CORONAVIRUS UPDATE: ରାଜ୍ୟରେ ପୁଣି ୧୫୬ ପଜିଟିଭ୍‌ ଚିହ୍ନଟ; ୨୧୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୧ା୬(ବ୍ୟୁରୋ): ସୋମବାର ରାଜ୍ୟରେ ଆଉ ୧୫୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୧୦୪ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ରାପଡ଼ା ଜିଲାରୁ ସର୍ବାଧିକ ୫୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକରୁ ୨୦, ଗଞ୍ଜାମ ୧୭, ଜଗତସିଂହପୁର ୧୪, ଯାଜପୁର ୧୧, କନ୍ଧମାଳ ୯, ଭଦ୍ରକ ୭, ଖୋର୍ଦ୍ଧା, ନୟାଗଡ଼, ନୂଆପଡ଼ା, ମୟୂରଭଞ୍ଜ, ବରଗଡ଼, ସୁନ୍ଦରଗଡ଼ ଏବଂ ସୋନପୁରରୁ ୩ ଜଣ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ବଲାଙ୍ଗୀର ଏବଂ ସମ୍ବଲପୁରରୁ ଦୁଇଜଣ ଲେଖାଏ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ବୌଦ୍ଧ, କେନ୍ଦୁଝର ଏବଂ ମାଲକାନଗିରିରୁ ଜଣେ ଲେଖାଏ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ୧୫୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୩ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ଚିହ୍ନଟ ହୋଇଥିବା ୨୧୦୪ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୯୬୯ ଜଣ ଚିକିତ୍ସାଧୀନ ଅଛନ୍ତି। ୧୧୨୬ ଜଣ ସୁସ୍ଥ ହୋଇଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅର୍କକ୍ଷେତ୍ରରେ ରଥଯାତ୍ରା

ଆମେ ଗତ ସଂଖ୍ୟାରେ କୋଣାଦିତ୍ୟରେ ‘ନବ ଆଳତି ପରମ୍ପରା’ ଆଲୋଚନା ପ୍ରସଙ୍ଗରେ ଶ୍ରୀଆଦିତ୍ୟଙ୍କ ଦ୍ୱାଦଶଯାତ୍ରାର ଐତିହ୍ୟ ଆରମ୍ଭ କରିଥିଲୁ। ପ୍ରଥମ ଯାତ୍ରା ମାଘ ଶୁକ୍ଳ ସପ୍ତମୀ, ଯାହା…

ବ୍ରହ୍ମପୁରରେ ପୁଣି ଏନ୍‌କାଉଣ୍ଟର: ପୋଲିସ ଗୁଳି ଖାଇ ଏବେ ଆଇସିୟୁରେ ଅପରାଧୀ ଜଗା

ବ୍ରହ୍ମପୁର,୨୫ା୫: ଗଞ୍ଜାମ ଜିଲାରେ ଗତ ମାସକ ମଧ୍ୟରେ ୧୦ ହତ୍ୟାକାଣ୍ଡ, ଗୋଷ୍ଠୀ କନ୍ଦଳକୁ ନେଇ ଏକାଧିକ ହଣାକଟା ଘଟଣା ଯୋଗୁ ଆଇନଶୃଙ୍ଖଳା ବିପର୍ଯସ୍ତ ହୋଇପଡିଥିଲା। ଯାହାକି ପୋଲିସ…

ସକାଳୁ ସକାଳୁ ଇରାନକୁ ଧମକ ଦେଲେ ଟ୍ରମ୍ପ! ଡିଲ ଉପରେ ସସପେନ୍ସକୁ ନେଇ ପଠାଇଲେ…

ଓ୍ବାଶିଂଟନ,୨୫।୫: ଇରାନ ଏବଂ ଆମେରିକା ମଧ୍ୟରେ ସମ୍ଭାବ୍ୟ ଚୁକ୍ତିକୁ ନେଇ ସସପେନ୍ସ ଜାରି ରହିଛି। ଏହା ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସୋସିଆଲ ମିଡିଆରେ ଏକ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri