CORONAVIRUS UPDATE: ରାଜ୍ୟରେ ୩୭୭୭ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୮୦୦ ପାର

ଭୁବନେଶ୍ୱର,୧୨।୯(ବ୍ୟୁରୋ): ରାଜ୍ୟରେ ଶନିବାର ୩୭୭୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୪୬୮୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨୧୯୧ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୫୮୬ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୧୫, ବାଲେଶ୍ୱରରୁ ୧୨୭, ବରଗଡ଼ରୁ ୧୩୯, ଭଦ୍ରକରୁ ୬୭, ବଲାଙ୍ଗୀରରୁ ୫୧, ବୌଦ୍ଧରୁ ୨୬, କଟକରୁ ୩୬୮, ଦେବଗଡ଼ରୁ ୧୪, ଢେଙ୍କାନାଳରୁ ୬୭, ଗଜପତିରୁ ୧୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୫୮ ଜଗତ୍‌ସିଂହପୁରରୁ ୧୦୦, ଯାଜପୁରରୁ ୧୩୩, ଝାରସୁଗୁଡ଼ାରୁ ୭୦, କଳାହାଣ୍ଡିରୁ ୭୦, କନ୍ଧମାଳରୁ ୪୯, କେନ୍ଦ୍ରାପଡ଼ାରୁ ୧୪୮, କେନ୍ଦୁଝରରୁ ୭୮, କୋରାପୁଟରୁ ୯୮, ମାଲକାନଗିରିରୁ ୨୬, ମୟୂରଭଞ୍ଜରୁ ୫୮ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୧୦୭, ନୟାଗଡ଼ରୁ ୭୧, ନୂଆପଡ଼ାରୁ ୭୩, ରାୟଗଡ଼ାରୁ ୭୫, ପୁରୀରୁ ୨୩୭ , ସମ୍ବଲପୁରରୁ ୧୨୧, ସୁବର୍ଣ୍ଣପୁରରୁ ୭୨ ଓ ସୁନ୍ଦରଗଡ଼ରୁ ୧୪୮ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୪୬୮୯୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୪୧୬୩ ଚିକିତ୍ସାଧୀନ ଅଛନ୍ତି। ୧୧୨୦୬୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।