CORONAVIRUS UPDATE: ରାଜ୍ୟରେ ୩୦୬୭ ନୂଆ ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୯।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦୬୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୨୧୫୬୭୬କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୦୯ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୨୫୮ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୫୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୨୯, ବାଲେଶ୍ୱରରୁ ୧୪୬, ବରଗଡ଼ରୁ ୬୯ , ଭଦ୍ରକରୁ ୫୯, ବଲାଙ୍ଗୀରରୁ ୭୮, ବୌଦ୍ଧରୁ ୪୫, କଟକରୁ ୨୩୦, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୯୧ , ଗଜପତିରୁ ୨୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୪ ଜଗତ୍‌ସିଂହପୁରରୁ ୮୪, ଯାଜପୁରରୁ ୬୦, ଝାରସୁଗୁଡ଼ାରୁ ୯୬ , କଳାହାଣ୍ଡିରୁ ୫୪, କନ୍ଧମାଳରୁ ୮୧, କେନ୍ଦ୍ରାପଡ଼ାରୁ ୯୪ , କେନ୍ଦୁଝରରୁ ୮୧, କୋରାପୁଟରୁ ୫୫ , ମାଲକାନଗିରିରୁ ୨୪, ମୟୂରଭଞ୍ଜରୁ ୧୪୩ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୫୮, ନୟାଗଡ଼ରୁ ୬୮, ନୂଆପଡ଼ାରୁ ୫୮, ରାୟଗଡ଼ାରୁ ୪୧, ପୁରୀରୁ ୧୭୮ , ସମ୍ବଲପୁରରୁ ୯୮, ସୁବର୍ଣ୍ଣପୁରରୁ ୨୨ ଓ ସୁନ୍ଦରଗଡ଼ରୁ ୬୨ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧୫୬୭୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୭୨୧୧ ଚିକିତ୍ସାଧୀନ ଅଛନ୍ତି। ୧୭୭୫୮୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ବଡ଼ ନିଷ୍ପତ୍ତି : ଏଣିକି ହେବ…

ଭୁବନେଶ୍ୱର,୨୯।୮: ଯୁକ୍ତ ୨ ପରୀକ୍ଷାକୁ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବଡ଼ ନିଷ୍ପତ୍ତି ନେଇଛି। ଏଣିକି ଏକ୍ସ ରେଗୁଲାର ପରୀକ୍ଷାର୍ଥୀ ଦେବେ ଇଣ୍ଟରନାଲ ପରୀକ୍ଷା। ଥରେ…

ଆସନ୍ତା ୩ରେ ହାଇକୋର୍ଟରେ ହାଜର ହେବେ କଟକ ଜିଲାପାଳ

କଟକ, ବିଜୁ ପଟ୍ଟନାୟକ ପାର୍କ ସୌନ୍ଦର୍ଯ୍ୟକରଣ ମାମଲାକୁ ନେଇ ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ହାଇକୋର୍ଟରେ ହାଜର ହେବେ କଟକ ଜିପାଳ। ପାର୍କର ବିଭିନ୍ନ କାମର ଅଗ୍ରଗତି…

ବୁର୍ଲାରେ ଫୁଟିଲା ଗୁଳି: ମାଂସ ବ୍ୟବସାୟୀଙ୍କ ଚାଲିଗଲା ଜୀବନ, ପରକୀୟା ପ୍ରୀତି …

ସମ୍ବଲପୁର,୨୯ା୮(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଅତ୍ୟନ୍ତ ବ୍ୟସ୍ତବହୁଳ ଅଞ୍ଚଳ କିର୍ବା ଛକରେ ଶନିବାର ପୂର୍ବାହ୍ନରେ ଦିନଦ୍ୱିପ୍ରହରରେ ଗୁଳିକାଣ୍ଡ ଘଟିଛି। ଏଥିରେ କିର୍ବା ଛକରେ ମାଂସ ଦୋକାନ…

କାମରେ ଆସୁନି ଆଧାର କାର୍ଡ, ନିୟମଗିରିରେ ବଢୁଛି ଡଙ୍ଗରିଆଙ୍କ ଅସନ୍ତୋଷ

କଲ୍ୟାଣସିଂହପୁର,୨୯ା୮(ଦୀପକ କୁମାର ପରିଡ଼ା): ସରକାରୀ ସୁବିଧା ସୁଯୋଗ ଯୋଗାଇବା ପାଇଁ ପ୍ରଶାସନ ପକ୍ଷରୁ କରାଯାଇଥିବା ଆଧାର ଶିବିର ଏବେ ନିୟମଗିରିର ଡଙ୍ଗରିଆ କନ୍ଧମାନଙ୍କ ପାଇଁ ନୂଆ ସମସ୍ୟା…

କୋହଲିଙ୍କଠାରୁ ଶ୍ରେଷ୍ଠ ବୁମ୍‌ରା: କହୁ କହୁ ଏମିତି କହିଦେଲେ ଅଶ୍ୱିନ

ନୂଆଦିଲ୍ଲୀ,୨୯।୮: ପୂର୍ବତନ ଭାରତୀୟ କ୍ରିକେଟର ରବିଚନ୍ଦ୍ରନ ଅଶ୍ୱିନ ମନ୍ତବ୍ୟକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ତାଙ୍କୁ ସମସ୍ତ ଫର୍ମାଟରେ ସର୍ବଶ୍ରେଷ୍ଠ ଭାରତୀୟ ଖେଳାଳିଙ୍କୁ ଚୟନ କରିବାକୁ…

ଆର୍‌ଟିଓ ଅଫିସରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା ସବୁ

ଗଜପତି,୨୯ା୮(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିସ୍ଥିତ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ରେ ଅଗ୍ନିକାଣ୍ଡ ଘଟିଛି। ହୁତୁହୁତୁ ହୋଇ ଜଳିଯାଇଛି କମ୍ପ୍ୟୁଟର ପ୍ରକୋଷ୍ଠ। ଅଗ୍ନିକାଣ୍ଡର କାରଣ ଏବେବି ଅସ୍ପଷ୍ଟ…

ଆନ୍ଧ୍ରରେ ଅଟୋ ଓଲଟି ଓଡ଼ିଆ ଶ୍ରମିକଙ୍କ ଜୀବନ ଗଲା

ରାଇକିଆ,୨୯ା୮(ପ୍ରଦୀପ କୁମାର ବେହେରା): ଦାଦନ ଖଟିବାକୁ ଯାଇ ପୁଣି ଜଣେ କନ୍ଧମାଳ ଶ୍ରମିକ ପ୍ରାଣ ହରାଇଛନ୍ତି। ଆନ୍ଧ୍ରପ୍ରଦେଶର ଅଙ୍ଗୁଲୁ ଜିଲା ଅନ୍ତର୍ଗତ ମେଜରମେଣ୍ଟାଠାରେ ଚଳିତ ମାସ ୨୪…

ଭାତପୁରା ସ୍କୁଲରେ ଅବ୍ୟବସ୍ଥା: ବିପଦରେ ୧୬୨ ଛାତ୍ରଛାତ୍ରୀ

ଜମନକିରା,୨୯।୮(ରବିନ୍ଦ୍ର ପ୍ରସାଦ ଦାନୀ): ଜମନକିରା ବ୍ଲକ ଡିମିରୀମୁଣ୍ଡା ପଞ୍ଚାୟତ ଅନ୍ତର୍ଗତ ଭାତପୁରା ସରକାରୀ ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଭିତ୍ତିଭୂମିର ଦୁରବସ୍ଥା ଯୋଗୁଁ ୧୬୨ ଛାତ୍ରଛାତ୍ରୀ ବିପଦସଙ୍କୁଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri