CORONAVIRUS UPDATE: ରାଜ୍ୟରେ ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ; ଆକ୍ରାନ୍ତ ସଂଖ୍ୟା ୭୫୪୫କୁ ବୃଦ୍ଧି

ଭୁବନେଶ୍ୱର,୨।୭(ବ୍ୟୁରୋ): ରାଜ୍ୟରେ ଗୁରୁବାର ପୁଣି ୨୨୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୧୯୩ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୩୬ଜଣ ସ୍ଥାନୀୟ ଅଞ୍ଚଳର। ଅନ୍ୟପଟେ କରୋନା ଜନିତ ପୁଣି ୨ଜଣ ପୁରୁଷଙ୍କ ମୃତ୍ୟୁ ଘଟିଛି। ମୃତକ ହେଉଛନ୍ତି ଅନୁଗୋଳ ଜିଲାର ଜଣେ ୫୭ବର୍ଷୀୟ ପୁରୁଷ ଓ ଗଞ୍ଜାମର ୪୯ବର୍ଷୀୟ ପୁରଷ ବୋଲି ଜଣାପଡ଼ିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ୧୯ଟି ଜିଲାରୁ ନୂଆ ଚିହ୍ନଟ ହୋଇଥିବା ପଜିଟିଭ୍‌ଙ୍କ ମଧ୍ୟରୁ ଗଞ୍ଜାମରେ ସର୍ବାଧିକ ୯୫ ରହିଥିବା ବେଳେ ବାଲେଶ୍ୱରର ୨୪ଜଣ ରହିଛନ୍ତି। ସେହିପରି ଅନୁଗୋଳ ୧, ବରଗଡ଼ ୧, ବଲାଙ୍ଗୀର ୭, ବୌଦ୍ଧ ୩, କଟକ ୧୨, ଦେବଗଡ଼ ୧, ଗଜପତି ୧, ଜଗସିଂହପୁର ୧, ଯାଜପୁର ୨୨, ଝାରସୁଗୁଡ଼ା ୧୦, କେନ୍ଦୁଝର ୧, ଖୋର୍ଦ୍ଧା ୨୧, କୋରାପୁଟ ୧, ମୟୁରଭଞ୍ଜ ୨, ନୟାଗଡ଼ ୫, ପୁରୀ ୪ ଓ ସୁନ୍ଦରଗଡ଼ରୁ ୧୭ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୫୪୫ରେ ପହଞ୍ଚିଛି। ସେଥିମଧ୍ୟରୁ ୨୧୫୭ ଚିକିତ୍ସାଧିନ ଥିବା ବେଳେ ୫୩୫୩ ସୁସ୍ଥ ଓ ୨୭ଜଣଙ୍କ ମୃତ୍ୟୁ ଘଟିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ନୂଆ ଭିଡିଓ ଶେୟାର କରି ବଡ଼ ଘୋଷଣା କଲେ ମୋଦି, ଗଠନ ହେଲା…

ନୂଆଦିଲ୍ଲୀ,୨୬।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶିକ୍ଷା ସଂସ୍କାରକୁ ନେଇ ଗମ୍ଭୀର ନଜର ଆସୁଛନ୍ତି। ପ୍ରଥମେ NTAରେ ପ୍ରଶାସନିକ ପରିବର୍ତ୍ତନ ସହିତ ପୂର୍ବତନ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ…

ଦାରୁବିଗ୍ରହଙ୍କ ଅଧରପଣା ନୀତି ଆରମ୍ଭ

ପୁରୀ,୨6ା୭(ଅଜିତ୍‌ କୁମାର ମହାନ୍ତି): ସରି ଆସୁଛି ଘୋଷଯାତ୍ରା। ଶନିବାର ରଥ ଉପରେ ଶ୍ରୀବିଗ୍ରହମାନଙ୍କ ସୁନାବେଶ ଅନୁଷ୍ଠିତ ହୋଇଥିବା ବେଳେ ରବିବାର ଅଧରପଣା ନୀତି ଆରମ୍ଭ ହୋଇଯାଇଛି। ପାଣିଆ…

ଶିକ୍ଷାମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ଆସିଲା ପ୍ରହ୍ଲାଦ ଜୋଷୀଙ୍କ ପ୍ରଥମ ପ୍ରତିକ୍ରିୟା – ‘ଏହି ଦାୟିତ୍ୱ…’

ନୂଆଦିଲ୍ଲୀ,୨୬।୭: ଶିକ୍ଷା ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିବା ପରେ, କେନ୍ଦ୍ର ମନ୍ତ୍ରୀ ପ୍ରହ୍ଲାଦ ଜୋଷୀ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ…

ବିଲରେ ଧାନ ରୋଇବାବେଳେ ହେଲା ବଜ୍ରପାତ, ଏକାଠି ଟଳିପଡ଼ିଲେ ବାପ-ପୁଅ, କାନ୍ଦବୋବାଳିରେ ଫାଟିପଡୁଛି ଗାଁ

କାମାକ୍ଷାନଗର,୨୬ା୭(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ବାଲିପଡ଼ା ଗ୍ରାମରେ ଦୁଃଖଦ ଘଟଣା ଘଟିଛି। ରବିବାର ବିଲକୁ ଧାନ ରୋଇବାକୁ ଯାଇଥିବାବେଳେ ବଜ୍ରପାତ ହେବାରୁ ବାପ-ପୁଅଙ୍କ…

ପ୍ରବଳ ବର୍ଷାରେ ବୁଡ଼ିଗଲା କନ୍ଦରପୁର ଲେବଲ କ୍ରସିଂ ରାସ୍ତା, ଯାନବାହନ ଚଳାଚଳ ବନ୍ଦ

କଟକ ସଦର,୨୬ା୭(ସୁଶାନ୍ତ କୁମାର ଜେନା): କଟକ-ନୂଆଗାଁ ଜାତୀୟ ରାଜପଥ ନଂ ୫୫ର କନ୍ଦରପୁର ଲେବଲ କ୍ରସିଂ ନିକଟ ଅସ୍ଥାୟୀ ରାସ୍ତାଟି ଶନିବାର ରାତିର ଅବିଶ୍ରାନ୍ତ ବର୍ଷାରେ ବୁଡିଯାଇଛି।…

ଇତିହାସ ରଚିଲେ ଅଭିଷେକ ଶର୍ମା, ଟି-୨୦ କ୍ରିକେଟରେ ଏହି ସଫଳତା ହାସଲ କରିବାରେ ହେଲେ ପ୍ରଥମ ଭାରତୀୟ ଓପନିଂ ବ୍ୟାଟସମ୍ୟାନ

ନୂଆଦିଲ୍ଲୀ,୨୬।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚରେ ଭାରତ ୯୦ ରନରେ ବିଜୟ ହାସଲ କରିଛି। ତଥାପି, ପ୍ରାରମ୍ଭିକ ବ୍ୟାଟ୍ସମ୍ୟାନ ଅଭିଷେକ ଶର୍ମା ପୁଣି ଥରେ…

CJP ବିରୋଧ ପ୍ରଦର୍ଶନରେ ଯୋଗଦେଲେ ମନ୍ତ୍ରୀଙ୍କ ଝିଅ; ମୁଖ୍ୟମନ୍ତ୍ରୀ କହିଲେ, ‘ତାଙ୍କୁ ଟ୍ରୋଲ କରନାହିଁ’

ଗୁଆହାଟି,୨୬।୭: NEET ପେପର୍‌ ଲିକ ବିରୋଧରେ ପ୍ରତିବାଦରେ ଆସାମ ମନ୍ତ୍ରୀ କେଶବ ମହାନ୍ତଙ୍କ ଝିଅ ଅଂଶଗ୍ରହଣ କରୁଥିବାର ଭିଡିଓ ସାମ୍ନାକୁ ଆସିବା ପରେ, ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ…

ୟୁକ୍ରେନରେ ପୁଣି ଭାରତୀୟ ଜାହାଜ ଉପରେ ଆକ୍ରମଣ; ୨ କ୍ରୁ ସଦସ୍ୟ ନିଖୋଜ

କ୍ୱିଭ,୨୬।୭: ୟୁକ୍ରେନର ଓଡେସା ବନ୍ଦରରେ ରବିବାର (ଜୁଲାଇ ୨୬) ଦିନ ଚାରି ଜଣ ଭାରତୀୟ ନାଗରିକଙ୍କୁ ନେଇ ଯାଉଥିବା ଏକ ବାଣିଜ୍ୟ ଜାହାଜ ଉପରେ ଆକ୍ରମଣ ହୋଇଥିଲା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri