CORONAVIRUS UPDATE: ରାଜ୍ୟରେ ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ: ମୋଟ ଆକ୍ରାନ୍ତ ସଂଖ୍ୟା ୧୬,୭୦୧ ରେ ପହଞ୍ଚିଲା

ଭୁବନେଶ୍ୱର,୧୮।୭(ବ୍ୟୁରୋ): ଦିନକୁ ଦିନ ଚିନ୍ତା ବଢ଼ାଉଛି କରୋନା ସଂକ୍ରମଣ। ରାଜ୍ୟରେ ଶନିବାର ପୁଣି ୫୯୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬,୭୦୧କୁ ବୃଦ୍ଧି ପାଇଛି। ତେବେ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୯୪ କ୍ୱାରାଣ୍ଟାଇନ୍‌ ସେଣ୍ଟରର ଓ ୧୯୭ ସ୍ଥାନୀୟ ଅଞ୍ଚଳର ରହିଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ୨୫ଟି ଜିଲାରୁ ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତ ମଧ୍ୟରେ ସର୍ବାଧିକ ଗଞ୍ଜାମରୁ ୧୮୨ ଓ ଖୋର୍ଦ୍ଧା ଜିଲାରୁ ୧୨୧ଜଣ ରହିଛନ୍ତି। ସେହିପରି ଅନୁଗୋଳ ୧, ବାଲେଶ୍ୱର ୧୩, ବରଗଡ଼ ୩୫, ଭଦ୍ରକ ୩, ବଲାଙ୍ଗୀର ୯, ବୌଦ୍ଧ ୫, କଟକ ୩୮, ଦେବଗଡ଼ ୩, ଢ଼େଙ୍କାନାଳ ୯, ଜଗତସିଂହପୁର ୨୨, ଯାଜପୁର ୧୯, ଝାରସୁଗୁଡ଼ା ୫, କେନ୍ଦ୍ରପଡ଼ା ୮, କେନ୍ଦୁଝର ୬, କୋରାପୁଟ ୪, ମାଲକାନଗିରି ୮, ମୟୁରଭଞ୍ଜ ଓ ନବରଙ୍ଗପୁର ୨୨, ନୟାଗଡ଼ ୧୧, ପୁରୀ ୬, ରାୟଗଡ଼ା ୧, ସମ୍ବଲପୁର ୨୦, ସୁନ୍ଦରଗଡ଼ରୁ ୧୮ଜଣ ଚିହ୍ନଟ ହୋଇଛନ୍ତି। ନୂଆ ଚିହ୍ନଟଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୬,୭୦୧ରେ ପହଞ୍ଚିଛି। ସେଥିମଧ୍ୟରୁ ୫,୨୫୯ ଚିକିତ୍ସିତ ହେଉଥିବା ବେଳେ ୧୧୩୩୦ଜଣ ସୁସ୍ଥ ହୋଇଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ଅଲଗା-ୟୁରୋପରେ ଅଲଗା କାହିଁକି? ଫାଣ୍ଟା ଠାରୁ ମ୍ୟାଗି ପର୍ଯ୍ୟନ୍ତ ପ୍ୟାକେଜ ହୋଇଥିବା ଖାଦ୍ୟ ପାଇଁ ଦ୍ୱୈତ ମାନଦଣ୍ଡ ଉପରେ ପ୍ରଶ୍ନ

ନୂଆଦିଲ୍ଲୀ,୨୫।୮: ଭାରତରେ ୟୁରୋପ ତୁଳନାରେ ପ୍ୟାକେଜ ହୋଇଥିବା ଖାଦ୍ୟ ଏବଂ ପାନୀୟର ସମାନ ବିଶ୍ୱ ବ୍ରାଣ୍ଡ ପାଇଁ ଭିନ୍ନ ରଚନା, ପୁଷ୍ଟିକର ସୂଚନା ଏବଂ ଚେତାବନୀ ଲେବଲର…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

ଚନ୍ଦନପୁରରେ ଗୋଷ୍ଠୀ ସଂଘର୍ଷ, ପୋଲିସର ଫ୍ଲାଗମାର୍ଚ

ପୁରୀ,୨୫।୮: ପୁରୀ ଜିଲା ଚନ୍ଦନପୁର ଥାନା ଉତରଣା ମଠସାହିରେ ମଙ୍ଗଳବାର ଗୋଷ୍ଠୀ ସଂଘର୍ଷ ହୋଇଛି। ଗାଁର ଏକ ପୋଖରୀର ଦଳ ସଫା ଏବଂ ମାଛ ମରାକୁ କେନ୍ଦ୍ର…

ନିଶାମୁକ୍ତ ଓଡିଶା ଅଭିଯାନ କାର୍ଯ୍ୟକ୍ରମ, ନିଶା ସେବନ ବିରୋଧରେ ଶପଥ ପାଠ କଲେ ଛାତ୍ରୀଛାତ୍ର

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ମଙ୍ଗଳବାର ଦିଗପହଣ୍ଡି ଥାନା ପକ୍ଷରୁ ନିଶାମୁକ୍ତ ଓଡିଶା ଅଭିଯାନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ପିହୁ ନିଖୋଜ ଘଟଣା,କ୍ରାଇମବ୍ରାଞ୍ଚ ନୁହେଁ ସିବିଆଇ ତଦନ୍ତ ହେଉ:ବିଶ୍ୱ ରଞ୍ଜନ

ବରୀ,୨୫।୮(ମହେନ୍ଦ୍ର ସ୍ବଇଁ): ଯାଜପୁର ଜିଲା ବରୀ ବ୍ଲକ ବିଂଝାରପୁର ଥାନ ମଧୁସୂଦନପୁର ଗ୍ରାମର ବହୁଚର୍ଚ୍ଚିତ କୁନି ଝିଅ ପିହୁ ନିଖୋଜ ଘଟଣାକୁ ନେଇ , ଯାଜପୁର ସାଂସଦ…

୨୧୦ କେଜି ଗଞ୍ଜେଇ ଜବତ, ୮ ଗିରଫ: କନ୍ଧମାଳରୁ ରାଜ୍ୟ ବାହାରକୁ ହେଉଥିଲା ଚାଲାଣ

ଭଞ୍ଜନଗର, ୨୫।୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ ଧରଣର ଗଞ୍ଜେଇ ଚାଲାଣ ମାମଲା ଠାବ କରି ୨୧୦ କେଜି ଗଞ୍ଜେଇ ଜବତ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri