CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି

ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ଥିବା ବେଳେ ୪ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍‌) ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୩୩୬ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ସୂଚନା ଦିଆଯାଇଛି।

Share