CORONAVIRUS UPDATE: ୩୦ ଜିଲାରୁ ୩୦୨୫ ନୂଆ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୧।୯(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୩୦ ଜିଲାରୁ ୩୦୨୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା୧୦୬୫୬୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୮୪୪ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୧୧୮୧ ଜଣ ସ୍ଥାନୀୟ ଅଞ୍ଚଳର ବୋଲି ଜଣାପଡ଼ିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୬୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଅନୁଗୋଳରୁ ୫୮, ବାଲେଶ୍ୱରରୁ ୪୦, ବରଗଡ଼ରୁ ୬୧, ଭଦ୍ରକରୁ ୯୪, ବଲାଙ୍ଗୀରରୁ ୨୪, ବୌଦ୍ଧରୁ ୯, କଟକରୁ ୩୧୨, ଦେବଗଡ଼ରୁ ୧, ଢେଙ୍କାନାଳରୁ ୧୩୨, ଗଜପତିରୁ ୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ଗଞ୍ଜାମରୁ ୨୦୭ ଜଗତ୍‌ସିଂହପୁରରୁ ୭୮, ଯାଜପୁରରୁ ୫୮, ଝାରସୁଗୁଡ଼ାରୁ ୫୯, କଳାହାଣ୍ଡିରୁ ୮୨, କନ୍ଧମାଳରୁ ୨୨, କେନ୍ଦ୍ରାପଡ଼ାରୁ ୧୨୮, କେନ୍ଦୁଝରରୁ ୫୦, କୋରାପୁଟରୁ ୧୩୯ , ମାଲକାନଗିରିରୁ ୩୨, ମୟୂରଭଞ୍ଜରୁ ୨୧୫ ଆକ୍ରାନ୍ତ ରହିଛନ୍ତି। ଅନ୍ୟପକ୍ଷରେ ନବରଙ୍ଗପୁରରୁ ୪୬, ନୟାଗଡ଼ରୁ ୬୭, ନୂଆପଡ଼ାରୁ ୭୯, ରାୟଗଡ଼ାରୁ ୧୩, ପୁରୀରୁ ୧୩୬, ସମ୍ବଲପୁରରୁ ୮୩, ସୁବର୍ଣ୍ଣପୁରରୁ୨୨ ଓ ସୁନ୍ଦରଗଡ଼ରୁ ୫୬ ଆକ୍ରାନ୍ତ ଅଛନ୍ତି।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୧୦୬୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮୭୧୯ ଚିକିତ୍ସାଧୀନ ଅଛନ୍ତି। ୭୭୨୮୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri