହାରିଛି। ତେବେ ଏମାନେ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୫କୁ ପହଞ୍ଚିଛି। ସେଥିମଧ୍ୟରୁ ୧୪୨ଜଣ ଚିକିତ୍ସିତ ହେଉଥିବା ବେଳେ ୬୧ଜଣ ସୁସ୍ଥ ହୋଇଛନ୍ତି ଏବଂ ୨ଜଣଙ୍କର ମୃତ୍ୟୁ ଘଟିସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଡିଜେ ଶବ୍ଦରେ ଖସିଲା ଘର ପ୍ଲାଷ୍ଟର, ଗାଁରେ ଉତ୍ତେଜନା

ହିଞ୍ଜିଳିକାଟୁ, ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଗିରିଆ ଗ୍ରାମରେ ରବିବାର ରାତିରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଡିଜେର ଉଚ୍ଚ ଶବ୍ଦକୁ ନେଇ…

ମନିପର୍ସ ଖୋଜିବା ବାହାନାରେ ଦୋକାନରୁ ୩୦ ହଜାର ଲୁଟ୍‌ , ସିସିଟିଭିରେ…

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ଲୁଟେରାଙ୍କ ଦୌରାତ୍ମ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଲୋକଙ୍କ ଘର ଝରକା, କବାଟ ତାଡି ଲୁଟ୍‌ ହେଉଛି। ପୋଲିସ…

କୋରାପୁଟରୁ ମସ୍କୋ: ରୁଷିଆରେ ପଢ଼ାଇବେ କୋରାପୁଟର ଜାତୀୟ ପୁରସ୍କାରପ୍ରାପ୍ତ ଶିକ୍ଷକ ତରୁଣ କୁମାର ଦାଶ

କୋରାପୁଟ,୪।୧୦(ଅମିତାଭ ବେହେରା): କୋରାପୁଟ ମାଟିରୁ ଶିକ୍ଷାଦାନ କ୍ଷେତ୍ରରେ ଜାତୀୟ ପରିଚୟ ସୃଷ୍ଟି କରିଥିବା ତରୁଣ କୁମାର ଦାଶଙ୍କ ସଫଳତାରେ ଆଉ ଏକ ନୂଆ ଅଧ୍ୟାୟ ଯୋଡ଼ି ହୋଇଛି…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?