CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୩୧୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୯୫୨ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୬୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୩୬, ବାଲେଶ୍ୱରରୁ ୧୧୧, ବରଗଡ଼ରୁ ୬୪ , ଭଦ୍ରକରୁ ୫୦, ବଲାଙ୍ଗୀରରୁ ୭୭, ବୌଦ୍ଧରୁ ୨୧, କଟକରୁ ୧୪୪, ଦେବଗଡ଼ରୁ ୧୫, ଢେଙ୍କାନାଳରୁ ୨୭ , ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୬ ଜଗତ୍‌ସିଂହପୁରରୁ ୫୫, ଯାଜପୁରରୁ ୮୨ , ଝାରସୁଗୁଡ଼ାରୁ ୧୦୦ , କଳାହାଣ୍ଡିରୁ ୬୪ , କନ୍ଧମାଳରୁ ୫୦, କେନ୍ଦ୍ରାପଡ଼ାରୁ ୬୮, କେନ୍ଦୁଝରରୁ ୩୭ , କୋରାପୁଟରୁ ୩୯, ମାଲକାନଗିରିରୁ ୫୩, ମୟୂରଭଞ୍ଜରୁ ୧୧୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୩୯, ନୟାଗଡ଼ରୁ ୩୧, ନୂଆପଡ଼ାରୁ ୬୯, ରାୟଗଡ଼ାରୁ ୩୩, ପୁରୀରୁ ୭୧ , ସମ୍ବଲପୁରରୁ ୫୬, ସୁବର୍ଣ୍ଣପୁରରୁ ୫୦ ଓ ସୁନ୍ଦରଗଡ଼ର ୧୫୦ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୫୬୯୩୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୫୬୩୫ ଚିକିତ୍ସାଧୀନ ଅଛନ୍ତି। ୨୩୦୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୯ ପୋଲିସ ଅଧିକାରୀଙ୍କୁ ଫାଶି ଦଣ୍ଡ ଶୁଣାଇଲେ କୋର୍ଟ, ଏହି ମାମଲାର ଶୁଣାଣି କରି…

ନୂଆଦିଲ୍ଲୀ,୬।୪: ତାମିଲନାଡୁର ମଦୁରାଇ ଜିଲା କୋର୍ଟ ପୋଲିସ ହେପାଜତରେ ଜଣେ ପିତା ଏବଂ ପୁଅଙ୍କ ମୃତ୍ୟୁ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସୋମବାର (୬ ଏପ୍ରିଲ,…

ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟରେ ନୂତନ ସ୍ଥାୟୀ କୁଳପତି ନିଯୁକ୍ତ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣାସ୍ଥିତ ମା’ମାଣିକେଶରୀ ବିଶ୍ୱ ବିଦ୍ୟାଳୟର ନୂତନ ସ୍ଥାୟୀ କୁଳପତି ଭାବେ ଡ଼.ପବନ କୁମାର ଅଗ୍ରୱାଲ ସୋମବାର ନିଯୁକ୍ତ ହୋଇଛନ୍ତି। ଏ…

ଧର୍ମଗଡ଼ ଉପଖଣ୍ଡରେ କୁଆପଥର ବର୍ଷା: ଯାତାୟାତ ବାଧାପ୍ରାପ୍ତ

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଧର୍ମଗଡ଼ ଉପଖଣ୍ଡରେ ସୋମବାର ମଧ୍ୟାହ୍ନରେ ପ୍ରବଳ ଝଡ଼ ତୋଫାନ ସହ କୁଆପଥର ବର୍ଷା ହୋଇଛି। ବିଶେଷ କରି ଉପଖଣ୍ଡର ଧର୍ମଗଡ଼…

ପୋଲିସକୁ ଭୁଆଁ ବୁଲାଇ ନୂଆ ତରିକାରେ ହେଉଥିଲା ଗଞ୍ଜେଇ ଚାଲାଣ, ଖବରପାଇ ପହଞ୍ଚିଗଲା ପୋଲିସ

ମୋହନା,୬।୪( ମନ୍ମଥ ମିଶ୍ର ): ଗଜପତି ଜିଲାର ଭୂସ୍ବର୍ଗ ପାଲଟିଥିବା ଅଡବା ଥାନା ଅଞ୍ଚଳରେ ପୋଲିସର ଘନଘନ ଚଢ଼ାଉ ଜାରି ରହିଛି। ଗତ କିଛି ଦିନ ଭିତରେ…

କଣ୍ଟେନରରେ ଆନ୍ଦ୍ରପ୍ରଦେଶକୁ ହେଉଥିଲା ଗୋ ଚାଲାଣ, ହଠାତ୍‌ ପହଞ୍ଚିଗଲା ପୋଲିସ, ତା’ପରେ…

ଭବାନୀପାଟଣା,୬।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ରିଷଗାଁ ବାଇପାସ ରାସ୍ତାରେ ସୋମବାର ବେଆଇନ ଭାବେ ଏକ କଣ୍ଟେନରରେ ଗୋରୁ ଚାଲାଣ ହେଉଥିବା…

ଅପହଞ୍ଚ ଅଞ୍ଚଳରେ ଆଇଏଏସ୍‌ ଅଧିକାରୀ: ପାହାଡ଼ ଚଢ଼ି ଆଦିବାସୀଙ୍କ ବୁଝିଲେ ଦୁଃଖ, ପ୍ରସ୍ତୁତ ହେଲା ବିକାଶର ବ୍ଲୁ-ପ୍ରିଣ୍ଟ

ଥୁଆମୂଳ ରାମପୁର, ୬ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାର ଅତି ଦୁର୍ଗମ ଥୁଆମୂଳ ରାମପୁର ବ୍ଲକର କନ୍ଦାଗୁଡ଼ା, କେନ୍ଦୁଗୁଡ଼ା ଓ ଦେର୍ଲାଠି ଭଳି ଅପହଞ୍ଚ ଗ୍ରାମଗୁଡ଼ିକରେ ପ୍ରଥମକରି…

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବୃଦ୍ଧାଙ୍କୁ ଆକ୍ରମଣ: ଘରେ ଏକୁଟିଆ ଥିବାବେଳେ ଟାଣି ନେଇ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମର ଏନ.କସ୍ତୁରୀ ରେଡ୍ଡୀ(୭୦)ଙ୍କୁ ତାଙ୍କ ପଡୋଶୀ ଭି.ଭିକି ରେଡ୍ଡୀ,ଭି. ମାମି ରେଡ୍ଡୀ…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ଆକ୍ରମଣ: ୨ ଭାଇ ଗିରଫ, ଜାମିନ ଆବେଦନ ଖାରଜ ହେବାରୁ…

ଦିଗପହଣ୍ଡି,୬।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜୟ ଲକ୍ଷ୍ମୀନାରାୟଣପୁର ଗ୍ରାମରେ ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ କେନ୍ଦ୍ରକରି ପାରିବାରିକ ହିଂସା ଘଟଣାରେ କେ.ନୂଆଗାଁ ଥାନା ନୂଆପଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri