CORONAVIRUS UPDATE: ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଭାଇରସ୍‌ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୭୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟାା ୬୧୧ରେ ପହଞ୍ଚିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ଖୋର୍ଦ୍ଧାର ୩, ଗଞ୍ଜାମର ସର୍ବାଧିକ ୪୨, ଭଦ୍ରକର ୯, ଯାଜପୁରରେ ୧୭ ଓ ସୁନ୍ଦରଗଡ଼ ଅଞ୍ଚଳର ୨ଜଣ ରହିଥିବା ସୂଚନା ରହିଛି। ଖୋର୍ଦ୍ଧା ଓ ଗଞ୍ଜାମର ଆକ୍ରାନ୍ତ ସୁରଟ ଫେରନ୍ତା ହୋଇଥିବା ବେଳେ ଭଦ୍ରକରେ ୫ଜଣ ଆକ୍ରାନ୍ତ ସୁରଟ, ୩ ଜଣ ପଶ୍ଚିମବଙ୍ଗରୁ ଓ ଜଣେ କର୍ନାଟକ ଫେରନ୍ତା ଥିବା ଜଣାପଡ଼ିଛି। ସେହିପରି ଯାଜପୁରର ୧୭ଜଣ ଆକ୍ରାନ୍ତ ପଶ୍ଚିମବଙ୍ଗ ଫେରନ୍ତା ହୋଇଥିବା ବେଳେ ସୁନ୍ଦରଗଡ଼ର ୨ନୂଆ ଚିହ୍ନଟ ଆକ୍ରାନ୍ତ କଣ୍ଟେନମେଣ୍ଟ ଜୋନର। ସମସ୍ତ ଆକ୍ରାନ୍ତ କ୍ୱାରାଣ୍ଟାଇନ୍‌ରେ ଥିବା ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟରେ ଏପର୍ଯ୍ୟନ୍ତ ୪୬୫ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ହେଉଥିବା ବେଳେ ୧୪୩ ଜଣ ସୁସ୍ଥ ଓ ୩ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଋଷିଆରୁ ତେଲ କିଣିବା ବନ୍ଦ କରିନାହିଁ ଭାରତ; ଆମେରିକାର ଦାବିକୁ ଖଣ୍ଡନ କଲା ମସ୍କୋ

ନୂଆଦିଲ୍ଲୀ,୧୮।୨: ଭାରତ ଋଷିଆଠାରୁ ତେଲ ଆମଦାନୀ ବନ୍ଦ କରିଥିବା ନେଇ ଆମେରିକାର ଦାବିକୁ ଋଷିଆ ସମ୍ପୂର୍ଣ୍ଣ ରୂପେ ଖଣ୍ଡନ କରିଛି। ବୁଧବାର ଋଷିଆ ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ…

ଶେଷ ଓଭରରେ ଭାରତର ରୋମାଞ୍ଚକର ବିଜୟ, ଶେଷ ଯାଏ ଲଢ଼ିଲା ନେଦରଲ୍ୟାଣ୍ଡ

ଅହମ୍ମଦାବାଦ,୧୮।୨: ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ୍‌ର ଏକ ରୋମାଞ୍ଚକର ମୁକାବିଲାରେ ଭାରତ ୧୭ ରନରେ ନେଦରଲ୍ୟାଣ୍ଡକୁ ପରାସ୍ତ କରିଛି। ଏହି ବିଜୟ ସହ ଭାରତ…

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

T20 ବିଶ୍ୱକପ୍‌ ୨୦୨୬: ଶିବମ ଦୁବେଙ୍କ ବିସ୍ଫୋରକ ଅର୍ଦ୍ଧଶତକ, ନେଦରଲାଣ୍ଡ ଆଗରେ ୧୯୪ ରନ୍‌ର ଲକ୍ଷ୍ୟ

ଅହମ୍ମଦାବାଦ,୧୮।୨: T20 ବିଶ୍ୱକପ୍‌ ୨୦୨୬ର ଶେଷ ଗ୍ରୁପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ନେଦରଲାଣ୍ଡ ବିପକ୍ଷରେ ୬ ୱିକେଟ୍ ହରାଇ ୧୯୩ ରନ୍‌ର ଏକ ବଡ ସ୍କୋର ଛିଡ଼ା…

ବଲାଙ୍ଗୀର: ଭଡ଼ା ଘରେ ଚାଲିଥିଲା ସେକ୍ସ ରାକେଟ, ଚଢ଼ାଉ କରି ୨ ଦେହଜୀବିଙ୍କ ସହ ୪ ଗ୍ରାହକଙ୍କୁ…

ବଲାଙ୍ଗୀର,୧୮।୨(ସୁନୀଲ କୁମାର ମହାନ୍ତି)- ବଲାଙ୍ଗୀର ସହର ସୁଦପଡା ଗ୍ୟାସ ଗୋଦାମ ନିକଟ ଏକ ଭଡ଼ା ଘରେ ସେକ୍ସ ରାକେଟ ଠାବ ହୋଇଛି। ବିଶ୍ୱସ୍ତ ସୂତ୍ରରୁ ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri