CORONAVIRUS UPDATE: ରାଜ୍ୟରେ ଆଉ ୭୪ କରୋନା ପଜିଟିଭ ଚିହ୍ନଟ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି, ୭୨ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ, ୨ ଲୋକାଲ କେସ୍‌

ଭୁବନେଶ୍ୱର, ୨୦।୫(ବ୍ୟୁରୋ): ରାଜ୍ୟରେ ବୁଧବାର ଆଉ ୭୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ବୌଦ୍ଧ ଜିଲାରୁ ସର୍ବାଧିକ ୨୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ପୁରୀରୁ ୧୧, କଟକ ୯, ଖୋର୍ଦ୍ଧା ୭, ଗଞ୍ଜାମ ୬, ଯାଜପୁର ୬, କେନ୍ଦ୍ରାପଡ଼ା ୨, ମାଲକାନଗିରିରୁ ୨। ସେହିପରି ବାଲେଶ୍ୱର, ଢେଙ୍କାନାଳ ଓ କନ୍ଧମାଳରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୨କୁ ବୃଦ୍ଧି ପାଇଛି। ତେବେ ଆଜି ଚିହ୍ନଟ ୭୪ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରାଣ୍ଟାଇନ ସେଣ୍ଟରରେ ଥିଲେ। ଅନ୍ୟ ୨ ଜଣ ଲୋକାଲ କେସ୍‌ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଲଘୁଚାପ ସମ୍ଭାବନା: ୨୪ ଘଣ୍ଟାରେ ସ୍ପଷ୍ଟ ହେବ ଚିତ୍ର

ଭୁବନେଶ୍ୱର, ୨୨।୮: ଉତ୍ତର ବଙ୍ଗୋପସାଗର ଉପରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଉତ୍ତର ବଙ୍ଗୋପସାଗର ସଂଲଗ୍ନ ପଶ୍ଚିମବଙ୍ଗ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ…

୪ ବର୍ଷରୁ କମ ବୟସର ପିଲାମାନଙ୍କୁ ଦିଆଯିବ ନାହିଁ ଏହି ଥଣ୍ଡା-କାଶ ଔଷଧ: କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୨।୮: କେନ୍ଦ୍ର ସରକାର ଛୋଟ ପିଲାମାନଙ୍କ ସ୍ବାସ୍ଥ୍ୟ ସୁରକ୍ଷା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ସରକାର ୪ ବର୍ଷରୁ କମ ବୟସର ପିଲାମାନଙ୍କ ପାଇଁ ଉଦ୍ଦିଷ୍ଟ…

ଏହି ୫୨ ନେତା ପିନ୍ଧିବେ ୧୦ ଲକ୍ଷ ଟଙ୍କାର ଜ୍ୟାକେଟ୍‌: ପଛରେ ରହିଛି ଏମିତି କାରଣ

ଲକ୍ଷ୍ନୌ,୨୨।୮: ଉତ୍ତର ପ୍ରଦେଶରେ ରାଜନୈତିକ ନେତାଙ୍କ ସୁରକ୍ଷା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ରାଜ୍ୟର ୫୨ ନେତାଙ୍କୁ ବୁଲେଟପ୍ରୁଫ ଜ୍ୟାକେଟ ଯୋଗାଇ ଦିଆଯାଇଛି। ଏହି ସୁରକ୍ଷା…

ମୃତ୍ୟୁପରେ ରୋଗୀଙ୍କୁ ରେଫର କଲେ ଡାକ୍ତର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ଅଭିଯୋଗ

ତିହିଡି଼,୨୨।୮(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡି଼ ଥାନା ଭାଟପ ପଞ୍ଚାୟତ ଅଧୀନ ବଉଳପାଳ ଗ୍ରାମର ମାୟାଧର ତ୍ରିପାଠୀ (୬୫)ନାମକ ଜଣେ ବୃଦ୍ଧଙ୍କ ତ୍ରୁଟିପୂର୍ଣ୍ଣ ଚିକିତ୍ସା ପାଇଁ ମୃତ୍ୟୁ ଘଟିଥିବା…

ଦୀପିକାଙ୍କୁ ନେଇ ବଢୁଛି ଚର୍ଚ୍ଚା: ‘ସ୍ପିରିଟ୍‌’ରୁ ବିଦା ହେବାକୁ ବଢିଲା ବିବାଦ

ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋଣ ପ୍ରଭାସଙ୍କ ଫିଲ୍ମ ‘ସ୍ପିରିଟ୍‌’ରୁ ବିଦା ହେବାକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଫିଲ୍ମର ନିର୍ମାତା ଅଭିନେତ୍ରୀଙ୍କ ବିଷୟରେ ଅନେକ ଅଭିଯୋଗ ଆଣିଛନ୍ତି। ସନ୍ଦୀପ…

ଏକକାଳୀନ ଫାଟିଲା ଅନେକ ସ୍ମାର୍ଟ ମିଟର, ଦୁଇ ଶିଶୁଙ୍କ ସହ ଜଳିଗଲେ ୪ ଜଣ

ସୁଲତାନପୁର,୨୨।୮: ଉତ୍ତର ପ୍ରଦେଶ ସୁଲତାନପୁରର ଆବାସ ବିକାଶ କଲୋନୀର ପାଣି ଟାଙ୍କି ନିକଟରେ, ସାତଟି ପୃଥକ ଘରେ ସ୍ଥାପିତ ସ୍ମାର୍ଟ ମିଟର, ଏକାସଙ୍ଗେ ବିସ୍ଫୋରଣ ହେବାରୁ ଗୋଟିଏ…

ସ୍କୁଲ ନା ଗୋଦାମ ଘର, ନିଜ ଖର୍ଚ୍ଚରେ ଜେନେରେଟର ଚଳାଉଛନ୍ତି ଶିକ୍ଷକ: ଶ୍ରେଣୀକୋଠରି ଅଭାବରୁ ୧୮୩ ଛାତ୍ରୀଛାତ୍ର

ଜମନକିରା, ୨୨।୮ (ରବିନ୍ଦ୍ର ପ୍ରସାଦ ଦାନୀ): ରାଜ୍ୟ ସରକାର ଶିକ୍ଷା ବ୍ୟବସ୍ଥାର ଉନ୍ନତିକରଣ ତଥା ବିଦ୍ୟାଳୟ ରୂପାନ୍ତରଣ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବା ବେଳେ…

ବିଜୟ ସରକାର ଏହି ପିଲାମାନଙ୍କୁ ଦେବେ ବଡ଼ ଉପହାର; ଅଳଙ୍କାର ବ୍ୟବସାୟୀମାନଙ୍କୁ ଦିଆଯାଇଛି ଅର୍ଡର

ଚେନ୍ନାଇ,୨୨।୮: ମୁଖ୍ୟମନ୍ତ୍ରୀ ବିଜୟ ତାମିଲନାଡୁ ସମ୍ପର୍କରେ ଏକ ବଡ଼ ଘୋଷଣା କରିଛନ୍ତି। ସେ ନବଜାତ ଶିଶୁଙ୍କ ପାଇଁ ‘ଥାଇମାମାନ ସୁନା ମୁଦି ଯୋଜନା’ ଆରମ୍ଭ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri