CORONAVIRUS UPDATE: ରାଜ୍ୟରେ ପୁଣି ୧୪୩ ପଜିଟିଭ୍‌, ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩କୁ ବୃଦ୍ଧି

ଭୁବନେଶ୍ୱର,୨୨ା୬(ବ୍ୟୁରୋ): ସୋମବାର ରାଜ୍ୟରେ ପୁଣି ୧୪୩ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୫୩୦୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ୧୩୭ ଜଣ ଚିହ୍ନଟ ହୋଇଥିବା ବେଳେ ୬ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଥିବା ଜଣାପଡ଼ିଛି।
ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୩୨ ଜଣ, କଟକରୁ ୨୦ ଏବଂ ଖୋର୍ଦ୍ଧାରୁ ୧୬ ଜଣ ରହିଛନ୍ତି। ସେହିପରି ନୟାଗଡ଼ ଏବଂ ବାଲେଶ୍ୱରରୁ ୧୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସମ୍ବଲପୁର ୫, ଢେଙ୍କାନାଳ ୩, ଭଦ୍ରକ ୪, କଳାହାଣ୍ଡି ୬, କେନ୍ଦୁଝର ୨, ସୁନ୍ଦରଗଡ଼ ୧୨, କେନ୍ଦ୍ରାପଡ଼ା ୧୦, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ଅନୁଗୋଳ ଏବଂ ଜଗତସିଂହପୁରରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ବାତ୍ୟା ଅମ୍ଫନ୍‌ ସମୟରେ ଡ୍ୟୁଟି ସାରି ପଶ୍ଚିମବଙ୍ଗରୁ ଓଡ଼ିଶା ଫେରିଥିବା ଏନ୍‌ଡିଆର୍‌ଏଫ୍‌ର ଦୁଇ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୫,୩୦୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୩,୭୨୦ ଜଣ ସୁସ୍ଥ ହୋଇଛନ୍ତି। ୧୫୬୨ ଚିକିତ୍ସାଧୀନ ଏବଂ ୧୪ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

‘ରାଜନୈତିକ ଭୂମିକା ନ ନେଇ ଚାପ ଗୋଷ୍ଠୀ ଭାବେ କାମ କରିବ ସିଜେପି’

ମୁମ୍ବାଇ,୫ା୮: କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ବର୍ତ୍ତମାନ ପାଇଁ ଏକ ଚାପ ଗୋଷ୍ଠୀ ଭାବେ କାର୍ଯ୍ୟ କରିବ ବୋଲି ଏହାର ପ୍ରତିଷ୍ଠାତା ଅଭିଜିତ ଦୀପ୍‌କେ ବୁଧବାର କହିଛନ୍ତି।…

ଜଗପାଡୁ ବଡବନ୍ଧର ପୁନରୁଦ୍ଧାର ପାଇଁ ଅଣ୍ଟା ଭିଡିଲେ ବିଧାୟକ ରୂପେଶ, ସ୍ଥିତି ସମୀକ୍ଷା ପରେ….

ପାରଳାଖେମୁଣ୍ଡି,୫।୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲାର ଗୁମ୍ମା ବ୍ଲକ ଅନ୍ତର୍ଗତ ଜଗପାଡୁ ଗ୍ରାମର ବହୁ ପୁରୁଣା ବଡବନ୍ଧ (ପୋଖରୀ)ର ସ୍ଥିତି ସମୀକ୍ଷା କରିଛନ୍ତି ସ୍ଥାନୀୟ ବିଧାୟକ ରୂପେଶ ପାଣିଗ୍ରାହୀ।…

୪୦ ହେକ୍ଟର ଜମିରେ ଲାଗିବ ଅଏଲ ପାମ୍‌ ବୃକ୍ଷ, କନ୍ଧମାଳରେ ୨ ବର୍ଷ ହେଲା…

ଦାରିଙ୍ଗବାଡ଼ି,୫ା୮(ଅରୁଣ ସାହୁ): ଦେଶରେ ଖାଇବା ତେଲର ଚାହିଦା ରହିଛି। ତେବେ ଖାଇବା ତେଲକୁ ଅନେକ ସମୟରେ ବାହାର ଦେଶରୁ ଆମଦାନୀ କରାଯାଉଛି। ଦେଶରେ ଚାହିଦା ରହିଥିଲେ ମଧ୍ୟ…

‘ଶିକ୍ଷାକ୍ଷେତ୍ରରେ ST-SC ଶିକ୍ଷକ ସଂଘର ସଭାପତି ବିଶ୍ୱନାଥଙ୍କ ଅବଦାନ ଅତୁଳନୀୟ’

କଲ୍ୟାଣସିଂହପୁର,୫ା୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ST, SC ଶିକ୍ଷକ ସଂଘର ସଭାପତି ସ୍ବର୍ଗତ ବିଶ୍ୱନାଥ କାଡ୍ରାକାଙ୍କ ଦ୍ୱାଦଶାହ କାର୍ଯ୍ୟକ୍ରମ ଶିରିପୁରସ୍ଥିତ ତାଙ୍କ ବାସଭବନରେ…

୨୨ ବର୍ଷ ପରେ ଜେଲ୍‌ରୁ ମୁକୁଳିଲେ ଆଜୀବନ କଏଦୀ ଅର୍ଜୁନ ଜାନି

କୋରାପୁଟ,୫ା୮(ଅମିତାଭ ବେହେରା): ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଷ୍ପତ୍ତି କ୍ରମେ ୨୦୦୪ରେ ଏକ ହତ୍ୟା ମାମଲାରେ ଦୋଷୀ ସାବ୍ୟସ୍ତ ହୋଇ ଦୀର୍ଘ ୨୨ ବର୍ଷର କାରାଦଣ୍ଡ ଭୋଗିବା ପରେ ନବରଙ୍ଗପୁର…

ଭାଜପା ଏମପିଙ୍କୁ ବଡ଼ ପରାମର୍ଶ ଦେଲେ ମୋଦି, ବର୍ତ୍ତମାନ ଉପରେ ଫୋକସ୍…

ନୂଆଦିଲ୍ଲୀ,୫।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ରାଜ୍ୟ ସଭାକୁ ନିର୍ବାଚିତ ହୋଇଥିବା ଭାରତୀୟ ଜନତା ପାର୍ଟି (ଭାଜପା)ର ୩୭ ଜଣ ନୂଆ ଏମପିଙ୍କ ବୈଠକ କରିଥିଲେ ।…

ଘର କବାଟ ଖୋଲୁଖୋଲୁ ଚୋଟ ମାରିଲା ବିଷଧର ସାପ, ଟଳିପଡ଼ିଲେ ବୃଦ୍ଧା

ଦିଗପହଣ୍ଡି,୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଲରାପଦର ପଞ୍ଚାୟତ ଭୁଡୁକି ଗ୍ରାମର ଏ.ବାଉରୀ ପାତ୍ରଙ୍କ ସ୍ତ୍ରୀ ଏ.ସାଇଆମ୍ମା ପାତ୍ର(୭୦) ନାମ୍ନୀ ବୃଦ୍ଧା ବୁଧବାର ଅପରାହ୍ନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri