CORONAVIRUS UPDATE: ରାଜ୍ୟରେ ୨୦୧୯ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ରାଜ୍ୟରେ ରବିବାର ୨୦୧୯ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୬୮୩୬୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୧୬୮ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୮୫୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୨୮୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୧୨୯, ବାଲେଶ୍ୱରରୁ ୬୯, ବରଗଡ଼ରୁ ୭୭ , ଭଦ୍ରକରୁ ୪୧, ବଲାଙ୍ଗୀରରୁ ୭୧, ବୌଦ୍ଧରୁ ୧୨, କଟକରୁ ୧୫୦, ଦେବଗଡ଼ରୁ ୨୦, ଢେଙ୍କାନାଳରୁ ୩୮ , ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୩୩ ଜଗତ୍‌ସିଂହପୁରରୁ ୬୪, ଯାଜପୁରରୁ ୭୩ , ଝାରସୁଗୁଡ଼ାରୁ ୪୩, କଳାହାଣ୍ଡିରୁ ୬୯ , କନ୍ଧମାଳରୁ ୩୧, କେନ୍ଦ୍ରାପଡ଼ାରୁ ୬୧, କେନ୍ଦୁଝରରୁ ୫୮ , କୋରାପୁଟରୁ ୪୧, ମାଲକାନଗିରିରୁ ୨୦, ମୟୂରଭଞ୍ଜରୁ ୧୧୧ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୬୦, ନୟାଗଡ଼ରୁ ୪୦, ନୂଆପଡ଼ାରୁ ୯୦, ରାୟଗଡ଼ାରୁ ୨୪, ପୁରୀରୁ ୩୦ , ସମ୍ବଲପୁରରୁ ୫୨, ସୁବର୍ଣ୍ଣପୁରରୁ ୬୮ ଓ ସୁନ୍ଦରଗଡ଼ର ୯୯ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୪୪୨୨୭ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୯୪୯ ଚିକିତ୍ସାଧୀନ ଅଛନ୍ତି। ୨୩୦୧୯୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ଉତ୍ତେଜନା

ଭୁବନେଶ୍ବର,୭।୭: ଭୁବନେଶ୍ବର ସ୍ଥିତ ରମାଦେବୀ ବିଶ୍ବବିଦ୍ୟାଳୟ କ୍ୟାମ୍ପସ୍‌ରେ ମଙ୍ଗଳବାର ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି। କ୍ୟାମ୍ପସ ଭିତରକୁ ଅଣଛାତ୍ରୀଛାତ୍ର ପ୍ରବେଶକୁ ବିରୋଧ କରି ବିଶ୍ବବିଦ୍ୟାଳୟର ଛାତ୍ରୀମାନେ ଅସନ୍ତୋଷ…

ଗୋଲ୍ଡେନ ବୁଟ୍‌ ରେସ୍‌ରେ ଏହି ୩ ଖେଳାଳି, ଜାଣନ୍ତୁ…

ଇଷ୍ଟ ରଦରଫୋର୍ଡ,୭ା୭: ବ୍ରାଜିଲ ବିପକ୍ଷ ପ୍ରି-କ୍ୱାର୍ଟର ମ୍ୟାଚ୍‌ରେ ଡବଲ ଗୋଲ ଦେଇ ନରଓ୍ବେକୁ ଜିତାଇଥିବା ଏର୍ଲିଂ ହାଲାଣ୍ଡ ଚଳିତ ବିଶ୍ୱକପ୍‌ରେ ଗୋଲ୍ଡେନ ବୁଟ୍‌ ରେସରେ ସାମିଲ ହୋଇଛନ୍ତି।…

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri