CORONAVIRUS UPDATE: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟାା ୧୧୦୦ ଟପିଲା

ଭୁବନେଶ୍ୱର,୨୧।୫(ବ୍ୟୁରୋ): ରାଜ୍ୟରେ କରୋନା ଭାଇରସ୍‌ ସଂକ୍ରମଣ ଥମିବାରେ ନା ନେଉନି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗୁରୁବାର ସକାଳେ ରାଜ୍ୟରେ ଆଉ ୫୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ବୁଧବାର ଅପରାହ୍ନରେ କଳାହାଣ୍ଡିରେ ସର୍ବାଧିକ ୧୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୦୩କୁ ବୃଦ୍ଧି ହୋଇଛି। ତେବେ ଗୁରୁବାର ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ନୟାଗଡ଼ରେ ସର୍ବାଧିକ ୧୧, କଟକ ୯, ଯାଜପୁର ୫, ଗଞ୍ଜାମ ୪, ମୟୁରଭଞ୍ଜ ୩, ଅନୁଗୋଳ ୨, ଜଗତସିଂହପୁର ଓ ସମ୍ବଲପୁରରେ ୨ , ମାଲକାନଗିରି, ପୁରୀରେ ଜଣେ ଲେଖାଏ ରହିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ନୂଆ ଆକ୍ରନ୍ତଙ୍କ ମଧ୍ୟରୁ ୪୮ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ହୋଇଥିବା ବେଳେ ୩ଟି ଲୋକାଲ କେସ୍‌ ରହିଥିବା ଜଣାପଡ଼ିଛି। ସମସ୍ତ ଆକ୍ରାନ୍ତ କାହା କାହା ସଂସ୍ପର୍ଶରେ ଆସିଛନ୍ତି ସେନେଇ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ସୂଚନା ମୁତାବକ ନୂଆ ଚିହ୍ନଟ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ୭୫୩ଜଣ ଚିକିତ୍ସିତ ହେଉଥିବା ବେଳେ ୩୪୩ ସୁସ୍ଥ ଓ ୭ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଏଲ୍‌-ନିନୋ ପ୍ରଭାବ, ଅକ୍ଟୋବରରୁ ଡିସେମ୍ବର ଯାଏ ବଢ଼ିବ ତାପମାତ୍ରା

ନୂଆଦିଲ୍ଲୀ,୯।୧୦: ବିଶ୍ୱବ୍ୟାପୀ ପାଣିପାଗ ବିଶେଷଜ୍ଞମାନେ ଏଲ୍‌ ନିନୋର ପ୍ରଭାବ ବୃଦ୍ଧିକୁ ନେଇ ଚେତାବନୀ ଦେଇଛନ୍ତି । ଅକ୍ଟୋବରରୁ ଡିସେମ୍ବର ଯାଏଁ ଏଲ୍‌-ନିନୋ କାରଣରୁ ତାପମାତ୍ରା ପ୍ରାୟ ୩.୭…

ଦାରିଙ୍ଗବାଡ଼ିରେ ଶୀତର ଆଗମନ: ବଢ଼ୁଛି ପର୍ଯ୍ୟଟକଙ୍କ ସଂଖ୍ୟା

ଦାରିଙ୍ଗବାଡ଼ି,୯।୧୦(ଅରୁଣ ସାହୁ): କନ୍ଧମାଳ ଜିଲାର ପର୍ଯ୍ୟଟନସ୍ଥଳୀ ଦାରିଙ୍ଗବାଡ଼ି ଅଞ୍ଚଳରେ ଧୀରେ ଧୀରେ ଶୀତର ଆଗମନ ଅନୁଭୂତ ହେବାରେ ଲାଗିଛି। ଗତ କିଛି ଦିନ ହେଲା ଅଞ୍ଚଳରେ ହାଲୁକା…

ପୁଣି ନୋବେଲ ଶାନ୍ତି ପୁରସ୍କାର ଦାବିକଲେ ଟ୍ରମ୍ପ୍‌, ୮ଯୁଦ୍ଧ ରୋକିଥିବା ଦାବି ଦୋହରାଇଲେ

ଓ୍ବାଶିଂଟନ,୯।୧୦: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନୋବେଲ ଶାନ୍ତି ପୁରସ୍କାର ପାଇଁ ପୁଣି ଥରେ ଦାବି ଉପସ୍ଥାପନ କରିଛନ୍ତି । ସେ ୮ଟି ଯୁଦ୍ଧର ସମାଧାନ କରିଛନ୍ତି…

ପଶ୍ଚିମବଙ୍ଗରୁ ତାମିଲନାଡୁ…. ଆଜି ୬ ଆସନର ରେଜଲ୍ଟ, କିଏ ମାରିବ ବାଜି?

ନୂଆଦିଲ୍ଲୀ,୯।୧୦: ପଶ୍ଚିମବଙ୍ଗ, ତାମିଲନାଡୁ, ଆସାମ ଓ ପୁଡୁଚେରୀରେ ଅକ୍ଟୋବର ୬ ତାରିଖରେ ହୋଇଥିବା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ । ଏଥିରେ ୫ଟି ବିଧାନସଭା ଆସନ…

ମନ୍ତ୍ରୀ କରିଡର ଖାଁ ଖାଁ: ତୃତୀୟ ମହଲା ଚଳଚଞ୍ଚଳ

ଭୁବନେଶ୍ୱର, ୯ା୧୦(ରବିନାରାୟଣ ଜେନା):ଇଣ୍ଡିଆ ବ୍ଲକ୍‌ ପକ୍ଷରୁ ଆହୂତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ବେଳେ ପୂର୍ବାହ୍ନରେ ଲୋକସେବା ଭବନରେ ତୃତୀୟ ମହଲା ଚଳଚଞ୍ଚଳ ରହିିଥିଲା। ମାତ୍ର ଖାରବେଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?