CORONAVIRUS UPDATE: ରାଜ୍ୟରେ ୨୬୭୩ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୭୩ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୧୯ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୨୬, ବାଲେଶ୍ୱରରୁ ୭୦, ବରଗଡ଼ରୁ ୬୮ , ଭଦ୍ରକରୁ ୯୭, ବଲାଙ୍ଗୀରରୁ ୯୩, ବୌଦ୍ଧରୁ ୧୩, କଟକରୁ ୨୧୪, ଦେବଗଡ଼ରୁ ୧୮, ଢେଙ୍କାନାଳରୁ ୩୬ , ଗଜପତିରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୪୪ ଜଗତ୍‌ସିଂହପୁରରୁ ୬୮, ଯାଜପୁରରୁ ୮୮, ଝାରସୁଗୁଡ଼ାରୁ ୬୮ , କଳାହାଣ୍ଡିରୁ ୩୯, କନ୍ଧମାଳରୁ ୪୪, କେନ୍ଦ୍ରାପଡ଼ାରୁ ୧୫୪ , କେନ୍ଦୁଝରରୁ ୫୧, କୋରାପୁଟରୁ ୫୫ , ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୧୦୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୭୨, ନୟାଗଡ଼ରୁ ୩୫, ନୂଆପଡ଼ାରୁ ୧୫୯, ରାୟଗଡ଼ାରୁ ୧୧, ପୁରୀରୁ ୧୨୪ , ସମ୍ବଲପୁରରୁ ୭୩ , ସୁବର୍ଣ୍ଣପୁରରୁ ୬୯ ଓ ସୁନ୍ଦରଗଡ଼ରୁ ୮୮ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩୮୦୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୬୧୦ ଚିକିତ୍ସାଧୀନ ଅଛନ୍ତି। ୨୦୬୪୦୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାରଓ୍ବାଡି ମହିଳାଙ୍କ ସେବା କାର୍ଯ୍ୟକୁ ପ୍ରଶଂସା କଲେ ଏମ୍‌ପି

ବଲାଙ୍ଗୀର,୨୬।୧୨(ସୁନିଲ କୁମାର ମହାନ୍ତି):ଅଖିଳ ଭାରତୀୟ ମାରଓ୍ବାଡି ମହିଳା ସମ୍ମେଳନ ଓଡିଶା ପ୍ରଦେଶର ସପ୍ତଦଶ ପ୍ରାନ୍ତୀୟ ସମ୍ମେଳନ ସ୍ଥାନୀୟ ବିଦ୍ୟା ହେଭନ୍ସ ଠାରେ ଶୁକ୍ରବାର ଅନୁଷ୍ଠିତ ହୋଇଛି।...

ଅଜଣା ଗାଡ଼ି ଧକ୍କାରେ ଯୁବକଙ୍କ ମୃତ୍ୟୁ, କ୍ଷତିପୂରଣ ଦାବିରେ ରାସ୍ତା ରୋକ

ବୀରମହାରାଜପୁର,୨୬।୧୨, (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ହିଲୁଙ୍ଗ ପଞ୍ଚାୟତ ଲୁଚାବନ୍ଦ ପାଖରେ ଗୁରୁବାର ସା ପ୍ରାୟ ୭ଟା୩୦ରେ ଏକ ଅଜଣା ଗାଡ଼ି...

ବାପଘରକୁ ଯାଇଥିଲେ ଫୁଲମତି, ଘର ଭାଙ୍ଗି ଆକ୍ରମଣ କଲା ହାତୀ: ଆଉ ତା’ପରେ…

ବଲାଙ୍ଗୀର ୨୬/୧୨ (ସୁନୀଲ କୁମାର ମହାନ୍ତି):ଖପ୍ରାଖୋଲ ବ୍ଲକ ଲାଠୋର ରେଞ୍ଜ ଅନ୍ତର୍ଗତ ବେନ୍ଦେର ପଞ୍ଚାୟତର ଚହକପଡ଼ା ଗ୍ରାମରେ ଗୁରୁବାର ରାତି ପ୍ରାୟ ୩ଟା ସମୟରେ ୩୨...

‘୧୦୦ ବର୍ଷ ପର୍ଯ୍ୟନ୍ତ ରହିବ ବିଜେଡି’: ନବୀନ ପଟ୍ଟନାୟକ

ଭୁବନେଶ୍ୱର,୨୬।୧୨: ଶହେ ବର୍ଷ ପର୍ଯ୍ୟନ୍ତ ରହିବ ବିଜୁ ଜନତା ଦଳ(ବିଜେଡି)। ଶୁକ୍ରବାର ଦଳ ଭିତରେ ବିଭାଜନ ନେଇ ଚାଲିଥିବା କଳ୍ପନାଜଳ୍ପନାକୁ ଦୃଢ଼ ଭାବେ ଖଣ୍ଡନ କରିଛନ୍ତି।...

ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ: ୨କୋଠା ୭ପ୍ଲଟ୍‌, କେଜିଏ ସୁନା

ଭୁବନେଶ୍ୱର,୨୬।୧୨: ଫରେଷ୍ଟର ନିରଞ୍ଜନ ଶତପଥୀଙ୍କ ବିପୁଳ ସଂପତ୍ତି ଠାବ କଲା ଭିଜିଲାନ୍ସ। ଫରେଷ୍ଟରଙ୍କର ଭୁବନେଶ୍ବର ଝାରପଡ଼ାରେ ଅଛି ୨ଟି ବହୁତଳ କୋଠା। ଭୁବନେଶ୍ବର ସମେତ ଜଗତସିଂହପୁର...

ସାବଧାନ! ଖାଲିପେଟରେ ଖାଆନ୍ତୁନି ଏହି ୭ ଜିନିଷ, ନଚେତ୍ ହୋଇପାରେ…

ଯଦି ଆପଣ ଭୁଲ ଖାଦ୍ୟ ଅଭ୍ୟାସ ସହିତ ଆପଣଙ୍କ ଦିନ ଆରମ୍ଭ କରନ୍ତି, ତେବେ ଏହା କେବଳ ଆପଣଙ୍କ ପେଟକୁ କ୍ଷତି ପହଞ୍ଚାଇପାରେ ନାହିଁ ବରଂ...

ସ୍ବାମୀଙ୍କ ପ୍ରେମସମ୍ପର୍କକୁ ନେଇ ମୁହଁ ଖୋଲିଲେ ସୁନିତା: ସେ ଝିଅ କେବଳ…

ଅଭିନେତା ଗୋବିନ୍ଦା ଏବଂ ସୁନୀତା ଆହୁଜା ସମ୍ପର୍କ ପ୍ରାୟତଃ ଚର୍ଚ୍ଚାରେ ରହିଥାଏ। ଚଳିତ ବର୍ଷ ଆରମ୍ଭରେ ସେମାନଙ୍କ ଛାଡପତ୍ରର ଗୁଜବ ସୃଷ୍ଟି ହୋଇଥିଲା। ସୁନୀତା ପରେ...

ମାଛ ନେଇଯିବାରୁ ନାବାଳକଙ୍କ ଗୁପ୍ତାଙ୍ଗ କାଟିଦେଲେ

ଏରସମା,୨୬ା୧୨(ଦୀପ୍ତି ଖଣ୍ଡୁଆଳ): ଜଗତ୍‌ସିଂହପୁର ଜିଲା ଏରସମା ଥାନା ଅନ୍ତର୍ଗତ ଆମ୍ବିକି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ମାଛ ନେଇଯିବାରୁ ଏହି ଗ୍ରାମର ଜଣେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri