CORONAVIRUS UPDATE: ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩ ଲୋକାଲ କେସ୍‌ ରହିଛି।
ନୂଆ ୨୫୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୨ ରହିଛନ୍ତି। ସେହିପରି କଟକ ୩୨, ଖୋର୍ଦ୍ଧା ୨୬, ନୟାଗଡ଼ ୧୪, ପୁରୀ, ବରଗଡ଼ରୁ ୧୨ଜଣ ଲେଖାଏ, ମାଲକାନଗିରି ୧୦, ସୁନ୍ଦରଗଡ଼ ୭, ଗଜପତି ୬, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୫ଜଣ ଲେଖାଏ, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ ଦେବଗଡ଼ରୁ ୪ ଜଣ ଲେଖାଏ, ସମ୍ବଲପୁର, ବାଲେଶ୍ୱରରୁ ୨ ଜଣ ଲେଖାଏ, ସୋନପୁର, ଯାଜପୁର ଓ ଅନୁଗୋଳରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ଜଣେ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୭,୩୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୫,୧୮୯ଜଣ ସୁସ୍ଥ ହୋଇଥିବା ବେଳେ ୨୫ଜଣଙ୍କର ମୃତ୍ୟୁ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri