CORONAVIRUS UPDATE: ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟରେ ଆଉ ୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମୟୁରଭଞ୍ଜ ଜିଲାର ବୋଲି ଜଣାପଡ଼ିଛି। ଏହାକୁ ମିଶାଇ ଜିଲାରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ଶନିବାର ସକାଳ ସୁଦ୍ଧା ୧୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇସାରିଲେଣି। ଗଞ୍ଜାମରେ ୧୨, ଭଦ୍ରକରେ ଜଣେ ଓ ସୁନ୍ଦରଗଡ଼ରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୮୭କୁ ଛୁଇଁଛି। ରାଜ୍ୟରେ ୨୨୨ ଜଣ ଚିକିତ୍ସିତ ହେଉଥିବା ବେଳେ ୬୩ ସୁସ୍ଥ ଓ ୨ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଚାଲିଛି ବୋଲି ପ୍ରଶାସନ ପକ୍ଷରୁ କୁହାଯାଇଛି।