CORONAVIRUS UPDATE: ରାଜ୍ୟରେ ଆଜି ୧୪୩୪ ନୂଆ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୮।୧୧(ବ୍ୟୁରୋ): ରାଜ୍ୟରେ ରବିବାର ୧୪୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୦୧୫୭୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୮୩୩ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୬୦୧ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୯୦, ବାଲେଶ୍ୱରରୁ ୯୯, ବରଗଡ଼ରୁ ୬୫ , ଭଦ୍ରକରୁ ୩୧, ବଲାଙ୍ଗୀରରୁ ୬୬, ବୌଦ୍ଧରୁ ୬, କଟକରୁ ୧୪୧, ଦେବଗଡ଼ରୁ ୫, ଢେଙ୍କାନାଳରୁ ୨୧ , ଗଜପତିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୧୭ ଜଗତ୍‌ସିଂହପୁରରୁ ୬୮, ଯାଜପୁରରୁ ୩୩ , ଝାରସୁଗୁଡ଼ାରୁ ୩୧, କଳାହାଣ୍ଡିରୁ ୩୫ , କନ୍ଧମାଳରୁ ୧୨, କେନ୍ଦ୍ରାପଡ଼ାରୁ ୫୪, କେନ୍ଦୁଝରରୁ ୫୦, କୋରାପୁଟରୁ ୨୫, ମାଲକାନଗିରିରୁ ୧୪, ମୟୂରଭଞ୍ଜରୁ ୮୦ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୨୭ , ନୟାଗଡ଼ରୁ ୧୭, ନୂଆପଡ଼ାରୁ ୩୫, ପୁରୀରୁ ୭୭, ରାୟଗଡ଼ାରୁ ୯, ସମ୍ବଲପୁରରୁ ୩୮, ସୁବର୍ଣ୍ଣପୁରରୁ ୧୨ ଓ ସୁନ୍ଦରଗଡ଼ର ୯୮ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୦୧୫୭୪ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୧୩୨୩୯ ଚିକିତ୍ସାଧୀନ ଅଛନ୍ତି। ୨୮୬୮୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।