ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ କ୍ୱାରାଣ୍ଟାଇନ କେନ୍ଦ୍ରରୁ ୧୪୫ ଚିହ୍ନଟ ହୋଇଥିବା ବେଳେ ୩୦ ଜଣ ସ୍ଥାନୀୟ ଅଞ୍ଚଳରୁ ସଂକ୍ରମିତ ହୋଇଛନ୍ତି।
ନୂଆ ୧୭୫ ସଂକ୍ରମିତଙ୍କ ମଧ୍ୟରୁ ଗଜପତିରୁ ସର୍ବାଧିକ ୫୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୫, ପୁରୀ ୧୮, ବରଗଡ଼ ୧୧, ଜଗତ୍ସିହପୁର ୭, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏ, କଟକ ୩, ଝାରସୁଗୁଡ଼ା ୧, ବାଲେଶ୍ୱର ୬, କେନ୍ଦ୍ରାପଡ଼ା ୧, ନୂଆପଡ଼ା ୪, କନ୍ଧମାଳ ୭, ବଲାଙ୍ଗୀର ୩, ଗଞ୍ଜାମ ୧। ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ୨୧ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।


