CORONAVIRUS UPDATE: ରାଜ୍ୟରେ ୧୫୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୨୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ମଙ୍ଗଳବାର ସକାଳେ ରାଜ୍ୟରେ ଆଉ ୭୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫୧୭କୁ ବୃଦ୍ଧି ହୋଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ନୂଆ ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମ ୫, ଯାଜପୁର ୨, ବାଲେଶ୍ୱର ୪, ଖୋର୍ଦ୍ଧା ୪, ପୁରୀ ୪, କଟକରେ ସର୍ବାଧିକ ୧୬, କେନ୍ଦ୍ରପଡ଼ା ୬, ନୟାଗଡ଼ ୩, ବଲାଙ୍ଗୀର ୧୪, ଅନୁଗୋଳ ୧, କେନ୍ଦୁଝର ୮, କନ୍ଧମାଳ ୭, ଢ଼େଙ୍କାନାଳ ୩, ଝାରସୁଗୁଡ଼ା ୧ ଓ ସୁବର୍ଣ୍ଣପୁରରେ ଜଣେ ରହିଛନ୍ତି। ତେବେ ନୂଆ ଚିହ୍ନଟ ହୋଇଥିବା ୭୯ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୮ଟି ଲୋକାଲ କେସ୍‌ ରହିଥିବା ଜଣାପଡ଼ିଛି। ପ୍ରଥମ କରି ସୁବର୍ଣ୍ଣପୁର ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହାକୁ ମିଶାଇ ୨୯ଟି ଜିଲା ଏବେ କରୋନା କବଳରେ। ଅପରପକ୍ଷେ ରାଜ୍ୟରେ ଚିହ୍ନଟ ହୋଇଥିବା ୧୫୧୭ ଆକ୍ରାନ୍ତଙ୍କ ମଧ୍ୟରୁ ୮୬୧ ଚିକିତ୍ସିତ ହେଉଥିବା ବେଳେ ୬୪୯ଜଣ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ୭ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସ୍ବାସ୍ଥ୍ୟ ବିଭାଗ ସୂଚନା ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭରୁ ସାର କଳାବଜାର, ବରଗଡ଼ରେ ତେଜିଲା ଚାଷୀ ଅସନ୍ତୋଷ

ବରଗଡ଼, ୧୭।୨(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଚାଷୀଙ୍କ ସମସ୍ୟା ଲାଗି ରହିଛି। ଖରିଫକ ଧାନ ବିକ୍ରି ସମସ୍ୟା ତୁଟି ନଥିବାବେଳେ ଚାଷୀମାନଙପରେ ଏବେ ରବି ଋତୁର…

ଡିଜିଟାଲ୍ ଯୁଗରେ ବି କ୍ୟାଶ୍‌ର କମାଲ୍: ବଜାରରେ ୪୦ ଲକ୍ଷ କୋଟି ଅତିକ୍ରମ କଲା ନଗଦ ଟଙ୍କା

ନୂଆଦିଲ୍ଲୀ,୧୭।୨: ଦେଶରେ ଡିଜିଟାଲ୍ ପେମେଣ୍ଟ ବା UPI କାରବାରରେ ବ୍ୟାପକ ବୃଦ୍ଧି ପାଇବାରେ ଲାଗିଛି। ଏହାରି ମଧ୍ୟରେ ଭାରତୀୟ ଅର୍ଥନୀତିରେ ନଗଦ ଟଙ୍କାର ପ୍ରଚଳନ ଏକ ନୂଆ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri