CORONAVIRUS UPDATE: ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି

ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସକାଳେ ଆଉ ୬୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଯାଜପୁରରେ ସର୍ବାଧିକ ୩୧, ଗଞ୍ଜାମ ୧୩, କଟକ ୬, କେନ୍ଦ୍ରାପଡ଼ା ୪, ପୁରୀ ୪, ଖୋର୍ଦ୍ଧା ୩, ମୟୁରଭଞ୍ଜ ୨ ଓ ନୟାଗଡ଼ର ୨ ରହିଛନ୍ତି। ୬୫ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୬୨ଜଣ ସରକାରୀ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୩ଜଣ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଥିବା ଜଣାପଡ଼ିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ପଜିଟିଭ୍‌ଙ୍କୁ ମିଶାଇ ରାଜ୍ୟରେ ୫୬୮ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୧୬୬ଜଣ ସୁସ୍ଥ ଓ ୩ଜଣଙ୍କ ମୃତ୍ୟୁ ଘଟିଛି। ତେବେ ଉକ୍ତ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ବାଂଲାଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଲେ ତାରିକ୍ ରହମାନ

ନୂଆଦିଲ୍ଲୀ,୧୭।୨: ଦୀର୍ଘ ଦୁଇ ବର୍ଷର ଅନିଶ୍ଚିତତା ପରେ ବାଂଲାଦେଶରେ ଏକ ନୂତନ ରାଜନୈତିକ ଯୁଗର ଆରମ୍ଭ ହୋଇଛି। ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP) ମୁଖ୍ୟ ତାରିକ ରହମାନ…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri