CORONAVIRUS UPDATE: ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ୨୫୧ ଆକ୍ରାନ୍ତଙ୍କ ମଧ୍ୟରୁ ୨୦୮ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୪୩ ଲୋକାଲ କେସ୍‌ ରହିଛି।
ନୂଆ ୨୫୧ ସଂକ୍ରମିତଙ୍କ ମଧ୍ୟରୁ ଗଞ୍ଜାମ ଜିଲାରୁ ସର୍ବାଧିକ ୧୦୨ ରହିଛନ୍ତି। ସେହିପରି କଟକ ୩୨, ଖୋର୍ଦ୍ଧା ୨୬, ନୟାଗଡ଼ ୧୪, ପୁରୀ, ବରଗଡ଼ରୁ ୧୨ଜଣ ଲେଖାଏ, ମାଲକାନଗିରି ୧୦, ସୁନ୍ଦରଗଡ଼ ୭, ଗଜପତି ୬, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୫ଜଣ ଲେଖାଏ, କେନ୍ଦ୍ରାପଡ଼ା, ବଲାଙ୍ଗୀର ଓ ଦେବଗଡ଼ରୁ ୪ ଜଣ ଲେଖାଏ, ସମ୍ବଲପୁର, ବାଲେଶ୍ୱରରୁ ୨ ଜଣ ଲେଖାଏ, ସୋନପୁର, ଯାଜପୁର ଓ ଅନୁଗୋଳରୁ ଜଣେ ଲେଖାଏ ଚିହ୍ନଟ ହୋଇଛନ୍ତି। ସେହିପରି ବାତ୍ୟା ‘ଅମ୍ଫନ’ ଉଦ୍ଧାର କାର୍ଯ୍ୟ ସାରି କୋଲକାତାରୁ ଫେରିଥିବା ଆଉ ଜଣେ କର୍ମଚାରୀ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି।
ସୂଚନାଯୋଗ୍ୟ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୭,୩୧୬ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୦୯୪ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ସେହିପରି ୫,୧୮୯ଜଣ ସୁସ୍ଥ ହୋଇଥିବା ବେଳେ ୨୫ଜଣଙ୍କର ମୃତ୍ୟୁ ଘଟିଛି।