CORONAVIRUS UPDATE: ରାଜ୍ୟରେ ୧୨୦୧ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୩।୧୧(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୧୨୦୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୯୪୪୧୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬୯୭ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୫୦୪ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୩୨ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୪୯, ବାଲେଶ୍ୱରରୁ ୪୮, ବରଗଡ଼ରୁ ୫୮ , ଭଦ୍ରକରୁ ୨୭, ବଲାଙ୍ଗୀରରୁ ୫୨, ବୌଦ୍ଧରୁ ୮, କଟକରୁ ୬୯, ଦେବଗଡ଼ରୁ ୫, ଢେଙ୍କାନାଳରୁ ୧୪ , ଗଜପତିରୁ ୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୬୧ ଜଗତ୍‌ସିଂହପୁରରୁ ୭୩, ଯାଜପୁରର୨୮ , ଝାରସୁଗୁଡ଼ାରୁ ୩୫, କଳାହାଣ୍ଡିରୁ ୨୬ , କନ୍ଧମାଳରୁ ୯, କେନ୍ଦ୍ରାପଡ଼ାରୁ ୪୩, କେନ୍ଦୁଝରରୁ ୩୨, କୋରାପୁଟରୁ ୨୮, ମାଲକାନଗିରିରୁ ୩୦, ମୟୂରଭଞ୍ଜରୁ ୭୩ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୪ , ନୟାଗଡ଼ରୁ ୧୪, ନୂଆପଡ଼ାରୁ ୫୭, ପୁରୀରୁ ୪୩, ରାୟଗଡ଼ାରୁ ୧୫, ସମ୍ବଲପୁରରୁ ୩୧, ସୁବର୍ଣ୍ଣପୁରରୁ ୨୪ ଓ ସୁନ୍ଦରଗଡ଼ର ୬୭ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୯୪୪୧୫ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୯୧୯ ଚିକିତ୍ସାଧୀନ ଅଛନ୍ତି। ୨୭୯୦୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…

ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ…

ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା

ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍…

ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ

ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍‌ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ…

ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ

ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ…

ରଥଯାତ୍ରାରେ ସୁରକ୍ଷା ଢ଼ିଲା: ଲୁଟିନେଲେ ମହିଳାଙ୍କ ସୁନାଚେନ୍‌; ଟ୍ରାଫିକ ଜାମ୍‌, ଲୋକେ ହଟହଟା

ବରଗଡ଼,୧୬।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଏଥର ପ୍ରଥମଥର ପାଇଁ ସ୍ଥାନୀୟ ବୀର ସୁରେନ୍ଦ୍ର ସାଏ ଛକରେ ଭଟଲି ଛକ ଏବଂ ଖଜୁରଟିକ୍ରାରୁ ବାହାରିଥିବା ମହାପ୍ରଭୁଙ୍କ ରଥ ଏକାଠି…

‘ସ୍ତ୍ରୀର ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କ ଥିଲେ ମିଳିବ ନାହିଁ ଭରଣପୋଷଣ’: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ବିଳାସପୁର,୧୬।୭: ଯଦି ଜଣେ ବିବାହିତ ମହିଳା ବିବାହ ପରେ ଅନ୍ୟ ପୁରୁଷ ସହିତ ଅବୈଧ ସମ୍ପର୍କରେ ଲିପ୍ତ ହୁଅନ୍ତି, ତେବେ ସେ ତାଙ୍କ ସ୍ବାମୀଙ୍କଠାରୁ ଭରଣପୋଷଣ ଦାବି…

ଠାକୁର ଅଜା ଶ୍ରୀ ସିଦ୍ଧ ବଳରାମଙ୍କ ରଥଯାତ୍ରା: ପାଚିଲା ପଣସ ଭୋଗରେ ମହକିଲା ପୀଠ

ସାକ୍ଷୀଗୋପାଳ, ୧୬।୭ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ସ୍ଥାନୀୟ ପ୍ରସିଦ୍ଧ ବକୁଳ ବନର ଅଧିଶ୍ୱର ଠାକୁର ଅଜା ଶ୍ରୀସିଦ୍ଧ ବଳରାମଦେବଙ୍କ ପବିତ୍ର ରଥଯାତ୍ରା ଗୁରୁବାର ଭକ୍ତିପୂତ ପରିବେଶରେ…

‘ତେଲରେ ଲାଗିବ ନିଆଁ’ ! ଆମେରିକାର ବିନାଶକାରୀ ବୋମାମାଡ଼ ମଧ୍ୟରେ, ଇରାନ କରୁଛି ମାଷ୍ଟର ପ୍ଲାନ…

ତେହରାନ,୧୬।୭: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ନୂତନ ସଂଘର୍ଷର ପରିସର ଏବେ ହର୍ମୁଜ ପ୍ରଣାଳୀ ବାହାରକୁ ଲାଲ ସାଗର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଯଦି ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri