CORONAVIRUS UPDATE: ରାଜ୍ୟରେ ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨କୁ ବୃଦ୍ଧି

ଭୁବନେଶ୍ୱର,୧୮।୬(ବ୍ୟୁରୋ) ରାଜ୍ୟରେ ଗୁରୁବାର ପୁଣି ୧୭୪ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦୦କୁ ଟପିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୪୬ କ୍ୱାରାଣ୍ଟାଇନ୍‌ ସେଣ୍ଟରର ରହିଥିବା ବେଳେ ୨୮ଜଣ ସ୍ଥାନୀୟ ଅଞ୍ଚଳର ରହିଥିବା ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୮ ଜିଲାରୁ ନୂଆ ଚିହ୍ନଟ ହୋଇଥିବା ୧୭୪ଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୫୬, ବାଲେଶ୍ୱରରୁ ୩୪, କେନ୍ଦୁଝର ୫, ଯାଜପୁର ୯, ନବରଙ୍ଗପୁର ୭, ଖୋର୍ଦ୍ଧା ୧୦, କୋରାପୁଟ ୬, ମାଲକାନଗିରି ୧, କଳାହାଣ୍ଡି ୬, ନୂଆପଡ଼ା ୧, କନ୍ଧମାଳ ୩, ଭଦ୍ରକ ୩, ବୌଦ୍ଧ ୨, ପୁରୀ ୧୬, ସୁନ୍ଦରଗଡ଼ ୩, କେନ୍ଦ୍ରପଡ଼ା ୭, ବରଗଡ଼ ୪ ଓ ବଲାଙ୍ଗୀରର ଜଣେ ରହିଛନ୍ତି। ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪,୫୧୨ରେ ପହଞ୍ଚିଛି। ସେଥିମଧ୍ୟରୁ ୧୪୫୧ ଚିକିତ୍ସିତ ହେଉଥିବା ବେଳେ ୩୦୪୭ ସୁସ୍ଥ ଓ ୧୧ଜଣଙ୍କ ମୃତ୍ୟୁ ଘଟିଥିବା ନେଇ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାହିତ୍ୟ ପାଇଁ କାନାଡା କବି ଆନେ କାର୍ସନଙ୍କୁ ନୋବେଲ ପୁରସ୍କାର

ଷ୍ଟକ୍‌ହୋମ,୯।୧୦(ଏ.ପି.): କାନାଡାର ପ୍ରସିଦ୍ଧ କବି ତଥା ପ୍ରାବନ୍ଧିକା ଆନେ କାର୍ସନଙ୍କୁ ୨୦୨୬ ମସିହାର ସାହିତ୍ୟ (ଲିଟରେଚର) ନୋବେଲ ପୁରସ୍କାର ପ୍ରଦାନ କରାଯିବ। ପ୍ରାଚୀନ ପରମ୍ପରା ସହ ସମକାଳୀନ…

IPL 2027 ପୂର୍ବରୁ ରିଷଭ ପନ୍ତଙ୍କୁ ବଡ଼ ଝଟ୍‌କା, ଦିଲ୍ଲୀ କ୍ୟାପିଟାଲ୍ସରେ ମିଳିବନି ଏହି ଦାୟିତ୍ୱ!

ନୂଆଦିଲ୍ଲୀ,୯।୧୦: ଦିଲ୍ଲୀ କ୍ୟାପିଟାଲ୍ସକୁ ଫେରିବା ପରେ ରିଷଭ ପନ୍ତଙ୍କ ବ୍ୟାଟିଂ ପୋଜିସନକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି। IPL 2027ରେ ପନ୍ତଙ୍କୁ ଟପ୍ ଅର୍ଡରରେ ବ୍ୟାଟିଂ…

ନେତାନ୍ୟାହୁଙ୍କ ବଡ଼ ନିଷ୍ପତ୍ତି, ସ୍ମିତ ମାଚ୍ଛରଙ୍କୁ ମିଳିବ ଇସ୍ରାଏଲର ସର୍ବୋଚ୍ଚ ବେସାମରିକ ବୀରତ୍ୱ ସମ୍ମାନ

ନୂଆଦିଲ୍ଲୀ,୯।୧୦: ନିଜ ସହ-ପାଇଲଟ୍‌ଙ୍କ ମରଣାନ୍ତକ ଆକ୍ରମଣର ସାମ୍ନା କରି ମଧ୍ୟ ୧୭୪ ଜଣ ଯାତ୍ରୀ ଓ ବିମାନ କର୍ମଚାରୀଙ୍କ ଜୀବନ ବଞ୍ଚାଇଥିବା ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ…

ହସ୍ପିଟାଲରେ ଜଳିଗଲା ଆମ୍ବୁଲାନ୍ସ, ରୋଗୀ ମୃତ, ୨ ଗୁରୁତର

ବାରିପଦା/ଉଦଳା,୮ା୧୦(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ପରିସରରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଅକ୍ସିଜେନ ସିଲିଣ୍ଡର ଫାଟି ଏକ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

ବିଦେଶ ଯାଉଥିବା ଏୟାର୍ ଇଣ୍ଡିଆ ଯାତ୍ରୀଙ୍କ ପାଇଁ ବଡ଼ ସୁବିଧା, ଏବେ ଫ୍ଲାଇଟ୍ ସହ ମିଳିବ Travel SIM

ନୂଆଦିଲ୍ଲୀ,୮ା୧୦: ବିଦେଶ ଭ୍ରମଣରେ ଯାଉଥିବା ଯାତ୍ରୀଙ୍କ ପାଇଁ ଏୟାର୍ ଇଣ୍ଡିଆ (Air India) ଏକ ନୂଆ ଏବଂ ସୁବିଧାଜନକ ସେବା ଆରମ୍ଭ କରିବାକୁ ଯାଉଛି। ଏବେ ଅନ୍ତର୍ଜାତୀୟ…

The Real Hero: ଯେତେବେଳେ ଦେଶ ପାଇଁ କାର୍ଗିଲ ଯୁଦ୍ଧ ମଇଦାନକୁ ଓହ୍ଲାଇଥିଲେ ନାନା ପାଟେକର, ଦେଖାଇଥିଲେ ଅସଲ ଦେଶପ୍ରେମ

ପ୍ରସିଦ୍ଧ ଅଭିନେତା ନାନା ପାଟେକରଙ୍କ ଅଭିନୟ ଓ ଦେଶପ୍ରେମ ବିଷୟରେ ସମସ୍ତେ ପରିଚିତ। ମାତ୍ର ବହୁତ କମ୍ ଲୋକ ଜାଣନ୍ତି ଯେ ୧୯୯୯ କାର୍ଗିଲ ଯୁଦ୍ଧ ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?