CORONAVIRUS UPDATE: ରାଜ୍ୟରେ ଆଉ ୩ ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଆଉ ୩ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୨କୁ ବୃଦ୍ଧି ପାଇଛି। ନୂଆ ପଜିଟିଭ୍‌ମାନେ କେନ୍ଦୁଝର, ଦେବଗଡ଼ ଓ ଝାରସୁଗୁଡ଼ା ଜିଲାର। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ସକାଳେ ଭୁବନେଶ୍ୱରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଉକ୍ତ ବ୍ୟକ୍ତି ମଧୁସୂଦନ ନଗରର ୭୭ ବର୍ଷୀୟ ବୃଦ୍ଧ ହୋଇଥିବା ବେଳେ ୪୧ନଂ ଆକ୍ରାନ୍ତର ସମ୍ପର୍କୀୟ ବୋଲି ଜଣାପଡ଼ିଥିଲା।