CORONAVIRUS UPDATE: ରାଜ୍ୟରେ କରୋନା ନେଲା ଆଉ ଏକ ଜୀବନ, ମୋଟ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି

ଭୁବନେଶ୍ୱର,୧୪।୬(ବ୍ୟୁରୋ): କରୋନା ସଂକ୍ରମଣରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଗଞ୍ଜାମ ଜିଲାର ୫୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ଜିଲାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଥିବା ବେଳେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୧କୁ ବୃଦ୍ଧି ପାଇଛି। ସେ ମଧୁମେହ, ଉଚ୍ଚ ରକ୍ତଚାପ, କ୍ରନିକ୍‌ କିଡନୀ, କ୍ରୋନିକ୍‌ ଅବ୍‌ଷ୍ଟ୍ରକ୍ଟିଭ୍‌ ପଲ୍ମୋନାରୀ ରୋଗରେ ପୀଡ଼ିତ ଥିଲେ। ତେବେ କରୋନା ସଂକ୍ରମଣ ପରେ ତାଙ୍କର ଚିକିତ୍ସା ଜାରି ରହିଥିଲା। ହେଲେ ତାଙ୍କର ମୃତ୍ୟୁ ଘଟିଥିବା ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ରବିବାର ଟୁଇଟ୍‌ କରି ସୂଚନା ଦିଆଯାଇଛି।

ପ୍ରକାଶ ଯେ, ରାଜ୍ୟରେ ଆଉ ୧୮୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୧୭୧ କ୍ୱାରାଣ୍ଟାଇନ୍‌ରେ ଥିବା ବେଳେ ୧୫ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩,୯୦୯କୁ ବୃଦ୍ଧି ପାଇଛି। ତେବେ ସେଥିରୁ ୨୫୯୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୦୧ ଆକ୍ଟିଭ୍‌ କେସ୍‌ ରହିଛି।